ରଥଯାତ୍ରାବେଳେ ବିପଦପୂର୍ଣ୍ଣ ରେଳଯାତ୍ରାକୁ ବାରଣ

ଭୁବନେଶ୍ୱର,୭।୭(ଅନୁରାଧା ମହାରଣା)ରଥଯାତ୍ରା ମହୋତ୍ସବ ସମୟରେ ଟ୍ରେନ୍‌ଗୁଡିକରେ ମାତ୍ରାଧିକ ଭିଡ଼ ହୋଇଥାଏ। ବିଶେଷକରି ପୁରୀ ଷ୍ଟେଶନରେ ଅତ୍ୟଧିକ ଭିଡ଼ ରହିଥାଏ। ଲୋକେ ବିପଦପୂର୍ଣ୍ଣ ଭାବେ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ତେବେ ଏହାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଯାତ୍ରୀ ସଚେତନା ଅଭିଯାନ ଆରମ୍ଭ ହୋଇଛି। ଯାତ୍ରୀଙ୍କୁ ଫୁଟ୍‌ବୋର୍ଡ, ବଫର୍‌ କିମ୍ବା ଟ୍ରେନ୍‌ କମ୍ପାର୍ଟମେଣ୍ଟର ଛାତ ଉପରେ ଯାତ୍ରା କରିବା ଭଳି ବିପଦପୂର୍ଣ୍ଣ ଆଚରଣରୁ ନିବୃତ୍ତ ରହିବାକୁ ଅନୁରୋଧ କରାଯାଇଛି। ସେହିପରି ଯାତ୍ରା ସମୟରେ ଯାତ୍ରୀମାନେ କୌଣସି ଜ୍ୱଳନ ଜିନିଷ ନ ନେବାକୁ ଅନୁରୋଧ କରାଯାଇଛି। ଠକେଇର ଭୟ ରହୁଥିବାରୁ ଅପରିଚିତ ବ୍ୟକ୍ତିଙ୍କଠାରୁ ଖାଦ୍ୟ କିମ୍ବା ପାନୀୟ ଗ୍ରହଣ ନ କରିବା ଏବଂ ସନ୍ଦେହଜନକ ବ୍ୟାଗ କିମ୍ବା ଜିନିଷ ନ ଛୁଇଁବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଭିଡ଼ ନିୟନ୍ତ୍ରଣ ଏବଂ ଅସାମାଜିକ କାର୍ଯ୍ୟକଳାପ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ରେଳ ସୁରକ୍ଷା ବଳ (ଆରପିଏଫ) କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ନିରନ୍ତର ଯାତାୟାତ ଓ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ସଜାଗ ରହିବା, ସମସ୍ତ ଯାତ୍ରୀ, ବିଶେଷକରି ତୀର୍ଥଯାତ୍ରୀ ଏବଂ ଭକ୍ତଙ୍କ ସୁରକ୍ଷା ତଥା ନିରାପତ୍ତାକୁ ସୁନିଶ୍ଚିତ କରିବା ପାଇଁ ଆର୍‌ପିଏଫ କର୍ମଚାରୀ ଓ ସୁରକ୍ଷାକର୍ମୀଙ୍କୁ ମଧ୍ୟ ନିୟୋଜିତ କରାଯାଇଛି। ଚଳିତବର୍ଷ ରଥଯାତ୍ରା ସମୟରେ ଯାତ୍ରୀ ଭିଡ଼ ଏଡ଼ାଇବା ପାଇଁ ପୂର୍ବତଟ ରେଳପଥ ୩୧୫ରୁ ଅଧିକ ସ୍ବତନ୍ତ୍ର ଟ୍ରେନ ଓଡ଼ିଶାର ପ୍ରାୟ ସମସ୍ତ ଜିଲା ସହିତ ପଶ୍ଚିମବଙ୍ଗ, ଛତିଶଗଡ ଏବଂ ଆନ୍ଧ୍ରପ୍ରଦେଶର ବିଭିନ୍ନ ସ୍ଥାନରୁ ଚଳାଚଳ ପାଇଁ ଘୋଷଣା କରିଛି। ଏହି ଅତିରିକ୍ତ ଟ୍ରେନ୍‌ଗୁଡିକ ଗୁଣ୍ଡିଚା ଯାତ୍ରା, ସା ଦର୍ଶନ, ବାହୁଡା ଯାତ୍ରା, ସୁନାବେଶ ଏବଂ ଅଧରପଣା ଦିବସରେଯୋଗଦେଉଥିବା ତୀର୍ଥଯାତ୍ରୀଙ୍କ ଯାତ୍ରା ସୁବିଧା ପ୍ରତି ଧ୍ୟାନ ଦିଆଯାଇ ଚଳାଚଳ କରାଯାଇଛି। ଯାତ୍ରୀଙ୍କ ସୁବିଧା ପାଇଁ ପ୍ରମୁଖ ସ୍ଥାନରେ ଅତିରିକ୍ତ ଟିକେଟ କାଉଣ୍ଟର, ଅନୁସନ୍ଧାନ କାଉଣ୍ଟର ଏବଂ ସୂଚନା କେନ୍ଦ୍ର ବ୍ୟବସ୍ଥା କରାଯାଇଛି। ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବା ପାଇଁ କ୍ୟାଟରିଂ ସେବା, ପରିମଳ ସୁବିଧା, ଚିକିତ୍ସା ସହାୟତା ବୁଥ୍‌ ଏବଂ ବର୍ଦ୍ଧିତ ସୁରକ୍ଷା ବ୍ୟବସ୍ଥା ସହିତ ସ୍ବତନ୍ତ୍ର ସୁବିଧା କରାଯାଇଛି। ପୂର୍ବତଟ ରେଳପଥ ଶ୍ରୀମନ୍ଦିର ପ୍ରଶାସନକୁ ସହଯୋଗ ପ୍ରଦାନ କରିବା ସହ ତାଲିମପ୍ରାପ୍ତ କର୍ମଚାରୀ ଏବଂ ରଥଯାତ୍ରା ଉତ୍ସବ ପାଇଁ ଆବଶ୍ୟକ ସାମଗ୍ରୀ ଯୋଗାଇଥାଏ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri