ଉତ୍ପାଦ ମାର୍କେଟିଂ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଜାତୀୟ କିମ୍ବା ଅନ୍ତର୍ଜାତୀୟ ବଜାରରେ କୌଣସି ଦ୍ରବ୍ୟର ଚାହିଦା ବୃଦ୍ଧି କରିବାକୁ ହେଲେ ସାମଗ୍ରୀର ଗୁଣବତ୍ତା, ଉପାଦେୟତା ଓ ଆବଶ୍ୟକ ବଜାର ଯୋଗାଣ ସହ ସେଗୁଡ଼ିକର ଠିକ୍‌ ପ୍ରଚାର ପ୍ରସାର ହେବା ଜରୁରୀ। ଦ୍ରବ୍ୟର ମାର୍କେଟିଂ ଉପରେ ଅଧିକ ଗୁରୁତ୍ୱ ଦେବାକୁ ପଡ଼ିବ ବୋଲି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି। ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ଓର୍‌ମାସ୍‌ର ମାର୍କେଟିଂ ଓ ସ୍କିଲ୍‌ ସମ୍ପର୍କିତ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସେ କହିଲେ, ପ୍ରତିଯୋଗିତାମୂଳକ ବଜାରରେ ଉତ୍ପାଦ ମାର୍କେଟିଂ ସବୁଠାରୁ ବଡ଼ ଚ୍ୟାଲେଞ୍ଜ। ସରକାରଙ୍କ ନିଯୁକ୍ତିଭିତ୍ତିକ, ଦକ୍ଷତାଭିତ୍ତିକ କାର୍ଯ୍ୟକ୍ରମ ଡିଡିୟୁ-ଜିକେୱାଇରେ କିଭଳି ଅଧିକରୁ ଅଧିକ ଗ୍ରାମୀଣ ବେରୋଜଗାର ଯୁବବର୍ଗଙ୍କୁ ତାଲିମ ଓ ନିଯୁକ୍ତି ସୁଯୋଗ ଦିଆଯାଇପାରିବ, ସେମାନେ କିଭଳି ଭାବେ ବିଭିନ୍ନ ସଂସ୍ଥାରେ ଚାକିରି କରିପାରିବେ ସେଥିପାଇଁ ସେମାନଙ୍କୁ ଉପଯୁକ୍ତ ପରାମର୍ଶ ଦେବା ଉପରେ ଜେନା ଗୁରୁତ୍ୱାରୋପ କରିଥିଲେ।
ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା କୃଷିଜାତ ଦ୍ରବ୍ୟର ଠିକ୍‌ ବିପଣନ, ଉତ୍ପାଦକ ଗୋଷ୍ଠୀ, ଉତ୍ପାଦକ କମ୍ପାନୀଗୁଡ଼ିକର ଠିକ୍‌ ପରିଚାଳନା, ନିରୀକ୍ଷଣ, ଓଡ଼ିଶାରେ ଗ୍ରାମୀଣ କାରିଗରଙ୍କ ଆର୍ଥିକ ବିକାଶ, ଉତ୍ପାଦିତ ସାମଗ୍ରୀର ବିକ୍ରିବଟା, ଗ୍ରାମାଞ୍ଚଳରେ ରାଜମିସ୍ତ୍ରି ତାଲିମ କାର୍ଯ୍ୟକ୍ରମ ସମ୍ପର୍କରେ କହିଥିଲେ। ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ସୁଜାତା କାର୍ତ୍ତିକେୟନ୍‌ ଗ୍ରାମୀଣ ଉତ୍ପାଦଗୁଡ଼ିକର ଉପଯୁକ୍ତ ମାର୍କେଟିଂ ଏବଂ ଏ ଦିଗରେ ମିଶନ ଶକ୍ତି ଓ ଓର୍‌ମାସ୍‌ର ଭୂମିକା ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ମିଶନ ଜୀବିକା ପ୍ରକଳ୍ପ ଏବଂ ମିଶନ ଶକ୍ତି ବଜାର ପାଇଁ ଓର୍‌ମାସ୍‌ ପକ୍ଷରୁ ଦୁଇଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା। ସେହିପରି ଉତ୍ତମ ବ୍ୟବସାୟିକ କାରବାର ଏବଂ ଇନୋଭେଟିଭ୍‌ ପ୍ରଡକ୍ଟ କ୍ଷେତ୍ରରେ ଶ୍ରେଷ୍ଠତା ହାସଲ କରିଥିବା ୫ଟି ଉତ୍ପାଦକ କମ୍ପାନୀକୁ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା। କର୍ମଶାଳାରେ ଓର୍‌ମାସ୍‌ ତରଫରୁ ଗୋଷ୍ଠୀଭିତ୍ତିକ ସଂସ୍ଥାଗୁଡ଼ିକର ଠିକ୍‌ ନିରୀକ୍ଷଣ ପାଇଁ ଇ-ଉତ୍ପାଦନ ପୋର୍ଟାଲର ଶୁଭାରମ୍ଭ କରାଯାଇଥିଲା। ଗ୍ରାମୀଣ ରାଜମିସ୍ତ୍ରି ତାଲିମ ପୁସ୍ତିକା ଏବଂ ଶିଶିର ସରସ ଫଟୋଚିତ୍ରକୁ ନେଇ କଫି ଟେବୁଲ ବୁକ୍‌ର ଉନ୍ମୋଚନ କରାଯାଇଥିଲ। ଓର୍‌ମାସ୍‌ର ଅତିରିକ୍ତ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ବାଦଲ କୁମାର ମହାନ୍ତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri