ନାମଯଜ୍ଞ ନେଇ କଟକଣା: ବିଜ୍ଞପ୍ତି ଜାରି କଲେ ବରଗଡ଼ ଜିଲାପାଳ

ବରଗଡ଼ ଅଫିସ,୧୦।୪: ବରଗଡ଼ ଜିଲାରେ କରୋନା(କୋଭିଡ-୧୯) ସଂକ୍ରମଣ ବଢ଼ି ଚାଲିଛି। ଏହାକୁ ପ୍ରତିହତ କରିବା ପାଇଁ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ଗୁରୁତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ଜିଲାରେ ନାମଯଜ୍ଞ ପାଳନ ଉପରେ ରୋକ ଲଗାଯାଇଛି। ଏଭଳି ସ୍ଥିତିରେ ଜିଲାର କୌଣସି ସ୍ଥାନ କିମ୍ବା ଗ୍ରାମରେ ନାମଯଜ୍ଞ ହୋଇ ପାରିବ ନାହିଁ ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର ଏକ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି। ତେବେ ରାମ ନବମୀ, ମହାବିଷୁବ ସଂକ୍ରାନ୍ତି ପାଳନରେ ସେଭଳି ରୋକ ଲଗାଯାଇ ନ ଥିଲେ ହେଁ କୋଭିଡ୍‌ ଗାଇଡଲାଇନକୁ ଠିକ୍‌ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ମନ୍ଦିର, ମସ୍‌ଜିଦ, ଚର୍ଚ୍ଚଗୁଡିକରେ କେବଳ ଗୋଟିଏ ପ୍ରବେଶ ଓ ପ୍ରସ୍ଥାନ ଦ୍ବାର ଖୋଲା ରଖି କୋଭିଡ ଗାଇଡଲାଇନ ପାଳନ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ ରହିଛି। ଏହା ସହିତ ବିବାହୋତ୍ସବରେ ସର୍ବାଧିକ ୧୦୦ ଏବଂ ଶ୍ମଶାନରେ ୨୦ରୁ ଅଧିକ ଲୋକ ଉପସ୍ଥିତ ରହି ପାରିବେ ନାହିଁ ଏବଂ ଉପସ୍ଥିତ ଲୋକେ କୋଭିଡ ଗାଇଡଲାଇନ ପାଳନ କରିବାକୁ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri