ସମନ୍ବୟ ରଖି ଶୀଘ୍ର କାମ ସାରିବାକୁ ତାଗିଦ

ସମ୍ବଲପୁର,୩୦।୭ (ଶୁଭାଶିଷ ପାଢୀ): ପୂର୍ବତଟ ରେଳପଥ ମହାପ୍ରବନ୍ଧକ ମନୋଜ ଶର୍ମା ଶନିବାର ସମ୍ବଲପୁର ଗସ୍ତରେ ଆସି ରେଳମଣ୍ଡଳ ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପ କାମର ସମୀକ୍ଷା କରିଥିଲେ। ସମ୍ବଲପୁର ରେଳମଣ୍ଡଳ ଅଫିସରେ ଅନୁଷ୍ଠିତ ବୈଠକରେ ମଣ୍ଡଳ ପ୍ରବନ୍ଧକ ବିନିତ ସିଂ ଓ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ମହାପ୍ରବନ୍ଧକ ଶର୍ମା ସରଲା ଷ୍ଟେଶନରେ ମାଲବାହୀ ଟ୍ରେନ ୱାଗନ୍‌ଗୁଡିକର ରୁଟିନ୍‌ ଓଭର-ହାଉଲିଂ ସୁବିଧା ସହିତ ମାଲବାହୀ ଟ୍ରେନ୍‌ ରକ୍ଷଣାବେକ୍ଷଣ ନିରୀକ୍ଷଣ କରି ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ତାଗିଦ କରିଥିଲେ। ପରେ ସେ ହୀରାକୁଦ ଷ୍ଟେଶନ ନିରୀକ୍ଷଣ ସହ ନିର୍ମାଣାଧୀନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ରାଜ୍ୟ ସରକାରଙ୍କ ଅଧିକାରୀ ଓ କର୍ମଚାରୀଙ୍କ ସମେତ ହିତାଧିକାରୀଙ୍କ ସହ ସମନ୍ବୟ ରଖି ଶୀଘ୍ର କାମ ଶେଷ କରିବାକୁ କହିଥିଲେ। ରେଲଓ୍ବେ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆର୍ଥତ୍କବର୍ଷ ୨୦୧୭- ୧୮ରେ ସରଲା ଷ୍ଟେଶନରେ ମାଲବାହୀ ଟ୍ରେନ ୱାଗନ୍‌ ଗୁଡିକର ରୁଟିନ୍‌ ଓଭର-ହାଉଲିଂ ସୁବିଧା ସହିତ ମାଲବାହୀ ଟ୍ରେନ୍‌ ରକ୍ଷଣାବେକ୍ଷଣ ପ୍ରକଳ୍ପର ଅନୁମୋଦନ କରାଯାଇଥିଲା ା ମାନେଶ୍ୱର ଷ୍ଟେଶନରେ ଏହା ପ୍ରତିଷ୍ଠା ପାଇଁ ପୂର୍ବରୁ ପ୍ରସ୍ତାବ ଦିଆଯାଇଥିଲା। ହେଲେ ସମସ୍ୟା ହେବାରୁ ପ୍ରକଳ୍ପକୁ ସରଲା ଷ୍ଟେଶନକୁ ସ୍ଥାନାନ୍ତର କରାଯାଇଥିଲା। ପ୍ରକଳ୍ପ ପାଇଁ ପ୍ରାୟ ୧୪୯.୩୭ କୋଟି ଟଙ୍କା ବ୍ୟୟ ଅଟକଳ ରହିିଛି। ଏହି ପ୍ରକଳ୍ପ ନିର୍ମାଣ ପାଇଁ ପୂର୍ବତଟ ରେଳପଥ ଓ ରାଇଟ୍ସ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ବର୍ତ୍ତମାନ ସୁଦ୍ଧା ପ୍ରକଳ୍ପର ୬୫% ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ କାର୍ଯ୍ୟ ଚାଲୁରହିଛି। ଓଡ଼ିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସହିତ ଏହି ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଅଗ୍ରାଧିକାର ଦେଉଛନ୍ତି। ସରଲା ଷ୍ଟେଶନରେ ମାଲବାହୀ ଟ୍ରେନ ୱାଗନ୍‌ଗୁଡିକର ରୁଟିନ୍‌ ଓଭର-ହାଉଲିଂ ସୁବିଧା ସହିତ ମାଲବାହୀ ଟ୍ରେନ୍‌ ରକ୍ଷଣାବେକ୍ଷଣ ଏହି ଅଞ୍ଚଳର ଅର୍ଥନୀତିକୁ ସୁଦୃଢ କରାଇବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri