୨୮ ଏନ୍‌ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ: ୧୮ ଜିଲାପାଳଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶ

ଭୁବନେଶ୍ୱର,୩ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଘୋଷଣା ହୋଇଥିବା ନୂଆ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି)ର ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮ ଜିଲାପାଳଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି।
ସରକାରଙ୍କ ପକ୍ଷରୁ ସମ୍ପୃକ୍ତ ନୂତନ ଏନ୍‌ଏସି ଏବଂ ପୌରପାଳିକାଗୁଡ଼ିକର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ସହିତ ଆସନ ସଂରକ୍ଷଣ ପ୍ରକ୍ରିୟା ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶକ ଡାକୁଆ ସୋମବାର ଅନୁଗୋଳ, ବଲାଙ୍ଗୀର, ବାଲେଶ୍ୱର, ବରଗଡ଼, ଭଦ୍ରକ, ବୌଦ୍ଧ, କଟକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ନୟାଗଡ଼, କଳାହାଣ୍ଡି, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ରାୟଗଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାପାଳଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି। ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏନେଇ ସରକାରଙ୍କୁ ଓଡ଼ିଶା ପୌରପାଳିକା ଆଇନ-୧୯୫୦ ଅନୁଯାୟୀ ଅବଗତ କରାଯିବା ପରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଉକ୍ତ ନୂତନ ଏନ୍‌ଏସି ଏବଂ ପୌରପାଳିକାରେ ସୀମା ନିର୍ଦ୍ଧାରଣ ସହିତ ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ ହେବ। ଏହି ସମୟ ମଧ୍ୟରେ ଜନସାଧାରଣଙ୍କ ପକ୍ଷରୁ ଯେଉଁ ଆପତ୍ତି ଏବଂ ପରାମର୍ଶ ଆସିବ ଜିଲା ପ୍ରଶାସନ ତାକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବା ଆବଶ୍ୟକ। ଯଦି ଏସଂକ୍ରାନ୍ତରେ କୌଣସି ଅଭିଯୋଗ ଆସେ ତେବେ ଜିଲାପାଳ ତୁରନ୍ତ ତାହାକୁ ସ୍ବତନ୍ତ୍ର ବାର୍ତ୍ତାବହ ମାଧ୍ୟମରେ ପ୍ରେରଣ କରିବେ। ଏନେଇ ମାର୍ଚ୍ଚ ୧୫ରେ ଖାରବେଳ ଭବନରେ ଶୁଣାଣି କରାଯିବ ବୋଲି ଡାକୁଆ ଦର୍ଶାଇଛନ୍ତି।
ଏଥିସହିତ ମାର୍ଚ୍ଚ ଶେଷ ସୁଦ୍ଧା ସମସ୍ତ ପ୍ରକାର ନିର୍ବାଚନ ବିଜ୍ଞପ୍ତି ପ୍ରକ୍ରିୟା ସାରିବାକୁ ହେବ। ଏହାପୂର୍ବରୁ ଚଳିତ ମାସ ୧୨ରୁ ୨୧ ତାରିଖ ମଧ୍ୟରେ ନୂତନ ଏନ୍‌ଏସି ଏବଂ ଓ୍ବାର୍ଡଗୁଡ଼ିକର ସୀମା ପୁନଃନିର୍ଦ୍ଧାରଣ କରିବାକୁ ହେବ। ଓଡ଼ିଶା ମ୍ୟୁନିସିପାଲ ଆଇନ-୧୯୫୦ ଅନୁଯାୟୀ, ନୂତନ ଏନ୍‌ଏସି ଏବଂ ପୌରପାଳିକାର ସୀମା ନିର୍ଦ୍ଧାରଣ ସହିତ ଆସନ ସଂରକ୍ଷଣ ନେଇ ବିଜ୍ଞପ୍ତି ଜାରି କରାଯିବ। ଏନେଇ ଆପତ୍ତି ଅଭିଯୋଗ ଗ୍ରହଣର ଶେଷ ତାରିଖ ଫେବ୍ରୁଆରୀ ୨୧ ରହିଛି। ଏହାପରେ ସମ୍ପୃକ୍ତ ନୂତନ ଏନ୍‌ଏସି ଏବଂ ପୌରପାଳିକାଗୁଡ଼ିକର ପ୍ରୋଭିଜ୍‌ନାଲ ବିଜ୍ଞପ୍ତି ୨୬ରେ ପ୍ରକାଶ ପାଇବ। ୨୬ରୁ ମାର୍ଚ୍ଚ ୧୩ ଯାଏ ପ୍ରକାଶିତ ବିଜ୍ଞପ୍ତି ଉପରେ ଅଭିଯୋଗ ଆବେଦନ ଗ୍ରହଣ କରାଯିବ। ମାର୍ଚ୍ଚ ୧୬ରୁ ୨୮ ତାରିଖ ମଧ୍ୟରେ ବିଜ୍ଞପ୍ତି ଉପରେ ଅଭିଯୋଗ ଆବେଦନର ଶୁଣାଣି କରାଯିବା ପରେ ମାର୍ଚ୍ଚ ୩୧ରେ ଜିଲାପାଳଙ୍କ ପକ୍ଷରୁ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଡାକୁଆ ଦର୍ଶାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri