ପରିଦର୍ଶନ କଲେ ଆୟର୍ଲାଣ୍ଡ ପ୍ରଫେସର ଲେଡିଆ ଗୁଜି

ଭବାନୀପାଟଣା,୨୭।୧୨(ସ୍ବ.ପ୍ର.): ଭବାନୀପାଟଣା ପୁରୁଣା ସିନେମା ହଲ ଛକଠାରେ ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ନିର୍ମିତ ଜନଜାତି ସାଧନ କେନ୍ଦ୍ର ସୋମବାର ୟୁନିଭରସିଟି ଅଫ ଆୟର୍ଲାଣ୍ଡର ପ୍ରଫେସର ଲେଡିଆ ଗୁଜି ପରିଦର୍ଶନ କରିଛନ୍ତି। ନୃତତ୍ତ୍ୱ ବିଭାଗରେ କାର୍ଯ୍ୟରତ ପ୍ରଫେସର ଗୁଜି ଜନଜାତି ସାଧନ କେନ୍ଦ୍ରରେ ଥିବା ବିଭିନ୍ନ ଅଳଙ୍କାର, ଖାଦ୍ୟଶସ୍ୟ, କୃଷି ଉପକରଣ, ହସ୍ତଶିଳ୍ପ ସାମଗ୍ରୀ, ଅସ୍ତ୍ରଶସ୍ତ୍ର, ବାଦ୍ୟଯନ୍ତ୍ର ଆଦି ବୁଲି ଦେଖିବା ସହ ସେ ସମ୍ପର୍କରେ ପଚାରିବୁଝିଥିଲେ। ଏଥିସହ କଳାହାଣ୍ଡିର ଆଦିବାସୀ ସଂସ୍କୃତି ଓ ପରମ୍ପରା ଉପରେ କେନ୍ଦ୍ରର ଗାଇଡ ଡିଲେଶ୍ୱର ରଣାଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ପ୍ରଫେସର ଗୁଜିଙ୍କ ସହଯୋଗୀ ନିକୋଲାସ ପାପତ୍ରିଓ, କଳାହାଣ୍ଡି ବିଶ୍ବବିଦ୍ୟାଳୟ ନୃତତ୍ତ ବିଭାଗ ମୁଖ୍ୟ, ସହକାରୀ ପ୍ରଫେସର ଓ ଅଧ୍ୟାପକମାନଙ୍କ ସମେତ ଯୁବ ଗାଳ୍ପିକ ତଥା ସରିଆଁ ସିଆରସିସି ସୁଧୀର କୁମାର ଧଙ୍ଗଡ଼ାମାଝି, ଉଛଲା ସିଆରସିସି ଅଜିତ କୁମାର ପଧାନ ପ୍ରମୁଖ ଉପସ୍ଥିତ ରହିଥିଲେ। ଜିଲା ଶିକ୍ଷା ବିଭାଗ ଦ୍ୱାରା କରାଯାଇଥିବା ଏହି ଉଦ୍ୟମ ପାଇଁ ଜିଲା ଶିକ୍ଷାଧିକାରୀ ସୁଶାନ୍ତ କୁମାର ଚୋପଦାର ଓ ଜନଜାତି ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶଙ୍କୁ ପ୍ରଫେସର ଗୁଜି ସାଧୁବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri