ଶେଷ ହେଉ ନ ଥିବାରୁ ସମସ୍ୟା

ବଇଣ୍ଡା,୫।୭(ଡି.ଏନ.ଏ.) ରାଜପଥ ସମ୍ପ୍ରସାରଣ ହେବ ବୋଲି ତରବର ହେଲା ପ୍ରଶାସନ। କ୍ଷତିପୂରଣ ଓ ଥଇଥାନ ବ୍ୟବସ୍ଥା ହେବା ପୂର୍ବରୁ ଶତାଧିକ ବ୍ୟବସାୟୀଙ୍କୁ ଉଚ୍ଛେଦ କରିଦେଲା। ସ୍କୁଲ, ସରକାରୀ କାର୍ଯ୍ୟାଳୟ ଆଦିକୁ ଭାଙ୍ଗି ମାଟିରେ ମିଶାଇଦେଲା। ହେଲେ ବଇଣ୍ଡା ବଜାର ଭଙ୍ଗାଯିବାର ୪ ବର୍ଷ ବିତିଯାଇଥିଲେ ମଧ୍ୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ଅଗ୍ରଗତି ହୋଇପାରି ନାହିଁ। ଡ୍ରେନ୍‌ ନିର୍ମାଣ ମାତ୍ର ୨୦ ପ୍ରତିଶତ ହୋଇଛି। ଫଳରେ ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ଲୋକଙ୍କ ଘରେ ପଶୁଛି। ରାସ୍ତା ପାର୍ଶ୍ୱକୁ ଖୋଳି ଛାଡ଼ିଦିଆଯାଇଥିବାରୁ ବଜାରକୁ ଯାତାୟାତରେ ଅସୁବିଧା ହେଉଛି। ଦୀର୍ଘଦିନ ପରେ ବି ରାଜପଥ କାର୍ଯ୍ୟ ଶେଷ କରାଯାଉ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହେଉଥିବା ବଇଣ୍ଡାବାସୀ ଅଭିଯୋଗ କରିଛନ୍ତି।
କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ ପାଇଁ ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡାଠାରେ ୨୦୧୮ ମେ ୧୭ ଓ ୧୮ରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ବଇଣ୍ଡା ବଜାର ଛକକୁ ପ୍ରଥମେ ଭଙ୍ଗାଯାଇଥିଲା। ପରେ କଦଳୀମୁଣ୍ଡାଠାରୁ ଶରଧାମୁଣ୍ଡା ପର୍ଯ୍ୟନ୍ତ ୩ କିଲୋମିଟର ଡ୍ରେନ ନିର୍ମାଣ ପାଇଁ ରାଜପଥର ଉଭୟ ପାର୍ଶ୍ୱକୁ ଖୋଳି ଦିଆଯାଇଥିଲା। ଫଳରେ ବଜାରରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନ ଓ ବଜାରବାସୀଙ୍କ ଘର ସମ୍ମୁଖରେ ଗର୍ତ୍ତମାନ ସୃଷ୍ଟି ହୋଇଥିଲା। ହେଲେ ନିର୍ମାଣ ଦାୟିତ୍ୱ ନେଇଥିବା ଠିକା ସଂସ୍ଥାର ମନମୁଖି କାର୍ଯ୍ୟ ଯୋଗୁ ରାଜପଥ ସମ୍ପ୍ରସାରଣ ଏଯାଏ ଆରମ୍ଭ ହୋଇପାରି ନ ଥିବାବେଳେ ଡ୍ରେନ୍‌ ନିର୍ମାଣ ମାତ୍ର ୨୦ ପ୍ରତିଶତରେ ସୀମିତ ରହିଛି। ସେହିପରି ବଇଣ୍ଡା, ଆନଦମୁଣ୍ଡା ନିକଟରେ କରାଯାଇଥିବା ଅସ୍ଥାୟୀ ରାସ୍ତାରୁ ପିଚୁ ଉଠିଯାଇ ବଡ ବଡ ଖାଲମାନ ସୃଷ୍ଟି ହୋଇଛି। ଏହାର ମରାମତି କରାଯାଉ ନ ଥିବାରୁ ବାଇକ୍‌ ଆରୋହୀମାନେ ଦୁର୍ଘଟଣାଗ୍ରସ୍ତ ହେଉଛନ୍ତି। ରାଜପଥ ଉଭୟ ପାର୍ଶ୍ୱରେ ସର୍ଭିସ ରୋଡ୍‌ ନିର୍ମାଣ କରାଯାଉଥିବା ବେଳେ ମାତ୍ର ୨୦ ପ୍ରତିଶତ କାମ କରି ଠିକାସଂସ୍ଥା ବନ୍ଦ କରିଦେଇଥିବା ଯୋଗୁ ଲୋକମାନେ ଘରକୁ ଯିବା ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଚନ୍ଦନ ପୋଖରୀରେ ବ୍ରିଜ୍‌ ନିର୍ମାଣ କରାଯାଉ ନ ଥିବାରୁ ନୁନୁକାପଶି ଅଞ୍ଚଳରୁ ଆସୁଥିବା ପାହାଡ ପାଣି ଗଚ୍ଛିତ ହୋଇ ମାହେଶ୍ୱରୀ ମନ୍ଦିର, ଶିବ ମନ୍ଦିର ପରିସରରେ ପ୍ରବେଶ କରୁଥିବା ବଇଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସମ୍ପ୍ରସାରଣ କାର୍ଯ୍ୟ ଶୀଘ୍ର ଶେଷ କରିବା ପାଇଁ ବଇଣ୍ଡା ଗ୍ରାମବାସୀଙ୍କ ପକ୍ଷରୁ ୧୨ ଏପ୍ରିଲ ୨୦୧୯ , ୨ ଫେବୃୟାରୀ ୨୦୨୦, ୨୧ ମାର୍ଚ୍ଚ ୨୦୨୧, ୧୨ ଜାନୁୟାରୀ ୨୦୨୨ରେ ଅନୁଗୋଳ ଜିଲାପାଳଙ୍କୁ ଅଭିଯୋଗପତ୍ର ପ୍ରଦାନ କରାଯାଇଥିଲା। କିନ୍ତୁ ଏ ଦିଗରେ ପଦକ୍ଷେପ ନିଆଯାଉ ନ ଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?