Posted inଜାତୀୟ

ଟିକା ପ୍ରମାଣପତ୍ରରେ ମୋଦିଙ୍କ ଫଟୋ ଦେଖି ପ୍ରଫେସର କହିଲେ, ମୁଁ ନେବି ନାହିଁ ଟିକା

ଚଣ୍ଡିଗଡ଼, ୨୯।୪: ଟିକା ପ୍ରମାଣପତ୍ର ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଯୋଗୁ ପଞ୍ଜାବର ଜଣେ ପୂର୍ବତନ ପ୍ରଫେସର ଏହି ଟିକା ପାଇବାକୁ ମନା କରି ଦେଇଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋକୁ ପ୍ରମାଣପତ୍ର ଉପରେ ଜବରଦସ୍ତ ରଖାଯାଇଛି। କେବଳ ଏତିକି ନୁହେଁ, ସେ ରାଜ୍ୟ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ମଧ୍ୟ ଏକ ଚିଠି ଲେଖିଛନ୍ତି। ଏହାପୂର୍ବରୁ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ପିଏମ ମୋଦିଙ୍କ ସାର୍ଟିଫିକେଟ ଫଟୋକୁ ନେଇ ବିବାଦ ଲାଗି ରହିଥିଲା। ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ଚମନଲାଲଙ୍କୁ ଏପର୍ଯ୍ୟନ୍ତ କରୋନା ଟିକା ନେଇନାହାନ୍ତି। ଟିକା ନେବାପରେ ଲୋକଙ୍କୁ ଦିଆଯାଉଥିବା ପ୍ରମାଣପତ୍ରରେ ମୋଦିଙ୍କ ଫଟୋ ରହିବାର ଏହା ପଛର କାରଣ ସେ କହିଛନ୍ତି। ସେ କହିଛନ୍ତି ଯେ ଏହି ଡକ୍ୟୁମେଣ୍ଟରେ ଜଣେ ଡାକ୍ତରୀ ଅଧିକାରୀଙ୍କ ଦସ୍ତଖତ ରହିବା ଉଚିତ୍‌। ୭୪ ବର୍ଷିୟ ଚମନଲାଲ କହିଛନ୍ତି ଯେ, ତାଙ୍କୁ ଟିକା ନେବା ଆବଶ୍ୟକ, କିନ୍ତୁ ଏହି ବ୍ୟକ୍ତିଗତ ତଥା ସାମାଜିକ ଆପତ୍ତି କାରଣରୁ ସେ କୌଣସି ଡୋଜ ନେଇ ନାହାଁନ୍ତି।

ଖବର ଅନୁଯାୟୀ, ଚମନଲାଲ କହିଛନ୍ତି ଯେ ଅନ୍ୟ ଦେଶରେ ଦିଆଯାଇଥିବା କୌଣସି ଟିକା ପ୍ରମାଣପତ୍ରରେ ରାଜନୈତିକ ନେତାଙ୍କ ଫଟୋ ନାହିଁ। କ୍ଷମତାରେ ବସିଥିବା ନେତାଙ୍କ ଫଟୋ ସହିତ ଭାରତର ଲୋକଙ୍କୁ ପ୍ରମାଣପତ୍ର ଦିଆଯାଉଛି। ଟିକା ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ହଟାଇବାକୁ ସେ ପଞ୍ଜାବ ସରକାରଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri