ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ଏନ୍‌. ସି. ପଣ୍ଡା

କୋରାପୁଟ,୨।୫(ଅମିତାଭ ବେହେରା ): ବିଶିଷ୍ଟ ସଂସ୍କୃତ ପଣ୍ଡିତ ତଥା ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଶିକ୍ଷାବିତ ପ୍ରଫେସର ନରସିଂହ ଚରଣ ପଣ୍ଡା ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ)ର ଭାରପ୍ରାପ୍ତ କୁଳପତି ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏନେଇ ଗତ ଏପ୍ରିଲ ୩୦ ତାରିଖରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ଦ୍ବାରା ଜାରି ହୋଇଥିବା ଏକ ପତ୍ର କ୍ରମେ ୨୦୨୫ ମେ’ ୧ ତାରିଖରେ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାରଙ୍କ ଦ୍ୱାରା ଏକ ସରକାରୀ ଆଦେଶ ଜାରି ହୋଇଥିଲା। ନୂଆ କୁଳପତି ଦାୟିତ୍ୱ ଗ୍ରହଣ କରିବା ପର୍ଯ୍ୟନ୍ତ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବର୍ତ୍ତମାନ ସିୟୁଓର ବରିଷ୍ଠ ପ୍ରଫେସର ତଥା ସମସ୍ତ ସ୍କୁଲର ଡିନ୍‌ ପ୍ରଫେସର ପଣ୍ଡା ଏହି ପଦବୀରେ କାର୍ଯ୍ୟ କରିବେ। କୁଳପତି ପଦରୁ ପ୍ରଫେସର ଚକ୍ରଧର ତ୍ରିପାଠୀ ଇସ୍ତଫା ଦେବା ପରେ ତାଙ୍କୁ ଏହି ନିଯୁକ୍ତି ଦିଆଯାଇଛି। ତାଙ୍କ ଇସ୍ତଫାକୁ ଭାରତର ମହାମହିମ ରାଷ୍ଟ୍ରପତି ଗ୍ରହଣ କରିଛନ୍ତି।

ପ୍ରଫେସର ତ୍ରିପାଠୀ ସେପ୍ଟେମ୍ବର ୨୬, ୨୦୨୨ ରେ ସିୟୁଓରେ କୁଳପତି ଭାବେ ଯୋଗ ଦେଇଥିଲେ।
ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଫେସର ପଣ୍ଡା ବିଶ୍ୱବିଦ୍ୟାଳୟ ସମୁଦାୟକୁ ସମ୍ବୋଧିତ କରି କହିଛନ୍ତି, ଏହା ବିଶ୍ୱବିଦ୍ୟାଳୟ ପାଇଁ ଏକ ଆହ୍ବାନପୂର୍ଣ୍ଣ ସମୟ ଏବଂ ସାମୂହିକ ପ୍ରୟାସ ଦ୍ୱାରା ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଫେସର ପଣ୍ଡା ବିଶ୍ୱବିଦ୍ୟାଳୟ ସମୁଦାୟକୁ ସମ୍ବୋଧିତ କରି କହିଥିଲେ, ଏହା ବିଶ୍ୱବିଦ୍ୟାଳୟ ପାଇଁ ଏକ ଆହ୍ବାନପୂର୍ଣ୍ଣ ସମୟ ଏବଂ ସାମୂହିକ ପ୍ରୟାସ ଦ୍ୱାରା ହିଁ ଆମେ ଆଗକୁ ବଢ଼ିପାରିବା। ବିଶ୍ବବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ, ଅଧିକାରୀ, କର୍ମଚାରୀ, ଗବେଷକ, ଛାତ୍ର-ଛାତ୍ରୀ ଓ ସମସ୍ତ ଅଂଶୀଦାରଙ୍କ ଠାରୁ ଆନ୍ତରିକ ସମର୍ଥନ ପାଇଁ ସେ ଆହୱାନ ଦେଇଥିଲେ ବୋଲି ବିଶ୍ବବିଦ୍ୟାଳୟର ଲୋକସମ୍ପର୍କ ଅଧିକାରୀ ଏକ ପ୍ରେସ ଇସ୍ତାହାରରେ ସୂଚନା ଦେଇଛନ୍ତି ।

ସୂଚନା ଥାଉକି, ପ୍ରଫେସର ପଣ୍ଡା ୨୩ ଜାନୁଆରୀ ୨୦୨୩ରେ ସଂସ୍କୃତ ବିଭାଗରେ ନିୟମିତ ପ୍ରଫେସର ଭାବେ ସିୟୁଓରେ ଯୋଗ ଦେଇଥିଲେ। ସିୟୁଓରେ ସେ କୁଳପତି ଆଇ/ସି,ରେଜିଷ୍ଟ୍ରାର ଆଇ/ସି ଫାଇନାନ୍ସ ଅଫିସର ଆଇ/ସି ଏବଂ ଆଇକ୍ୟୁଏସି ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?