ସାଇକେଲ, ଚପଲ ଥୋଇ ଭରାନଦୀକୁ ଡେଇଁ ପଡ଼ିଲେ ଅଧ୍ୟାପକ

ଡେରାବିଶ,୧୫।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଳକ ଲୁଣାନଦୀର ବସୁପୁର ପୋଲ ଉପରୁ ପାଣିକୁ ଡେଇଁ ରବିବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ ମାର୍ଶାଘାଇ ବ୍ଳକ ଆୟତିପୁର ପଞ୍ଚାୟତ ଅମୃତମଣି ପାଟଣା ଗ୍ରାମର ବ୍ରହ୍ମାନନ୍ଦ ନାୟକଙ୍କ ପୁଅ ଚିନ୍ମୟ ନାୟକ (୪୦) ।

ତେବେ କାହିଁକି ଓ କେଉଁ କାରଣରୁ ଚିନ୍ମୟ ନଦୀକୁ ଡେଇଁଲେ ତାହାର କାରଣ ଜଣାପଡି ନାହିଁ। ତେବେ ପାରିବାରିକ କଳହରୁ ଏହା ଘଟିଥାଇପାରେ ବୋଲି ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆଲୋଚନା ହେଉଛି। ପୋଲ ଉପରେ ଚିନ୍ମୟ ତାଙ୍କ ସାଇକେଲ ଓ ଚପଲ ଥୋଇ ଭରାନଦୀକୁ ଡେଇଁ ପଡ଼ିଥିବା ପ୍ରତକ୍ଷଦର୍ଶୀ ସୂଚନା ଦେଇଛନ୍ତି।

ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜା ଖୋଜି ଆରମ୍ଭ କରିଛନ୍ତି। ଏପରିକି ଘଟଣା ସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆମ୍ଭ କରିଛି। ତେବେ ଚିନ୍ମୟଙ୍କ କୌଣସି ପତ୍ତା ମିଳିପାରି ନାହିଁ।

ମଳିଥିବା ସୂଚନା ମୁତାବକ, ଚିନ୍ମୟ କେନ୍ଦ୍ରାପଡ଼ା ସ୍ଥିତ ଏକ ଘରୋଇ କଲେଜରେ ଅଧ୍ୟାପକ ଭାବେ କାର୍ଯ୍ୟକରୁଥିବା ବେଳେ ସେ ବର୍ଷ ତଳେ ସେ ବିବାହ କରିଥିଲେ। ତେବେ ଲୁଣାନଦୀର ବସପୁର ପୋଲ ଉପରୁ ଗତ ଅଗଷ୍ଟ ମାସରେ ଜଣେ ଯୁବକ ଡେଇଁ ଆତ୍ମହତ୍ୟା କରିଥିବା ବେଳେ ଏହି ନଦୀର ଦାନପୁର ସେତୁ ଉପରୁ ଜଣେ ଯୁବତୀ ଡେଇଁ ଆତ୍ମହତ୍ୟା କରିଥିଲେ। ମାସକ ମଧ୍ୟରେ ନଦୀମଧ୍ୟକୁ ୩ଜଣ ଡେଇଁବା ଘଟଣା ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri