ଅଣଛାତ୍ରଙ୍କ ପ୍ରବେଶ ଉପରେ ରୋକ୍‌

ଯାଜପୁରରୋଡ୍‌,୭ା୧୦(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଅଣଛାତ୍ରମାନଙ୍କ ଅବାଧ ପ୍ରବେଶ ଉପରେ ରୋକ୍‌ ଲଗାଯାଇଛି। ଯେଉଁ ଅଣଛାତ୍ର ବିନା କୌଣସି କାର୍ଯ୍ୟରେ କଲେଜକୁ ପ୍ରତିଦିନ ଆସୁଛନ୍ତି ସେମାନଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମହାବିଦ୍ୟାଳୟ ଅଧ୍ୟକ୍ଷ ଉପେନ୍ଦ୍ର କୁମାର ସ୍ବାଇଁ କହିଛନ୍ତି। ଫଳରେ ମହାବିଦ୍ୟାଳୟରେ ଅବାଧ ପ୍ରବେଶ କରୁଥିବା ଅଣଛାତ୍ରଙ୍କ ମଧ୍ୟରେ ଛନକା ପଶିଛି। ମହାବିଦ୍ୟାଳୟ ପରିସରରେ ୨ ପୋଲିସ କର୍ମଚାରୀଙ୍କୁ ଅଣଛାତ୍ରଙ୍କ ଉପରେ ନଜର ରଖିବା ସହ ତୁରନ୍ତ ପିସିଆରକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଦିନରେ ଦୁଇଥର ୧୧୨ ଭ୍ୟାନ କଲେଜ ପରିସରରେ ପଇଁତରା ମାରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି ବୋଲି ଯାଜପୁର ରୋଡ୍‌ ଆଦର୍ଶ ଥାନାଧିକାରୀ ଉପେନ୍ଦ୍ର କୁମାର ପ୍ରଧାନ କହିଛନ୍ତି। ଗୁରୁବାର କଲେଜ ପ୍ରଶାସନ ଜଣେ ଅଣଛାତ୍ର ସହ ଗୋଟିଏ ବାଇକ ଜବତ କରି ପୋଲିସକୁ ହସ୍ତାନ୍ତର କରିଥିବା ଜଣାପଡିଛି। ଏଠାରେ ଅନେକ ସମୟରେ ଶିକ୍ଷାରତ ଛାତ୍ର ଓ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହେବାସହ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହେଉଥିବାର ଦେଖିବାକୁ ମିଳୁଛି। ଏପରି କି ମହାବିଦ୍ୟାଳୟ ପରିସରରେ ବିଭିନ୍ନ ଅସାମାଜିକ କାର୍ଯ୍ୟ କଳାପ ବୃଦ୍ଧି ପାଉଛି। କିଛିଦିନ ତଳେ କଲେଜ ଛାତ୍ରାବାସରେ କେତେଜଣ ଅଣଛାତ୍ର ଅନ୍ତେବାସୀଙ୍କୁ ମାରପିଟ କରିଥିବାର ଘଟଣା ଘଟିଥିଲା। ଯାହାକୁ ନେଇ କଲେଜ ଅଧ୍ୟକ୍ଷ ଅଡୁଆରେ ପଡ଼ିଥିଲେ ଏବଂ ଏନେଇ ଥାନାରେ ଅଭିଯୋଗ ମଧ୍ୟ ହୋଇଥିଲା। ଏହାଦ୍ୱାରା ବାହାରୁ ପାଠ ପଢିବାକୁ ଆସୁଥିବା ଛାତ୍ରୀଛାତ୍ର ଭୟଭିତ ହେବା ସହ ନିଜକୁ ସୁରକ୍ଷିତ ମଣୁନାହାନ୍ତି ଓ ଅଭିଭାବକ ଏଠାରେ ପିଲାମାନଙ୍କୁ ପାଠ ପଢ଼ାଇବାକୁ ଅନିଚ୍ଛା ପ୍ରକାଶ କରୁଛନ୍ତି। ଅନେକ ସମୟରେ ମହାବିଦ୍ୟାଳୟ ପରିସରରେ ଏକାଧିକ ଅଣଛାତ୍ର ପଶି ଅରାଜକତା ସୃଷ୍ଟି କରୁଛନ୍ତି। ଯଦ୍ୱାରା ଶିକ୍ଷାର୍ଥୀ ମାନଙ୍କ ପାଠ ପାରେ ବ୍ୟାଘାତ ସୃଷ୍ଟି ହେଉଛି। ଏହାର ମୁକାବିଲା ପାଇଁ ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?