ବିଜେଡି ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ଶୋଭାଯାତ୍ରା

ଆଠଗଡ,୨୩।୫(ସତ୍ୟ ପ୍ରସାଦ ରଥ):କଟକ ଲୋକସଭା କ୍ଷେତ୍ରର ବିଜୁଜନତା ଦଳ ପ୍ରାର୍ଥୀ ସଂତୃପ୍ତ ମିଶ୍ର ଓ ଆଠଗଡ଼ ବିଧାୟକ ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଚାର କାର୍ଯ୍ୟ ଜୋରଦାର କରିଛନ୍ତି। ବୁଧବାର ଆଠଗଡ ବ୍ଲକର ଏକ ନମ୍ବର ଯୋନରେ ଏକ ବାଇକ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ବ୍ଲକର ତରଡିଙ୍ଗ ଗ୍ରାମରୁ ଏହି ଶୋଭାଯାତ୍ରା ବାହାରି ଯୋରନ୍ଦା, ଗୋପିନାଥ ପୁର,ଦୋରଡ,ସଠିଲୋ, ବାସୁଦେବପୁର, ସମସରପୁର, ଚେରେଇ ପାଟଣା, ରଘୁନାଥପୁର, ଇଚ୍ଛାପୁର, ଜେନା ପଦା, ବଡ଼ଭୂଇଁ, ଖୁଣ୍ଟ କଟା ଆଦି ପଞ୍ଚାୟତ ବୁଲିଥିଲା। ପୂର୍ବତନ କଟକ ଜିଲା ପରିଷଦ ଉପାଧ୍ୟକ୍ଷ ସୁନୀଲ ପରିଡା ଓ କଟକ ଜିଲା ବିଜେଡି ଉପସଭାପତି ନୃସିଂହ ମହାପାତ୍ରଙ୍କ ନେତୃତ୍ୱରେ ବହୁ ସଂଖ୍ୟାରେ ମୋଟର ସାଇକେଲଆରୋହୀ ଏଥିରେ ଯୋଗଦେଇଥିଲେ। ରାସ୍ତା କଡ଼ରେ ବହୁସଂଖ୍ୟାରେ ମହିଳା ଓ ଯୁବତୀ ଉଭୟ ପ୍ରାର୍ଥୀଙ୍କୁ ପୁଷ୍ପମାଲ୍ୟ ଓ ଉତ୍ତରୀୟ ଦେଇ ସ୍ବାଗତ କରିଥିଲେ। ଏହି ଶୋଭାଯାତ୍ରାରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri