ଭିସୁଟ୍‌ର ନୂଆ କୁଳପତି ନିଯୁକ୍ତ ହେଲେ ପ୍ରଫେସର ଦୀପକ କୁମାର ସାହୁ

ସମ୍ବଲପୁର,୮ା୨(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ ନୂତନ କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁ ନିଯୁକ୍ତ ହୋଇଛନ୍ତି। ଓଡ଼ିଶାର ରାଜ୍ୟପାଳ ତଥା କୁଳାଧିପତି ଡ. ହରିବାବୁ କମ୍ଭମ୍‌ପତି ଶନିବାର ୫୯ ବର୍ଷ ବୟସ୍କ ପ୍ରଫେସର ସାହୁଙ୍କୁ ଭିସୁଟର ନୂତନ କୁଳପତି ନିଯୁକ୍ତ କରିଛନ୍ତି। ପ୍ରଫେସର ସାହୁ ବର୍ତ୍ତମାନ କୋଚିନ ବିଜ୍ଞାନ ଓ ପ୍ରଯୁକ୍ତି ବିଶ୍ବବିଦ୍ୟାଳୟର ସ୍କୁଲ ଅଫ୍‌ ଇଂଜିନିୟରିଂରେ ପ୍ରଫେସର ଭାବେ କାର୍ଯ୍ୟରତ ଅଛନ୍ତି।
ଓୟୁଟିଆର୍‌ରେ ବିଏମ୍‌ସି ଇଂଜିନିୟରିଂ (ସିଭିଲ)ରେ ଡିଗ୍ରୀ ହାସଲ ପରେ ପ୍ରଫେସର ସାହୁରେ ଏମ୍‌ଟେକ୍‌ କରିଥିଲେ। ଏହାବାଦ ସେ ଆଇଆଇଟି ରୁର୍କିରୁ ପିଏଚ୍‌ଡି ହାସଲ କରିଥିଲେ। ଫ୍ରାନ୍ସର ସାହୁ ଆଇନର ଏଲ୍‌ଏଲ୍‌ବି ଡିଗ୍ରୀ ମଧ୍ୟ ହାସଲ କରିଛନ୍ତି। ଶିକ୍ଷାଦାନ କ୍ଷେତ୍ରରେ ପ୍ରଫେସର ସାହୁଙ୍କର ୨୪ବର୍ଷର ଅଭିଜ୍ଞତା ମଧ୍ୟରୁ ପ୍ରଫେସର ଭାବେ ୧୪ବର୍ଷର ଅଭିଜ୍ଞତା ରହିଛି। ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ, ବିଭାଗୀୟ ମୁଖ୍ୟ, ବୋର୍‌ ଅଫ ଷ୍ଟଡିଜର ଅଧ୍ୟକ୍ଷ, ଡିନ ଅଫ୍‌ ଫାକଲ୍ଟି, ଏକାଡେମିକ କାଉନ୍ସିଲ ସଦସ୍ୟ, ସିନେଟ୍‌ ସଦସ୍ୟ ଆଦି ବିଭିନ୍ନ କ୍ଷେତ୍ରରେ ପ୍ରଫେସର ସାହୁଙ୍କ ଏକାଧିକ ପ୍ରଶାସନିକ ଅଭିଜ୍ଞତା ମଧ୍ୟ ରହିଛି। ଶିକ୍ଷାଗତ ସଫଳତା ମଧ୍ୟରେ ପ୍ରଫେସର ସାହୁ ପୁସ୍ତକର ସମ୍ପାଦନା ଓ ପ୍ରକାଶନ ସହିତ ୬ଟି ସନ୍ଦର୍ଭର ସମୀକ୍ଷା ଓ ୩୫ଟି ଜର୍ଣ୍ଣାଲ ଓ ପୁସ୍ତକରେ ସନ୍ଦର୍ଭ ପ୍ରକାଶନରେ ପ୍ରମୁଖ ଭୂମିକା ରହିଛି। ପ୍ରଫେସର ସାହୁଙ୍କ ଅଧୀନରେ ୬ଜଣ ଗବେଷକ ସଫଳତାର ସହ ପିଏଚ୍‌ଡି ହାସଲ କରିଥିବା ଜଣାପଡ଼ିଛି। କୁଳପତି ଭାବେ ପ୍ରଫେସର ସାହୁଙ୍କ ନିଯୁକ୍ତି ଭିସୁଟ୍‌ର ଶୈକ୍ଷିକ ନେତୃତ୍ୱରେ ଗୁରୁତ୍ୱପୂର୍ଣ୍ଣ ବିକାଶ ସହିତ ବିଭିନ୍ନ କ୍ଷେତ୍ରରେ ତାଙ୍କର ଦକ୍ଷତା ବିଶ୍ୱବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତିରେ ସହାୟକ ହେବ ବୋଲି ଆଶା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

ପାଗଳ ବିଲୁଆ ଆତଙ୍କ: ଶିକ୍ଷୟିତ୍ରୀଙ୍କ ସହ ଏକାଧିକ ଲୋକ ଓ ପ୍ରାଣୀସମ୍ପଦ ଗୁରୁତର,ବନ ବିଭାଗ ଚୁପ

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଗ୍ରୀନବାଡି ସମେତ ତାର ଆଖପାଖ ଅଞ୍ଚଳରେ ଗତ ୨ ଦିନ ହେଲା ପାଗଳ ବିଲୁଆ କାମୁଡ଼ାରେ ଏକାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri