ପ୍ରଫେସର ବସନ୍ତ ପଣ୍ଡା ପାଇବେ ଗୋଦାବରୀଶ ମିଶ୍ର ସମ୍ମାନ

କଟକ ଅଫିସ, ୨୦ା୧୦: ସାହିତି୍ୟକ ପ୍ରଫେସର ବସନ୍ତ କୁମାର ପଣ୍ଡା ଚଳିତବର୍ଷର ମର୍ଯ୍ୟାଦାଜନକ ଗୋଦାବରିଶ ମିଶ୍ର ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆସନ୍ତା ୨୬ ତାରିଖରେ କଟକ ସାରଳା ଭବନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପଣ୍ଡାଙ୍କୁ ସମ୍ମାନିତ କରାଯିବ ବୋଲି ଅନୁଷ୍ଠାନର ସମ୍ପାଦକ ନିରଞ୍ଜନ ତ୍ରିପାଠୀ ବୁଧବାର ସୂଚନା ଦେଇଛନ୍ତି। ପ୍ରଫେସର ପଣ୍ଡା ଉଚ୍ଚକୋଟିର ପ୍ରାବନ୍ଧିକ, ସାହିତ୍ୟ ସମାଲୋଚକ ଓ ଭାଷାବିଦ୍‌। ଓଡ଼ିଆ, ହିନ୍ଦୀ, ବଙ୍ଗଳା ଓ ଇଂଲିଶ ଭାଷା ସାହିତ୍ୟରେ ତାଙ୍କର ଗଭୀର ବିଦବତ୍ତା ରହିଛି। ତାଙ୍କ କୃତି ମଧ୍ୟରେ ନିସର୍ଗ ନିରାଜନା, କାବ୍ୟ ଜିଜ୍ଞାସା, ବିଶ୍ୱକବି ରବୀନ୍ଦ୍ରନାଥ, ତରୁଣଙ୍କ ପାଇଁ ବୁଦ୍ଧ, ସ୍ବାଧୀନତା ପରବର୍ତ୍ତୀ ଓଡ଼ିଆ ପ୍ରବନ୍ଧ, ରଥ ସପ୍ତକ(ବଙ୍ଗଳା), ଲଙ୍ଗ୍‌ମ୍ୟାନ୍‌ ପ୍ରଭୃତି ଗ୍ରନ୍ଥ ରହିଛି। ବର୍ତ୍ତମାନ ସେ ଭାରତ ସରକାରଙ୍କ ଭୁବନେଶ୍ୱରସ୍ଥିତ ଓଡ଼ିଆ ଶାସ୍ତ୍ରୀୟ ଭାଷା କେନ୍ଦ୍ରର ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ।


Enter your email to get our daily news in your inbox.

All Right Reserved By Dharitri.Com

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri