ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା: ୨ ସନ୍ଦିଗ୍ଧ ଅଟକ

ଦିଗପହଣ୍ଡି,୨୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ସକାଳେ ଜଣେ ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ବନ୍ଥପଲ୍ଲୀ ଗାଁର ବଚ୍ଚନ ସ୍ବାଇଁ। ଗାଁ ମଣ୍ଡପରେ ବଚ୍ଚନ ତାଙ୍କ କିଛି ସାଙ୍ଗଙ୍କ ସହ ସକାଳରେ ତାସ ଖେଳୁଥିବା ବେଳେ ପୂର୍ବ ଯୋଜନା ପ୍ରକାରେ ୪ ଯୁବକ ଘଟଣାସ୍ଥଳରେ ପହଞ୍ଚି ବଚ୍ଚନଙ୍କୁ ପ୍ରଥମେ ଠେଙ୍ଗାରେ ଅତର୍କିତ ଆକ୍ରମଣ କରିଥିଲେ। ବଚ୍ଚନ ଜୀବନ ବିକଳରେ ଗାଁ ରାସ୍ତାରେ ଦୌଡିବା ବେଳେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଗାଁ ରାସ୍ତାରେ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ଜଣେ ଯୁବକ ବଚ୍ଚନଙ୍କ ପେଟକୁ ଏକାଧିକ ଥର ଛୁରି ଭୁସି ଥିଲେ। ଖବରପାଇ ବଚ୍ଚନଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଗାଁରୁ ଫେରାର ହେବା ପାଇଁ ସୁଯୋଗରେ  ଥିବା ୨ ସନ୍ଦିଗ୍ଧଙ୍କୁ ଥାନାକୁ ଆଣି ମାରାଥନ ଜେରା ଚଳାଇଛନ୍ତି। ବଚ୍ଚନଙ୍କ ନାଁ ରେ ଦିଗପହଣ୍ଡି ଥାନା ସମେତ ବ୍ରହ୍ମପୁର ସଦର ଥାନା ଏବଂ ଗୋଳନ୍ଥରା ଥାନା ରେ ୨୦ରୁ ଉଦ୍ଧର୍‌ବ ସଙ୍ଗୀନ ମାମଲା ରହିଥିବା ଆଇ ଆଇ ସି କହିଛନ୍ତି। ଘଟଣାସ୍ଥଳରୁ ପୋଲିସ ରକ୍ତଭିଜା ମାଟି ସଂଗ୍ରହ କରି ପରୀକ୍ଷା ନିମନ୍ତେ ଫରେନ୍‌ସିକ ଲାବ୍ରୋଟରିକୁ ପଠାଇଛନ୍ତି। ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ରନାଥ ମୁର୍ମୁଙ୍କ ସହ ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଥ୍ୟ ସଂଗ୍ରହ କରି ଫେରିଛନ୍ତି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରାଯାଇଛି। ଖୁବ ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ଏସଡିପିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri