ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ ପରିସର, ଧାର୍ମିକ ସ୍ଥଳୀ, ପର୍ଯ୍ୟଟନସ୍ଥଳୀ ଓ ଅନ୍ୟାନ୍ୟ ଜନସମାଗମ ସ୍ଥଳରେ ମଦ୍ୟପାନ ଓ ଅନ୍ୟାନ୍ୟ ନିଶାଦ୍ରବ୍ୟ ସେବନ ଉପରେ ନିଷେଧାଦେଶ ଜାରି କରାଯାଇଛି ।
ସାଧାରଣ ଜନସାଧାରଣଙ୍କ ଅଭିଯୋଗ ଏବଂ ମଦ୍ୟପାନ ଯୋଗୁଁ ସୃଷ୍ଟି ହେଉଥିବା ଉପଦ୍ରବ, ଅଶୋଭନୀୟ ଆଚରଣ, ଗଣ୍ଡଗୋଳ, ଶାନ୍ତି ଭଙ୍ଗ, ଦୁର୍ଘଟଣା ଓ ନିରାପତ୍ତା ପ୍ରତି ଆଶଙ୍କାକୁ ଦୃଷ୍ଟିରେ ରଖି, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ର ଧାରା ୧୬୩ ଅନୁଯାୟୀ ଉପଜିଲାପାଳ ତଥା ଉପଖଣ୍ଡ ଦଣ୍ଡାଧିକାରୀ, ଗୁଣପୁରଙ୍କ ଦ୍ୱାରା ଆଦେଶ ସଂଖ୍ୟା ୩୦୯୮, ତାରିଖ ୧୯.୦୮.୨୦୨୬ ଜାରି କରାଯାଇଥିବା ସୂଚନା ମିଳିଛି। ଏହି ନିଷେଧ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସର, ସେଫାଳି ପାହାଡ଼, କେନ୍ଦୁଗୁଡା ଡ୍ୟାମ୍, ମିନାଝୋଲା ଶୈବପୀଠ, ଗଦଗଡା ଜଳପ୍ରପାତ, ବିଭିନ୍ନ ସରକାରୀ କଲୋନୀ, ସମେତ ରାସ୍ତାଘାଟ, ବସ୍‌ଷ୍ଟାଣ୍ଡ, ଧାର୍ମିକ ସ୍ଥଳୀ, ବିଦ୍ୟାଳୟ, ମହାବିଦ୍ୟାଳୟ ଓ ହଷ୍ଟେଲ, ହସ୍ପିଟାଲ ପରିସର ଏବଂ ଅନ୍ୟାନ୍ୟ ଜନସାଧାରଣଙ୍କ ପାଇଁ ଖୋଲା ସ୍ଥାନରେ ଲାଗୁ କରାଯାଇଥିବା ଜଣାଯାଇଛି। ଉଲ୍ଲେଖିତ ସ୍ଥାନ ଗୁଡ଼ିକର ତାଲିକା ସୂଚନାତ୍ମକ ମାତ୍ର ଏବଂ ସୀମିତ ନୁହେଁ ବୋଲି ଆଦେଶରେ ସ୍ପଷ୍ଟ କରାଯାଇଛି । ଆଦେଶଟି ତକ୍ଷଣାତ୍ କାର୍ଯ୍ୟକାରୀ କରାଯାଇଥିବା ବେଳେ, ଏହାର ଉଲ୍ଲଂଘନ କ୍ଷେତ୍ରରେ ଭାରତୀୟ ନ୍ୟାୟ ସଂହିତା, ୨୦୨୩ର ଧାରା ୨୨୩ ଏବଂ ଅନ୍ୟାନ୍ୟ ପ୍ରଯୁଜ୍ୟ ଆଇନ ଅନୁଯାୟୀ ଆଇନଗତ କାର୍ଯ୍ୟାନୁଷ୍ଠାନ କରାଯିବ ।
ଏହି ଆଦେଶର କଡ଼ାକଡ଼ି ପାଳନ ପାଇଁ ଉପଖଣ୍ଡର ସମସ୍ତ ତହସିଲଦାର, ଗୁଣପୁର ଓ ଗୁଡାରି କାର୍ଯ୍ୟନିର୍ବାହୀ ଅଧିକାରୀ, ସମସ୍ତ ଥାନାର ଥାନାଧିକାରୀ ଏବଂ ଅବକାରୀ ନିରୀକ୍ଷକ, ଗୁଣପୁରଙ୍କୁ ନିଜ ନିଜ ଅଧିକାର କ୍ଷେତ୍ରରେ ଆବଶ୍ୟକ ପଦକ୍ଷେପ ନେବାକୁ ଉପ ଜିଲାପାଳଙ୍କ ତରଫରୁ ନିର୍ଦ୍ଦେଶ ଦିଆଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?