କଣ୍ଟେନମେଣ୍ଟକୁ ନେଇ ବଢ଼ୁଛି ସମସ୍ୟା, ମିଳୁନି ଅତ୍ୟାବଶ୍ୟକ ସାମଗ୍ରୀ

ରାଇକିଆ,୨୨।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସହର ସମେତ ୧୩ଟି ଗ୍ରାମରେ ଗତ ୧୨ ଦିନ ହେଲା ଅଚଳାବସ୍ଥା ଦେଖାଦେଇଛି । ଜୁଲାଇ ୧୦ରେ ରାଇକିଆ ଅଞ୍ଚଳରୁ ୨ ଜଣ ପଜିଟିଭ୍‌ ଚିହ୍ନଟ ପରେ କଣ୍ଟେନମେଣ୍ଟ ଘୋଷଣା କରାଯାଇଥିଲା। ମାତ୍ର ଏ ନେଇ ଦିନକୁ ଦିନ ଲୋକଙ୍କ ସମସ୍ୟା ବଢିବାରେ ଲାଗିଛି । ରାସନ ସାମଗ୍ରୀଠାରୁ ଆରମ୍ଭ କରି ଔଷଧ ଦୋକାନ ସବୁ ବନ୍ଦ ରହିଛି । ପାଖାପାଖି ୧୩ ହଜାର ଲୋକ ଏହି କଣ୍ଟେନମେଣ୍ଟ ଭିତରେ ରହିଛନ୍ତି ।
ସେହିପରି ବଫର ଜୋନରେ ଥିବା ୧୭ଟି ଗ୍ରାମ ପ୍ରତ୍ୟେକ କ୍ଷେତ୍ରରେ ରାଇକିଆ ଉପରେ ନିର୍ଭର କରୁଥିବାରୁ ସେମାନେ ମଧ୍ୟ ସମାନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାର ସିଧା ପ୍ରଭାବ ଗ୍ରାମାଞ୍ଚଳ ଉପରେ ପଡୁଛି। ଚାଷକାର୍ଯ୍ୟ ଜୋର୍‌ରେ ଚାଲିଥିବା ବେଳେ ଆବଶ୍ୟକୀୟ ସାର, ବିହନ ମଧ୍ୟ ମିଳି ପାରୁ ନାହିଁ । ଔଷଧ ନ ପାଇ ରୋଗୀ ନିରାଶରେ ଫେରୁଛନ୍ତି । ମାଲବାହୀ ଟ୍ରକ ଆସୁ ନ ଥିବାରୁ ଔଷଧ ଆସୁ ନ ଥିବା ଉତ୍ତର ମିଳୁଛି। ଜିଲାକୁ ଅତ୍ୟାବଶ୍ୟକ ସାମଗ୍ରୀ ଗଞ୍ଜାମ ଜିଲାରୁ ଆସୁଥିବା ବେଳେ କଟକଣା ଯୋଗୁ ତାହା ମଧ୍ୟ ବନ୍ଦ ହୋଇ ଯାଇଛି । କଣ୍ଟେନମେଣ୍ଟ ଉଠାଇବାକୁ ନେଇ ବିଡିଓ ପ୍ରବୀଣ କୁମାର ବାଣୁଆ କହିଛନ୍ତି, ବର୍ତମାନ କୌଣସି ନିଷ୍ପତ୍ତି ହୋଇ ନାହିଁ, ପରିସ୍ଥିତି କୁ ଦେଖି ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri