ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜାନୁଆରି ୭ ତାରିଖରେ ପ୍ରେସ କ୍ଲବର ନୂତନ କମିଟି ଚୟନ ପରେ ଏହା ପ୍ରଥମ ବନ୍ଧୁ ମିଳନ କାର୍ଯ୍ୟକ୍ରମ ହୋଇଥିବାରୁ କ୍ଲବର ସଦସ୍ୟମାନେ ଉତ୍ସାହିତ ରହିଥିବା ଦେଖିବାକୁ ମିଳିଥିଲା । ପ୍ରେସ କ୍ଲବ ସଭାପତି ସଂଗ୍ରାମ କେଶର ପଟନାୟକଙ୍କ ନେତୃତ୍ୱରେ ସାଧାରଣ ସମ୍ପାଦକ ୱାଇ.ଦାମୋଦର ରାଓ, ସଂଗଠନ ସମ୍ପାଦକ ସୁଶାନ୍ତ ପ୍ରଧାନ ଓ ଯୁଗ୍ମ ସମ୍ପାଦକ ସୁଶାନ୍ତ ଦାସ ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ତେବେ ବନ୍ଧୁ ମିଳନ ଭୋଜି ପରେ କ୍ଲବ ସଭାପତି ସଂଗ୍ରାମ ଓ ସଦସ୍ୟ ବି.ଶ୍ରୀନିବାସଙ୍କ ନେତୃତ୍ୱରେ ଏକତ୍ରିତ ହୋଇ ଉକ୍ତ ସେବା ସମାଜ ଗୃହ ପଡ଼ିଆ ସଫା କରି ଏକ ସୁସ୍ଥ ପରିବେଶ ଗଠନ ନିମନ୍ତେ ସଚେତନତା ସୃଷ୍ଟି କରିଥିଲେ । ଭୋଜିଭାତ କରିବା ପରେ ଅଳିଆ ସଫା କରି ଦୂରରେ ଫୋପାଡ଼ିଲେ ଉକ୍ତ ଅଂଚଳର ପରିବେଶ ସୁସ୍ଥ ରହିବ ବୋଲି ସମସ୍ତେ ମତବ୍ୟକ୍ତ କରିଥିଲେ ।

ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଏଡିଆଇପିଆରଓ ଦେବରାଜ ଟାକିରି, ଗ୍ରନ୍ଥାଗାରିକ ଡମ୍ବୁରୁଧର ପଣ୍ଡା, ଜେକେ ପେପରମିଲର ଲୋକସମ୍ପର୍କ ଅଧିକାରୀ ସ୍ମୃତିରେଖା କର ଓ ଟିମ୍‌, ଉତ୍କଳ ଆଲୁମିନା ଇଂଟରନେସନାଲ କମ୍ପାନୀର ଜିଏମ୍ ପିତାମ୍ବର ବେହେରା, ସହ ଲୋକସମ୍ପର୍କ ଅଧିକାରୀ ଅମଜଦ୍ ଅଲୀ, ଆଦିତ୍ୟ ଆଲୁମିନା ରିଫାଇନେରୀ କମ୍ପାନୀର ସିଏସଆର ମୁଖ୍ୟ ତନ୍ମୟ ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । ଏହି ବୈଠକରେ ପ୍ରେସ କ୍ଲବର ଉପସ୍ଥିତ ସଦସ୍ୟମାନେ ସାମ୍ବାଦିକଙ୍କ ସୁରକ୍ଷା ବୀମା ଓ ବିକାଶ ଉପରେ ଆଲୋଚନା କରିଥିଲେ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କୋର୍ କମିଟି ସଦସ୍ୟ ସୁବ୍ରତ ଚୌଧୁରୀ, ପୂର୍ବତନ ସଭାପତି ଯୋଗେଶ୍ୱର ଦାସ, ପୂର୍ବତନ ଉପସଭାପତି ସିଏଚ.ଶ୍ରୀନିବାସ, କେ.ନୀତିନ ଚୌଧୁରୀ, ଗୋପାଳ ଅଧିକାରୀ, ସନ୍ତୋଷ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri