ଉତ୍ପାଦ ଟିକସ ସଂଗ୍ରହ ୪୮% ବୃଦ୍ଧି

ନୂଆଦିଲ୍ଲୀ,୬।୯:  ପେଟ୍ରୋଲିୟମ ସାମଗ୍ରୀ ଉପରେ କେନ୍ଦ୍ର ସରକାର ଲାଗୁ କରୁଥିବା ଉତ୍ପାଦ ଟିକସ ଆଦାୟ ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲ-ଜୁଲାଇ ଅବଧିରେ ୪୮% ବୃଦ୍ଧି ଘଟିଛି। ଚଳିତ ଆର୍ଥତ୍କ ବର୍ଷର ପ୍ରଥମ ୪ ମାସରେ ଟିକସ ଆଦାୟରେ ଏଭଳି ବୃଦ୍ଧି ଘଟିଥିବା ଜଣାପଡିଛି। ଚଳିତ ବର୍ଷ ଅଏଲ ବଣ୍ଡ୍‌ ବାବଦ ସରକାର ଯେଉଁ ଅର୍ଥ ପଇଠ କରିବାକୁ ରହିଛି ଟିକସ ଆଦାୟ ସେହି ଅର୍ଥ ତୁଳନାରେ ପ୍ରାୟ ୩ ଗୁଣ ଅଧିକ ରହିବ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ନାମ ଗୋପନ ରଖି ମତ ପ୍ରକାଶ କରିଛନ୍ତି।
କଣ୍ଟ୍ରୋଲର ଜେନେରାଲ ଅଫ୍‌ ଆକାଉଣ୍ଟସ ଡାଟା ମୁତାବକ, ଏହି ୪ ମାସରେ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପେଟ୍ରୋଲିୟମ ସାମଗ୍ରୀ ଟିକସରୁ ୧ ଲକ୍ଷ କୋଟି ଟଙ୍କା ଆଦାୟ କରିଛି। ଗତ ଆର୍ଥତ୍କ ବର୍ଷ ସମାନ ସମୟ ଅବଧିରେ ଏହା ୬୭,୮୯୫ ହଜାର କୋଟି ଟଙ୍କା ରହିଥିଲା। ଗତ ଆର୍ଥତ୍କ ବର୍ଷ ସମାନ ଅବଧି ତୁଳନାରେ ସରକାର ଅଧିକ ୩୨,୪୯୨ କୋଟି ଟଙ୍କାର ଟିକସ ଆଦାୟ କରିଛନ୍ତି। ପୂର୍ବର କଂଗ୍ରେସ ସରକାରଙ୍କ ଅମଳରେ ହୋଇଥିବା ଅଏଲ ବଣ୍ଡ ଦେୟ ବାବଦ ଚଳିତ ଆର୍ଥତ୍କ ବର୍ଷ ୧୦ ହଜାର କୋଟି ଟଙ୍କା ସରକାର ପଇଠ କରିବେ। ବର୍ତ୍ତମାନ ଅର୍ଥ ବ୍ୟବସ୍ଥା ଖୋଲୁଥିବାରୁ ପେଟ୍ରୋଲ ଏବଂ ଡିଜେଲ ବିକ୍ରି ବଢିଛି। ଉତ୍ପାଦ ଟିକସର ଅଧିକାଂଶ ଭାଗ ପେଟ୍ରୋଲ ଡିଜେଲରୁ ଆସୁଥିବା ଜଣାପଡିଛି।
ଲୋକଙ୍କୁ ବର୍ଦ୍ଧିତ ତେଲ ଦରରୁ ଆଶ୍ୱସ୍ତି ଦେବା ଲାଗି ପୂର୍ବର କଂଗ୍ରେସ ସରକାର ୧.୩୪ ଲକ୍ଷ କୋଟି ଟଙ୍କାର ଏକ ଅଏଲ ବଣ୍ଡ ଜାରି କରିଥିଲେ। ଲୋକଙ୍କୁ ସବ୍‌ସିଡି ଦରରେ ପେଟ୍ରୋଲ, ଡିଜେଲ,ଏଲ୍‌ପିଜି ଏବଂ କିରୋସିନ ଯୋଗାଣ ଦିଗରେ ଏଭଳି ପଦକ୍ଷେପ ନିଆଯାଇଥିଲା। ବର୍ତ୍ତମାନ ତେଲ ଦର ଉଚ୍ଚରେ ରହିଥିବାରୁ ଏହାକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏବଂ ପେଟ୍ରୋଲିୟମ ମନ୍ତ୍ରୀ ହରଦିପ ସିଂ ପୁରୀ ଅଏଲ ବଣ୍ଡକୁ ଦାୟୀ କରିଥିଲେ। ତେଲ ବଣ୍ଡ ଅର୍ଥ ପ୍ରଦାନ କରିବାକୁ ଥିବାରୁ ସରକାର ଉତ୍ପାଦ ଟିକସ କମାଇ ଲୋକଙ୍କୁ ଆଶ୍ୱସ୍ତି ଦେଇ ପାରିବେ ନାହିଁ ବୋଲି ସୀତାରାମନ ସ୍ପଷ୍ଟ ଭାବେ କହିଦେଇଛନ୍ତି। ସେହିଭଳି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏ ନେଇ କେନ୍ଦ୍ର ସରକାରଙ୍କୁ ଲଗାତାର ଟାର୍ଗେଟ କରିଥିବା ଜଣାପଡିଛି। ଗତ ୭ ବର୍ଷରେ ସରକାର ତେଲ ଟିକସରୁ ୩୨ ଲକ୍ଷ କୋଟି ଆଦାୟ କରିଛନ୍ତି ଯାହା ଲୁଟ ବୋଲି ରାହୁଲ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri