ମେଲାଣି ନେଲେ ମା’ କାଳୀ

ଭଦ୍ରକ ଅଫିସ,୧।୧୧: ଦୀପାବଳିଠାରୁ ୭ଦିନ ଧରି ଚାଲିଥିବା ଭଦ୍ରକ କାଳୀପୂଜା ରବିବାର ଶେଷ ହୋଇଥିବା ବେଳେ ସୋମବାର ମା’ ମେଲାଣି ନେଇଛନ୍ତି। ଭଦ୍ରକର ଏକମାତ୍ର ରାଜଘାଟ ପୋଲ ପୂଜା ମଣ୍ଡପର ଭସାଣି ଶୋଭାଯାତ୍ରା ମଧ୍ୟାହ୍ନରେ ଅନୁଷ୍ଠିତ ହୋଇଥିଲା। ମଣ୍ଡପ ନିକଟରୁ ଶୋଭାଯାତ୍ରା ବାହାରି କଚେରି ବଜାର ଦେଇ ସହର ପରିକ୍ରମା କରିବା ପରେ ସାଳନ୍ଦୀ ନଦୀରେ ବିସର୍ଜନ କରାଯାଇଛି। ଅପରାହ୍ନ ୫ଟାରେ ଚରମ୍ପାର ୮ ମେଢ଼ ମଣ୍ଡପରୁ ଶୋଭାଯାତ୍ରାରେ ବାହାରି ଷ୍ଟେଶନ ଛକରେ ଏକତ୍ର ହୋଇଥିଲା। ଚରମ୍ପା ବଜାରର ସ୍କୁଲରୋଡ୍‌, ବିଶାଣିଖରିଦାର ବାସନ୍ତୀ କାଳୀମଣ୍ଡପ, ନବଗ୍ରହ ମନ୍ଦିର ରୋଡ୍‌ ଏରେଇଁ, ପିଡବ୍ଲ୍ୟୁଆଇ, ଡଗରାସାହି, ପଥରଆଡ଼ି, ଟ୍ରାଫିକ ଛକ ସମେତ ସମସ୍ତ ମେଢ଼ ସମୂହ ଶୋଭାଯାତ୍ରାରେ ନିଆଯାଇଥିଲା। ଦୁଲ୍‌ଦୁଲି ସିଂହବାଜା, ଢୋଲ, ଘଣ୍ଟ ଆଦି ବିଭିନ୍ନ ବାଦ୍ୟ ସହ ପାରମ୍ପରିକ ନୃତ୍ୟରେ ଚରମ୍ପା ବଜାର କମ୍ପିଥିଲା। ବଜାର ପରିକ୍ରମା ପରେ ଚରମ୍ପା ଛକ ନିକଟ କେନାଲରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତିକୁ ବିସର୍ଜନ କରାଯାଇଥିଲା।
ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ ଓ ଟାଉନ ଥାନାଧିକାରୀ ଉମାଶଙ୍କର ନାୟକଙ୍କ ନେତୃତ୍ୱରେ ୭ଦିନ ଧରି ମୁତୟନ ରହିଥିବା ୧୮ ପ୍ଲାଟୁନ ଫୋର୍ସ ଶୋଭାଯାତ୍ରାରେ ନିୟୋଜିତ ଥିଲେ। ତେବେ ୭ଦିନ ଧରି ପୂଜା ଓ ମେଳା ପାଇଁ ଚରମ୍ପା ବଜାର ପ୍ରତି ସନ୍ଧ୍ୟାରେ ଜନସମୁଦ୍ର ପାଲଟିଥିଲା। ଶେଷଦିନ ରବିବାର ସନ୍ଧ୍ୟାରେ ହୋଇଥିବା ଭିଡ଼ ସବୁବର୍ଷର ରେକର୍ଡ ଭାଙ୍ଗିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri