Posted inରାଜ୍ୟ

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ ।

ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ -ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ  । ଯଦି ଓଡ଼ିଶା କଥା ଦେଖିବା ତାହେଲେ ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି । ଆସନ୍ତା ଏପ୍ରିଲ ୨ ତାରିଖରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ  । ମୁନ୍ନା ଖାଁ, ନିରଞ୍ଜନ ବିଶି, ମମତା ମହନ୍ତ ଓ ସୁଜିତ୍ କୁମାରଙ୍କ କାର୍ଯ୍ୟକାଳ ସରିବ ।

ଏହି ନିର୍ବାଚନ ପ୍ରକ୍ରିୟାରେ ରିଟର୍ନି ଅଫିସର ଏବଂ ସହାୟକ ରିଟର୍ନିଂ ଅଫିସରଙ୍କ ନିଯୁକ୍ତି ପାଇଁ ପ୍ରସ୍ତାବ ମଗାଯାଇଛି । ଏହି ପ୍ରସ୍ତାବରେ ଅଧିକାରୀଙ୍କୁ ଟେଲିଫୋନ ନମ୍ବର, ଫ୍ୟାକ୍ସ ନମ୍ବର ଏବଂ ଇମେଲ ଆଇଡି ଅନ୍ତର୍ଭୁକ୍ତ କରିବା ଆବଶ୍ୟକ ।


Enter your email to get our daily news in your inbox.

All Right Reserved By Dharitri.Com

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?