ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଠାରୁ ଏନେଇ ନୋଟିସ ଆସିଥିବା ସେ ଜଣାଇଛନ୍ତି। ଏ ସମ୍ପର୍କିତ ବିଲ ପ୍ରତ୍ୟାହାର ପାଇଁ ସଂସଦୀୟ ମନ୍ତ୍ରୀ ଚାହିଁଥିବା ଅବଗତ କଲେ।

ଗତ ବର୍ଷ ବିଲ ଆଗତ କରି ବାଚସ୍ପତି, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିଧାୟକଙ୍କ ଦରମା ବୃଦ୍ଧି ଘୋଷଣା କରାଯାଇଥିଲା। ନୂଆ ବିଲ ବିଧାନସଭାରେ ପାସ ହେବା ପରେ ଦରମା ଓ ଆନୁସଙ୍ଗିକ ଭତ୍ତା ବାବଦକୁ ଓଡ଼ିଶାର ବିଧାୟକମାନଙ୍କୁ ୩ ଲକ୍ଷ ୪୫ ହଜାର ଟଙ୍କା ମିଳିଥାନ୍ତା । ସେହିପରି ମୁଖ୍ୟମନ୍ତ୍ରୀଙ୍କୁ ଦରମା ଓ ଅନ୍ୟ ଭତ୍ତା ମିଶାଇ ପାଖାପାଖି ୩ ଲକ୍ଷ ୭୪ ହଜାର ଟଙ୍କା ପାଇଥାନ୍ତେ। କ୍ୟାବନେଟ ମନ୍ତ୍ରୀ ଏବଂ ରାଷ୍ଟ୍ରମନ୍ତ୍ରୀଙ୍କୁ ମୂଳ ଦରମା ସହିତ ଭତ୍ତାକୁ ମିଶାଇ ୩ ଲକ୍ଷ ୬୦ ହଜାର ଟଙ୍କା ମିଳିବାର ଥିଲା । ଯାହା ଦେଶର ଅନ୍ୟ ବିଧାୟକଙ୍କ ତୁଳନାରେ ସବୁଠୁ ଅଧିକ । ଏହାକୁ ନେଇ ବିଭିନ୍ନ ମହଲରେ ସମାଲୋଚନା ହୋଇଥିଲା। ଏହାପରେ ସବୁ ଦଳ ତରଫରୁ ବିଲକୁ ଫେରାଇ ନେବାକୁ ସରକାରଙ୍କୁ ଅନୁରୋଧ କରାଯାଇଥିଲା ।

Dharitri – Odisha’s No.1 Odia Daily

Share