ଆଦିବାସୀ ମାନ୍ୟତା ଦାବିନେଇ ଦୋରା ସମ୍ପ୍ରଦାୟର ଶୋଭାଯାତ୍ରା

ପଟ୍ଟାଙ୍ଗି,୧୫।୨(ଡି.ଏନ.ଏ): କୋରାପୁଟ ଜିଲାର ଦୋରା ସମ୍ପ୍ରଦାୟ ଆଦିବାସୀ ମାନ୍ୟତା ଦାବି ଉଠାଇ ପୁଣି ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏନେଇ ମଙ୍ଗଳବର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଜିଲାର ବିଭିନ୍ନ ବ୍ଲକରେ ବସବାସ କରୁଥିବା ଦୋରା ସମ୍ପ୍ରଦାୟ ବିଭିନ୍ନ ସରକାରୀ ଯୋଜନାରୁ ବଞ୍ଚିତ ହେଉଥିବା, ସରକାରୀ ଅଧିକାରୀମାନେ ସେମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରୁଥିବା ଅଭିଯୋଗ କରି ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମୁଖରେ ୩ଦିନ ହେଲା ଧାରଣା ଦେଇ ପ୍ରତିବାଦ ଜଣାଇଛନ୍ତି । ଜିଲା ସଂଘ ଆବାହକ ତାଉଡୁ ଦୋରାଙ୍କ ଆହ୍ବାନରେ ଜିଲାର ପଟ୍ଟାଙ୍ଗି ବ୍ଲକର ସମ୍ବାଇ, ମାଳିପୁଟ, ପୁକାଲି, ଚନ୍ଦକା, ତଳଗଲୁର, ଅମ୍ପାବାଲି, ସୁଙ୍କି, ରାଲେଗଡା ଅଦି ପଞ୍ଚାୟତରେ ବାସ କରୁଥିବା ଦୋରା ସମ୍ପ୍ରଦାୟର ସଦସ୍ୟମାନେ ପ୍ରଥମେ ଗାଙ୍ଗମା ମନ୍ଦିର ନିକଟରେ ଏକାଠି ହୋଇ ସେଠାରୁ ଏକ ଶୋଭାଯାତ୍ରାରେ ବାହାରି ତହସିଲ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସରକାର ନିର୍ବାଚନ ସମୟରେ ଭୋଟ ନେଇ ପରେ ଦୋରା ସମ୍ପ୍ରଦାୟ ପ୍ରତି ଛଳନା କରିଥିବା ଅଭିଯୋଗ କରିଥିଲେ। ଏହାର ପ୍ରତିବାଦରେ ଆଗାମୀ ତିନି ଦିନ ଧରି ଧାରଣା ଦେବାକୁ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଥିରେ ଦେର ସମ୍ପ୍ରଦାୟର ସଦସ୍ୟମାନେ ସହଯୋଗ କରିବାକୁ ଜିଲା ସଭାପତି ବୈଦ୍ୟନାଥ ଗେମେଲ ପରାମର୍ଶ ଦେଇଥିଲେ। ସୂଚନା ଯୋଗ୍ୟ, ଦୋରା ସମ୍ପ୍ରଦାୟ ୧୯୭୮ରୁ କେନ୍ଦ୍ର ଓ ରାଜ୍ୟ ସରକାର ସେମାନଙ୍କୁ ଆଦିବାସୀ ମାନ୍ୟତା ଦେବାକୁ ବାରମ୍ବାର ବିଭିନ୍ନ ସମୟରେ ସେମାନେ ଦାବି କରି ଆସୁଛନ୍ତି। ମାତ୍ର ଉଭୟ ସରକାର ସେମାନଙ୍କୁ ଅଣଦେଖା କରି ଆସୁଥିବା ସଂଘ ଜିଲା ସମ୍ପାଦକ ଶଙ୍କର ପାଙ୍ଗି କହିିଛନ୍ତି । ଦୋରା ସମ୍ପ୍ରଦାୟର ଏପରି ପଦକ୍ଷେପକୁ ଜିଲା ପରିଷଦ ସଭ୍ୟା ଟିକାଇ ଗେମେଲ, କମ୍ଭାର ସମ୍ପ୍ରଦାୟର ସଦସ୍ୟ ଭଗବାନ ଗୋଲରି, ଦୋରା ସଂଘର ନନ୍ଦପୁର ବ୍ଲକ ସଭାପତି ନିରଞ୍ଜନ ଖରା, ପୂର୍ବତନ ଉପଦେଷ୍ଟା ଟି. ଗୋପାଳ ରାଓ ପ୍ରମୁଖ ସମର୍ଥନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri