ଟାଟା ଷ୍ଟିଲ୍‌କୁ ଉତ୍ପାଦକତା ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୧୬।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ‘ଉତ୍ପାଦକତା ଉତ୍କର୍ଷ ପୁରସ୍କାର’ ଦିଆଯାଇଛି। ଏପରିକି କମ୍ପାନୀର ଫେରୋ ଆଲଏଜ୍‌ ଆଣ୍ଡ ମିନେରାଲ୍ସ ଡିଭିଜନ(ଏଫ୍‌ଏଏମ୍‌ଡି)କୁ ଏହି ପୁରସ୍କାର ଉତ୍ପାଦକତା ଦିବସ-୨୦୨୪ ପାଳନ ସମାରୋହରେ ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ରାଜ୍ୟ ଉତ୍ପାଦକତା ପରିଷଦ ପକ୍ଷରୁ ଜାତୀୟ ଉତ୍ପାଦକତା ପରିଷଦ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କମ୍ପାନୀର ସୁକିନ୍ଦା କ୍ରୋମାଇଟ୍‌ ଖଣି ମୁଖ୍ୟ ଦେବରାଜ ତିୱାରୀ,ଲଜିଷ୍ଟିକ୍ସ ମୁଖ୍ୟ ଅମିତ ଚୌବେ, ସପ୍ଲାଏ ଚେନ୍‌ ସିନିୟର ଏରିଆ ମ୍ୟାନେଜର ସୌମ୍ୟ ବସୁ, ଆଇଟି ବିଭାଗ ଡେପୁଟି ମ୍ୟାନେଜର ଦେବଜ୍ୟୋତି ପତି ପ୍ରମୁଖ ସମ୍ମାନ ସମାରୋହରେ ଯୋଗ ଦେଇ ଏହି ପୁରସ୍କାର ଗ୍ରହଣ କରିଥିଲେ।
ସେହିଭଳି ଚଳିତ ବର୍ଷ ଫେବୃଆରୀରେ ‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଉତ୍ପାଦକତା’ ଶୀର୍ଷକ ବିଷୟ୍‌ବସ୍ତୁ ଉପରେ ଆୟୋଜିତ ଏକ ଭର୍ଚୁଆଲ୍‌ ପ୍ରତିଯୋଗିତା ପାଇଁ ଉପସ୍ଥାପନା ଆଧାରରେ ଏଫ୍‌ଏଏମ୍‌ଡିକୁ ଏହି ସମ୍ମାନଜନକ ପୁରସ୍କାର ବର୍ଗରେ ମନୋନୀତ କରାଯାଇଥିଲା।

ଏ ସମ୍ପର୍କରେ ଏଫ୍‌ଏଏମ୍‌ଡିର ଏକଜିକ୍ୟୁଟିଭ ଇନ୍‌ଚାର୍ଜ ପଙ୍କଜ ସତିଜା କହିଛନ୍ତି,ଏହି ପୁରସ୍କାର ଆମର ସମସ୍ତ ଅଂଶୀଦାରଙ୍କ ପାଇଁ ଏକ ସମ୍ମାନ ହୋଇଥିଲାବେଳେ ଏକ ଦୀର୍ଘସ୍ଥାୟୀ ଅଭିବୃଦ୍ଧି ତଥା ମୂଲ୍ୟବୋଧ ସୃଷ୍ଟି କରିବା ଲାଗି ଅତ୍ୟାଧୁନିକ ଜ୍ଞାନକୌଶଳର ଉପଯୋଗ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ ରହିଛୁ। ଏପରିକି ନୂତନ ଓ ଅଭିନବ ପଦକ୍ଷେପ ମାଧ୍ୟମରେ ଉତ୍ପାଦକତା ବୃଦ୍ଧି ଏବଂ ଜଳ ପରିଚାଳନା ପାଇଁ ଆମର ନିରନ୍ତର ପ୍ରୟାସକୁ ଏହି ପୁରସ୍କାର ପ୍ରତିଫଳିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

Gold Rate: ଲକ୍ଷେ ତଳକୁ ଖସିଆସିବ ସୁନା ଦର? ବିଶେଷଜ୍ଞ କହିଦେଲେ ତାରିଖ!

ସୁନା ଦର ଲକ୍ଷେ ଟଙ୍କା ତଳକୁ ଖସିବ? ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ବଜାରରେ ଅସ୍ଥିରତା ରହିଥାଏ, ତେବେ ଆହୁରି ଟିକିଏ ହ୍ରାସ ହୋଇପାରେ। ତଥାପି, ହଠାତ୍…

ଦଶମ ପାସ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ: ରେଳବାଇରେ ଆସିଲା ବମ୍ପର ନିଯୁକ୍ତି

ନୂଆଦିଲ୍ଲୀ,୨୧।୩: ଦକ୍ଷିଣ କେନ୍ଦ୍ରୀୟ ରେଳବାଇ ହଜାର ହଜାର ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏହି ସୁଯୋଗ ବିଶେଷ ଭାବରେ ଦଶମ ଶ୍ରେଣୀ ପାସ କରିଥିବା…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri