ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା: ୨ ସନ୍ଦିଗ୍ଧ ଅଟକ

ଦିଗପହଣ୍ଡି,୨୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ସକାଳେ ଜଣେ ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ବନ୍ଥପଲ୍ଲୀ ଗାଁର ବଚ୍ଚନ ସ୍ବାଇଁ। ଗାଁ ମଣ୍ଡପରେ ବଚ୍ଚନ ତାଙ୍କ କିଛି ସାଙ୍ଗଙ୍କ ସହ ସକାଳରେ ତାସ ଖେଳୁଥିବା ବେଳେ ପୂର୍ବ ଯୋଜନା ପ୍ରକାରେ ୪ ଯୁବକ ଘଟଣାସ୍ଥଳରେ ପହଞ୍ଚି ବଚ୍ଚନଙ୍କୁ ପ୍ରଥମେ ଠେଙ୍ଗାରେ ଅତର୍କିତ ଆକ୍ରମଣ କରିଥିଲେ। ବଚ୍ଚନ ଜୀବନ ବିକଳରେ ଗାଁ ରାସ୍ତାରେ ଦୌଡିବା ବେଳେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଗାଁ ରାସ୍ତାରେ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ଜଣେ ଯୁବକ ବଚ୍ଚନଙ୍କ ପେଟକୁ ଏକାଧିକ ଥର ଛୁରି ଭୁସି ଥିଲେ। ଖବରପାଇ ବଚ୍ଚନଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଗାଁରୁ ଫେରାର ହେବା ପାଇଁ ସୁଯୋଗରେ  ଥିବା ୨ ସନ୍ଦିଗ୍ଧଙ୍କୁ ଥାନାକୁ ଆଣି ମାରାଥନ ଜେରା ଚଳାଇଛନ୍ତି। ବଚ୍ଚନଙ୍କ ନାଁ ରେ ଦିଗପହଣ୍ଡି ଥାନା ସମେତ ବ୍ରହ୍ମପୁର ସଦର ଥାନା ଏବଂ ଗୋଳନ୍ଥରା ଥାନା ରେ ୨୦ରୁ ଉଦ୍ଧର୍‌ବ ସଙ୍ଗୀନ ମାମଲା ରହିଥିବା ଆଇ ଆଇ ସି କହିଛନ୍ତି। ଘଟଣାସ୍ଥଳରୁ ପୋଲିସ ରକ୍ତଭିଜା ମାଟି ସଂଗ୍ରହ କରି ପରୀକ୍ଷା ନିମନ୍ତେ ଫରେନ୍‌ସିକ ଲାବ୍ରୋଟରିକୁ ପଠାଇଛନ୍ତି। ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ରନାଥ ମୁର୍ମୁଙ୍କ ସହ ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଥ୍ୟ ସଂଗ୍ରହ କରି ଫେରିଛନ୍ତି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରାଯାଇଛି। ଖୁବ ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ଏସଡିପିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri