ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜାନୁଆରି ୭ ତାରିଖରେ ପ୍ରେସ କ୍ଲବର ନୂତନ କମିଟି ଚୟନ ପରେ ଏହା ପ୍ରଥମ ବନ୍ଧୁ ମିଳନ କାର୍ଯ୍ୟକ୍ରମ ହୋଇଥିବାରୁ କ୍ଲବର ସଦସ୍ୟମାନେ ଉତ୍ସାହିତ ରହିଥିବା ଦେଖିବାକୁ ମିଳିଥିଲା । ପ୍ରେସ କ୍ଲବ ସଭାପତି ସଂଗ୍ରାମ କେଶର ପଟନାୟକଙ୍କ ନେତୃତ୍ୱରେ ସାଧାରଣ ସମ୍ପାଦକ ୱାଇ.ଦାମୋଦର ରାଓ, ସଂଗଠନ ସମ୍ପାଦକ ସୁଶାନ୍ତ ପ୍ରଧାନ ଓ ଯୁଗ୍ମ ସମ୍ପାଦକ ସୁଶାନ୍ତ ଦାସ ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ତେବେ ବନ୍ଧୁ ମିଳନ ଭୋଜି ପରେ କ୍ଲବ ସଭାପତି ସଂଗ୍ରାମ ଓ ସଦସ୍ୟ ବି.ଶ୍ରୀନିବାସଙ୍କ ନେତୃତ୍ୱରେ ଏକତ୍ରିତ ହୋଇ ଉକ୍ତ ସେବା ସମାଜ ଗୃହ ପଡ଼ିଆ ସଫା କରି ଏକ ସୁସ୍ଥ ପରିବେଶ ଗଠନ ନିମନ୍ତେ ସଚେତନତା ସୃଷ୍ଟି କରିଥିଲେ । ଭୋଜିଭାତ କରିବା ପରେ ଅଳିଆ ସଫା କରି ଦୂରରେ ଫୋପାଡ଼ିଲେ ଉକ୍ତ ଅଂଚଳର ପରିବେଶ ସୁସ୍ଥ ରହିବ ବୋଲି ସମସ୍ତେ ମତବ୍ୟକ୍ତ କରିଥିଲେ ।

ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଏଡିଆଇପିଆରଓ ଦେବରାଜ ଟାକିରି, ଗ୍ରନ୍ଥାଗାରିକ ଡମ୍ବୁରୁଧର ପଣ୍ଡା, ଜେକେ ପେପରମିଲର ଲୋକସମ୍ପର୍କ ଅଧିକାରୀ ସ୍ମୃତିରେଖା କର ଓ ଟିମ୍‌, ଉତ୍କଳ ଆଲୁମିନା ଇଂଟରନେସନାଲ କମ୍ପାନୀର ଜିଏମ୍ ପିତାମ୍ବର ବେହେରା, ସହ ଲୋକସମ୍ପର୍କ ଅଧିକାରୀ ଅମଜଦ୍ ଅଲୀ, ଆଦିତ୍ୟ ଆଲୁମିନା ରିଫାଇନେରୀ କମ୍ପାନୀର ସିଏସଆର ମୁଖ୍ୟ ତନ୍ମୟ ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । ଏହି ବୈଠକରେ ପ୍ରେସ କ୍ଲବର ଉପସ୍ଥିତ ସଦସ୍ୟମାନେ ସାମ୍ବାଦିକଙ୍କ ସୁରକ୍ଷା ବୀମା ଓ ବିକାଶ ଉପରେ ଆଲୋଚନା କରିଥିଲେ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କୋର୍ କମିଟି ସଦସ୍ୟ ସୁବ୍ରତ ଚୌଧୁରୀ, ପୂର୍ବତନ ସଭାପତି ଯୋଗେଶ୍ୱର ଦାସ, ପୂର୍ବତନ ଉପସଭାପତି ସିଏଚ.ଶ୍ରୀନିବାସ, କେ.ନୀତିନ ଚୌଧୁରୀ, ଗୋପାଳ ଅଧିକାରୀ, ସନ୍ତୋଷ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?