Posted inଜାତୀୟ

ପ୍ରଫେସର୍‌ ଗୋବିନ୍ଦରାଜନ ପଦ୍ମନାଭନ ପାଇବେ ଭାରତର ପ୍ରଥମ ବିଜ୍ଞାନ ରତ୍ନ ପୁରସ୍କାର

ନୂଆଦିଲ୍ଲୀ, ୮।୮: ଭାରତର ପ୍ରଥମ ବିଜ୍ଞାନ ରତ୍ନ ପୁରସ୍କାର ପାଇଁ ପ୍ରସିଦ୍ଧ ଜୈବ ରସାୟନବିତ୍‌ ଗୋବିନ୍ଦରାଜନ ପଦ୍ମନାଭନଙ୍କ ନାମକୁ ବୁଧବାର ଚୟନ କରାଯାଇଛି। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଚଳିତ ବର୍ଷଠାରୁ କେନ୍ଦ୍ର ସରକାର ଏହି ସମ୍ମାନଜନକ ପୁରସ୍କାର ଆରମ୍ଭ କରିଛନ୍ତି। ଚେନ୍ନାଇରେ ଜନ୍ମଗ୍ରହଣ କରିଥିବା ୭୪ ବର୍ଷୀୟ ଗୋବିନ୍ଦରାଜନ ଇଣ୍ଡିଆନ୍‌ ଇନଷ୍ଟିଟ୍ୟୁଟ୍‌ ଅଫ୍‌ ସାଇନ୍ସ(ଆଇଆଇଏସ୍‌ସି)ର ପୂର୍ବତନ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଛନ୍ତି। ସେ ଏବେ ତାମିଲନାଡ଼ୁ କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟର କୁଳପତି ଭାବେ କାର୍ଯ୍ୟ କରୁଛନ୍ତି। ସେହିପରି କେନ୍ଦ୍ର ସରକାର ବୁଧବାର ୩୩ଟି ଜାତୀୟ ବିଜ୍ଞାନ ପୁରସ୍କାରର ନାମ ଘୋଷଣା କରିଛନ୍ତି। ସେଥିମଧ୍ୟରେ ଯୁବ ବୈଜ୍ଞାନିକଙ୍କ ପାଇଁ ୧୮ଟି ବିଜ୍ଞାନ ଯୁବ ପୁରସ୍କାର, ୧୩ଟି ବିଜ୍ଞାନ ଶ୍ରୀ ପୁରସ୍କାର ଓ ଗୋଟିଏ ବିଜ୍ଞାନ ଟିମ୍‌ ପୁରସ୍କାର ରହିଛି। ‘ଟିମ୍‌ ଚନ୍ଦ୍ରଯାନ ୩’କୁ ବିଜ୍ଞାନ ଟିମ୍‌ ପୁରସ୍କାର ଦିଆଯିବ। ଆସନ୍ତା ୨୩ରେ ଜାତୀୟ ମହାକାଶ ଦିବସ ଅବସରରେ ଏହି ପୁରସ୍କାରଗୁଡ଼ିକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଦାନ କରିବେ। ଚନ୍ଦ୍ରର ଦକ୍ଷିଣ ମେରୁରେ ‘ଚନ୍ଦ୍ରଯାନ-୩’ର ଅବତରଣକୁ ସ୍ମରଣ କରିବା ପାଇଁ ଏହି ଦିବସକୁ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri