ସୁଯୋଗ ପର୍ଯ୍ୟାପ୍ତ, ଉତ୍ପାଦନ ଦୁର୍ବଳ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଦିନକୁ ଦିନ ଶକ୍ତି ଚାହିଦା ବଢ଼ିବାରେ ଲାଗିଛି। ତାପଜ ଓ ଜଳବିଦ୍ୟୁତ୍‌ ଭଳି ପାରମ୍ପରିକ ଶକ୍ତି ଉତ୍ସଗୁଡ଼ିକ ଉପରେ ଚାପ ବୃଦ୍ଧି ହେବା ସହ ଉତ୍ପାଦନ ଖର୍ଚ୍ଚ ବଢ଼ିଚାଲିଛି। ବିକଳ୍ପ ଭାବେ କ୍ଷୁଦ୍ର ଜଳବିଦ୍ୟୁତ୍‌ ଶକ୍ତି, ସୌର, ପବନ, ବାୟୋଗ୍ୟାସ ଭଳି ଅଣପାରମ୍ପରିକ ଶକ୍ତି ଉପରେ ଗୁରୁତ୍ୱ ଦିଆଯାଉଛି। ଓଡ଼ିଶାରେ ମଧ୍ୟ ଏଭଳି ଶକ୍ତି ଉତ୍ପାଦନ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି। ତେବେ ବିଭାଗୀୟ ଉଦାସୀନତା ଯୋଗୁ ଶକ୍ତି ଉତ୍ପାଦନ ବାଟବଣା ହୋଇଛି। ଅକ୍ଷୟ ଶକ୍ତି ବିକାଶ ସଂସ୍ଥା(ଓରେଡା) ଏବଂ ସବୁଜ ଶକ୍ତି ନିଗମ(ଜେଡ୍‌କଲ)ର ଉଦାସୀନତା ଯୋଗୁ ରାଜ୍ୟରେ ଅଣପାରମ୍ପରିକ ଶକ୍ତିର ବିକାଶ ଆଖିଦୃଶିଆ ହୋଇପାରୁ ନାହିଁ। କେବଳ ସେତିକି ନୁହେଁ, ପ୍ରକଳ୍ପ ପାଇଁ ସମ୍ପୂର୍ଣ୍ଣ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ ଏବଂ ଜମି ଯୋଗାଡ଼ କରିବାରେ ଅକ୍ଷମତା ଯୋଗୁ କେନ୍ଦ୍ରୀୟ ସହାୟତା ମଧ୍ୟ ହରାଇବାକୁ ପଡ଼ିଛି। ଦୀର୍ଘ ବର୍ଷ ଧରି ପ୍ରକଳ୍ପ କାର୍ଯ୍ୟ ଆଗେଇପାରୁ ନାହିଁ।

ଓଡ଼ିଶାରେ ଅଣପାରମ୍ପରିକ ଶକ୍ତି ବିକାଶ ପାଇଁ ରାଜ୍ୟ ସରକାର ଅକ୍ଷୟ ଶକ୍ତି ନୀତି-୨୦୧୬ କାର୍ଯ୍ୟକାରୀ କରିଥିଲେ। ରାଜ୍ୟରେ ୨୭,୭୨୭ ମେଗାଓ୍ବାଟ ବିଦ୍ୟୁତ୍‌ ଉତ୍ପାଦନ ସମ୍ଭାବନା ରହିଛି। ସେଥିରୁ ସୌରଶକ୍ତି ୨୫.୭୮୦, ପବନ ୧୩୮୪, କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପ(ଏସ୍‌ଏଚ୍‌ଇପି) ୨୯୫, ବାୟୋମାସ ୨୪୬ ଏବଂ ବର୍ଜ୍ୟବସ୍ତୁରୁ ଶକ୍ତି(ଡବ୍ଲ୍ୟୁଟିଇ) ୨୨ ମେଗାଓ୍ବାଟ ଉତ୍ପାଦନ ଆକଳନ କରାଯାଇଛି। ଅକ୍ଷୟ ଶକ୍ତି ନୀତି ଅନୁଯାୟୀ ୨୦୨୨ ସୁଦ୍ଧା ୨୭୫୦ ମେଗାଓ୍ବାଟ ଶକ୍ତି ଉତ୍ପାଦନ କରିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଥିଲା। ମାତ୍ର ବିଡ଼ମ୍ବନାର ବିଷୟ ୨୦୧୯ ସୁଦ୍ଧା ମାତ୍ର ୧୯୫ ମେଗାଓ୍ବାଟ ଉତ୍ପାଦନ ହୋଇଛି। ଅର୍ଥାତ୍‌ ଲକ୍ଷ୍ୟର ମାତ୍ର ୭.୦୯ ପ୍ରତିଶତ ଉତ୍ପାଦନ ହୋଇପାରିଛି। ଅନ୍ୟପକ୍ଷରେ ୨୦୧୪ରେ ଦେଶରେ ସୌରଶକ୍ତି ଉତ୍ପାଦନ ବୃଦ୍ଧି ଲକ୍ଷ୍ୟରେ କେନ୍ଦ୍ର ସରକାର ସୋଲାର ପାର୍କ ଓ ଅଲଟ୍ରା ସୋଲାର ପାଓ୍ବାର ପ୍ରକଳ୍ପ ଆରମ୍ଭ କରିଥିଲେ। ରାଜ୍ୟରେ ଏହି ପ୍ରକଳ୍ପ ସ୍ଥାପନ କରି ରାଜ୍ୟ ସରକାର ଘରୋଇ ସଂସ୍ଥା ଜରିଆରେ ୫୦୦ ମେଗାଓ୍ବାଟ ସୌରଶକ୍ତି ଉତ୍ପାଦନ କରିଥାଆନ୍ତେ। କେନ୍ଦ୍ର ସରକାର ଏଥିପାଇଁ ପ୍ରତି ମେଗାଓ୍ବାଟକୁ ୨୦ଲକ୍ଷ ଅର୍ଥାତ୍‌ ପ୍ରକଳ୍ପ ପାଇଁ ୩୦ ପ୍ରତିଶତ ଟଙ୍କା ପ୍ରଦାନ କରିଥାଆନ୍ତେ। ଅନୁମୋଦନ ହେବାର ୧୮ ମାସ ମଧ୍ୟରେ ପ୍ରକଳ୍ପ ଆରମ୍ଭ କରିବା କଥା। କେନ୍ଦ୍ର ସରକାର ୨୦୧୫ରେ ପ୍ରକଳ୍ପକୁ ଅନୁମୋଦନ କରିଥିଲେ। ୨୦୧୮ରେ ଜେଡ୍‌କଲ ୨୭୫ ମେଗାଓ୍ବାଟ ସୌରଶକ୍ତି ପ୍ରକଳ୍ପ ପାଇଁ ରିପୋର୍ଟ ପ୍ରସ୍ତୁତ କରିଥିଲେ। ୩୫ ମାସ ପରେ ମଧ୍ୟ ଏହି ପ୍ରକଳ୍ପ ପାଇଁ ଜମି ଯୋଗାଡ଼ କରିପାରି ନ ଥିଲା। ଫଳରେ ରାଜ୍ୟରେ ଏହି ପ୍ରକଳ୍ପ ହୋଇପାରି ନ ଥିବା ସିଏଜି ରିପୋର୍ଟରେ ଉଲ୍ଲେଖ କରିଛନ୍ତି।

କେବଳ ସେତିକି ନୁହେଁ, ଗ୍ରୀଡ୍‌ ସଂଯୁକ୍ତ ଅକ୍ଷୟ ଶକ୍ତି ପ୍ରୋତ୍ସାହନ ପାଇଁ ୨୦୧୫ରେ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ୩୮.୧୦ କୋଟି ଟଙ୍କା ପ୍ରଦାନ କରିଥିଲେ। ଓଡ଼ିଶା ପାଓ୍ବାର ଟ୍ରାନ୍ସମିଶନ କର୍ପୋରେଶନ ଲିମିଟେଡ (ଓପିଟିସିଏଲ୍‌) ଏବଂ ଓଡ଼ିଶା ହାଇଡ୍ରୋ ପାଓ୍ବାର କର୍ପୋରେଶନ ଲିମିଟେଡ (ଓଏଚ୍‌ପିସି)ର ୭ଟି ଗ୍ରୀଡ୍‌ ସବ୍‌ଷ୍ଟେଶନ ଓ ଶକ୍ତି ଉତ୍ପାଦନ ସ୍ଥାନରେ ୧୬.୪ ମେଗାଓ୍ବାଟ କ୍ଷମତା ବିଶିଷ୍ଟ ସୋଲାର ପ୍ଲାଣ୍ଟ ସ୍ଥାପନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ପ୍ରକଳ୍ପର ଟେଣ୍ଡର କାର୍ଯ୍ୟ ଜେଡ୍‌କଲ ଉପରେ ନ୍ୟସ୍ତ କରାଯାଇଥିଲା। ତେବେ ଜେଡ୍‌କଲ ସୌର ପ୍ରକଳ୍ପ ସ୍ଥାପନ ପାଇଁ କୌଣସି ପଦକ୍ଷେପ ନ ନେବାରୁ ତାହା କାର୍ଯ୍ୟକାରୀ ହୋଇପାରି ନାହିଁ। ଫଳରେ ଗତ ୩ ବର୍ଷ ଧରି ଉକ୍ତ ଅର୍ଥ ବିନିଯୋଗ ନ ହୋଇ ପଡ଼ିରହିଛି। କେବଳ ସୌରଶକ୍ତି ନୁହେଁ, ପବନ, କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପ ଏବଂ ବାୟୋମାସ୍‌ ପ୍ରକଳ୍ପ ମଧ୍ୟ ଅନ୍ଧକାର ଭିତରକୁ ଚାଲିଯାଇଛି। ୨୦୨୨ ସୁଦ୍ଧା ରାଜ୍ୟରେ ପବନ ଶକ୍ତିରୁ ୨୦୦ ମେଗାଓ୍ବାଟ, କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପରୁ ୧୫୦ ଏବଂ ବାୟୋମାସ୍‌ରୁ ୧୬୦ ମେଗାଓ୍ବାଟ ଶକ୍ତି ଉତ୍ପାଦନ କରିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଥିଲା। ଓରେଡା ଏବଂ ଶକ୍ତି ବିଭାଗର ଉଦାସୀନତା ଯୋଗୁ ଏହି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇନାହିଁ। ସବୁଠାରୁ ଆଶ୍ଚର୍ଯ୍ୟର କଥା ଯେ ରାଜ୍ୟ ସରକାର ଅକ୍ଷୟ ଶକ୍ତି ପ୍ରକଳ୍ପର ସମୀକ୍ଷା କରିବା ପାଇଁ ୨୦୧୭ ଜାନୁୟାରୀରେ ଅକ୍ଷୟ ଶକ୍ତି କ୍ଷମତାସମ୍ପନ୍ନ କମିଟି ଗଠନ କରିଥିଲେ। ସେହି କମିଟି ଗଠନ ହେବା ପରଠାରୁ ଥରୁଟିଏ ମଧ୍ୟ ବସି ନାହିଁ। ଜେଡ୍‌କଲର ଜଣେ ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁଯାୟୀ ବୌଦ୍ଧ ଜିଲାର ମନମୁଣ୍ଡାଠାରେ ୨୦ ମେଗାଓ୍ବାଟ ସୌର ପ୍ରକଳ୍ପ ଆରମ୍ଭ ହୋଇଥିବା ବେଳେ ବାଲେଶ୍ୱର ଜିଲାର ବାହାନଗା ଏବଂ ଭୋଗରାଇଠାରେ ୧ ହଜାର ମେଗାଓ୍ବାଟ ସୌରଶକ୍ତି ପ୍ରକଳ୍ପ ପାଇଁ ୪ ହଜାର ଏକର ଜାଗା ଚିହ୍ନଟ ହୋଇଥିବାବେଳେ ରାଜ୍ୟର ଅନ୍ୟ ଜିଲାରେ ସୌର ପ୍ରକଳ୍ପ ପାଇଁ ଜମି ଚିହ୍ନଟ ପ୍ରକି୍ରିୟା ଚାଲିଛି। ଏହାଛଡ଼ା ରାଜ୍ୟର ବିଭିନ୍ନ ସହରାଞ୍ଚଳ ଛାତ ଉପରେ ୧୦ ମେଗାଓ୍ବାଟ ସୌରଶକ୍ତି ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri