ଛାତ୍ରୀଙ୍କୁ ଅସଦାଚରଣ କରି ଫସିଲେ ଅର୍ଥନୀତି ବିଭାଗର ଅଧ୍ୟାପକ, ହେଲେ ଗିରଫ

ବରୀ,୧୮।୩(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ ଅଧିନସ୍ଥ ଅଭିମନ୍ୟୁ ସାମନ୍ତ ସିଂହାର ମହାବିଦ୍ୟାଳୟର ଜୈନକା ଛାତ୍ରୀଙ୍କୁ ଅର୍ଥନୀତି ବିଭାଗର ଅଧ୍ୟାପକ ବିଦ୍ୟାଧର ଧଳ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଛାତ୍ରୀଜଣଙ୍କ ବରୀ ରାମଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଧ୍ୟାପକଙ୍କୁ ଗିରଫ ପାଇଁ ସମ୍ପୃକ୍ତ ଛାତ୍ରୀଙ୍କ ପରିବାର,ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ଫାଟକ ସମ୍ମୁଖରେ ବସି ରହି ଦାବି କରିଥିଲେ। ଅନ୍ୟପଟେ ପୀଡିତା ଛାତ୍ରୀଜଣଙ୍କ ଆତ୍ମାହୁତି ଉଦ୍ୟମ କରିଥିବା ବେଳେ ଘଟଣାସ୍ଥଳରେ ଉପସ୍ଥିତ ଥିବା ବରୀ ପୋଲିସର କର୍ମଚାରୀମାନେ ତାଙ୍କୁ ଏହି ଘଟଣାରୁ ତାଙ୍କୁ ନିବୃତ୍ତ କରିଥିଲେ। ବରୀ ପୋଲିସ ୧୬/୨୫ ରେ ଏକ ମାମଲା ରୁଜୁ କରି ମହାବିଦ୍ୟାଳୟର ଅଧକ୍ଷ ସୁଧୀର କୁମାର ରାଉତ ଏବଂ ତାଙ୍କର ସହଯୋଗୀମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି।

ନାବାଳିକା ଛାତ୍ରୀଙ୍କୁ ଏଭଳି ଅସଦାଚରଣ କରାଯିବା ଘଟଣାକୁ ଗୁରୁତ୍ୱ ଦେଇ ବରୀ ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ଥାନା ଘେରାଉ କରାଯିବା ସହ ଏଭଳି ଏକ ସମ୍ବେଦନଶୀଳ ଘଟଣା ଉପରେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଲାଗି ବରୀ ବିଜେଡି ପକ୍ଷରୁ ପ୍ରଶାସନକୁ ଚେତାବନୀ ଦିଆଯାଇଥିଲା। ଘଟଣାକୁ ଗୁରୁତ୍ୱ ଦେଇ ମହାବିଦ୍ୟାଳୟର ଅଧକ୍ଷ ସୁଧୀର କୁମାର ରାଉତଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯିବା ସହ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୁକ୍ତ ତଥା ଅର୍ଥନୀତି ବିଭାଗର ଅଧ୍ୟାପକ ବିଦ୍ୟାଧର ଧଳଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ସମ୍ପୃକ୍ତ ଅଧ୍ୟାପକଙ୍କୁ ଗିରଫ କରିବା ପାଇଁ ବରୀ ରାମଚନ୍ଦ୍ରପୁର ଥାନା ଅଧିକାରିଣୀ ଜ୍ୟୋତ୍ରିମୟୀ ସେଠି ପୋଲିସ ବିଭାଗର ଏକ ସ୍ବତନ୍ତ୍ର ଟିମ ଗଠନ କରି ଉଦ୍ୟମ ଜାରି ରଖିଥିଲେ। ମଙ୍ଗଳବାର ବରୀ ପୋଲିସ ଓ ଯାଜପୁର ପୋଲିସର ମିଳିତ ସହଯୋଗରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri