ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ ବିବିଧ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ସୋମବାର ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ସହ ଚାଷୀ ପ୍ରତିନିଧି ବୃନ୍ଦ ସବିଶେଷ ଆଲୋଚନା କରିବା ସହ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ୧୦ ଦଫା ଦାବି ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଥିଲେ। ଧାନମଣ୍ଡିରେ ଚାଷୀଙ୍କ ନାଁ ରେଜିଷ୍ଟ୍ରେଶନ ତାରିଖ ଅବଧି ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ଯାଏ ବର୍ଦ୍ଧିତ କରାଯାଉ। ରେଜିଷ୍ଟ୍ରେଶନ ନିୟମକୁ ସରଳୀକରଣ କରାଯାଉ।

ବିକ୍ରି ପାଇଁ ମଣ୍ଡିରେ ରେଜିଷ୍ଟ୍ରଶନ କରିବାରୁ ବଞ୍ଚିତ ହେଉଛନ୍ତି। ଫଳରେ ପ୍ରତିବର୍ଷ ଗାଁ ଗହଳରେ ସାହୁକାର ମହାଜନ ମାନଙ୍କଠାରୁ ସୁଧ(କଳନ୍ତର)ରେ ଟଙ୍କା ଆଣି ଧାର କରଜ କରି ଜମିରେ ଧାନ ଚାଷ କରିଥିବା ଗରିବ ଅସହାୟ ଚାଷୀ ପରିବାର କ୍ଷତି ସହିବା ଆଶଙ୍କା ପ୍ରକାଶ ପାଇଛି ବୋଲି କୃଷକ ସଭାର କାର୍ଯ୍ୟକର୍ତ୍ତା ଆଇନଜୀବି କୁରେଶୁ ପଣ୍ଡା କହିଛନ୍ତି ।

ସେହିପରି ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଚାଷୀ ବୃନ୍ଦ ମଧ୍ୟ ମଣ୍ଡିରେ ସେମାନଙ୍କ ଉତ୍ପାଦିତ ଧାନ ବିକ୍ରି କରିବାରେ ଅସୁବିଧା ଭୋଗିବେ ବୋଲି କୃଷକ ସଭାର ଗଞ୍ଜାମ ଜିଲା ସମ୍ପାଦକ ପି.ଶିବଶଙ୍କର ଓ ବ୍ଲକ କମିଟି ସଭାପତି ସୁଶାନ୍ତ କୁମାର ଷଡଙ୍ଗୀ କହିଛନ୍ତି। ଦାବିପତ୍ର ପ୍ରଦାନ ସମୟରେ ଶଶି ଭୂଷଣ ରଥ,ଉଜ୍ଜଳ ସାହୁ, କିଶୋର ଚନ୍ଦ୍ର ଜେନା,ପି.ବିଶନାଥ,ପି.ଗୋବିନ୍ଦ,ଏମ.ଜଗନ୍ନାଥ,ପି.ହୃଷୀକେଶ ରାଓ, ଅର୍ବ୍ଦୁ. ପୁରୁଷୋତ୍ତମ, ଇ. ସିମାଦ୍ରୀ, ଅର୍ଦ୍ଦୁ. ହରି, ଅର୍ବ୍ଦୁ. ସୂର୍ଯ୍ୟନାରାୟଣ, ଅର୍ଦ୍ଦୁ. କୃଷ୍ଣମୂର୍ତ୍ତି, କେ. ବାଲାଜୀ, ବି. କାଳିଆ, ଏମ. ରାମଚନ୍ଦ୍ର,ଏମ. ଚୈତନ୍ୟ,ଜି. ଶୁକୁରୁ, ପି. ହୃଷିକେଶ ରାଓ,ଇ. କୈଳାଶ, ଏ. ଭାସ୍କର,ଏ.ଦୟାଳୁ, ଏନ. ଚକ୍ରପାଣି,ଏ. ମାଧବ, ଏ. ମୁତିଆଲୁ,ପି.ରଘୁ ପ୍ରମୁଖ ବହୁସଂଖ୍ୟକ ଚାଷୀ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?