ଖବର ପ୍ରକାଶ ପରେ ତତ୍ପର ହେଲେ ପ୍ରକଳ୍ପ ପ୍ରଶାସକ: ବ୍ୟବସାୟୀଙ୍କୁ ଶୀଘ୍ର ହାଟ ଯୋଗାଇବାକୁ ଦେଲେ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୧୧ା୪: କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତରେ ରହିଥିବା ଜନଜାତି ହାଟ କାମରେ ଆସୁନଥିବା ଶୀର୍ଷକ ଖବର କେବଳ ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ଏହା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ଘଟଣାକୁ ଗୁରୁତର ଭାବେ ନେଇଛନ୍ତି। ସେ ସିମନବାଡ଼ି ଗସ୍ତ କରି ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭାତ ପ୍ରଧାନଙ୍କ ସହ ଆଲୋଚଜନା କରି ଶୀଘ୍ର ଏହାର ବିଜ୍ଞାପନ ବାହାର କରି କ୍ଷୁଦ୍ର ବ୍ୟବସାୟୀଙ୍କୁ ହାଟ ଗୃହ ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ ଏଥିପାଇଁ ଅନୁସୂଚିତ ଜନଜାତି ସମ୍ପ୍ରଦାୟର ବ୍ୟବସାୟୀଙ୍କୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦେବା ସହ ଆସନ୍ତା ୧୬ ସୁଦ୍ଧା ବିଜ୍ଞାପନ ବାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, ଦୀର୍ଘ ଏକ ଦଶନ୍ଧି ଧରି ଜନଜାତିଙ୍କ ହିତ ପାଇଁ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ହାଟ ଗୃହ ନିର୍ମାଣ କରାଯାଇଥିଲା କିନ୍ତୁ କୌଣସି କାରଣରୁ ପଞ୍ଚାୟତ ହାଟ କରିବାରେ ବିଫଳ ହୋଇଥିଲା ପରବର୍ତ୍ତୀ ସମୟରେ ଉକ୍ତ ହାଟ ଗୃହକୁ ଆଇଟିଡିଏ ପଞ୍ଚାୟତକୁ ହସ୍ତାନ୍ତର କରିଥିଲା। ପଞ୍ଚାୟତ ହାଟ ଆରମ୍ଭ କରିବାକୁ ଏହାର ରୂପାନ୍ତର କରି ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିଥିଲେ ମଧ୍ୟ ତାହା କାମରେ ଆସି ନ ଥିଲା। ସେପଟେ ଆଦିବାସୀ ସମ୍ପ୍ରଦାୟର ଅମଳ ସାମଗ୍ରୀ ଜାତୀୟ ରାଜପଥ ଉପରେ ଉଠା ଦୋକାନ କରି ପରିବାର ପ୍ରତିପୋଷଣ କରୁଥିବା ବେଳେ ଏକାଧିକ ଆଦିବାସୀ ବ୍ୟବସାୟୀ ପନିପରିବା ଓ ବିଭିନ୍ନ ବ୍ୟବସାୟ କରିବାକୁ ଏଣେ ତେଣେ ଉଠାଦୋକାନ ଖୋଲି ବ୍ୟବସାୟ କରୁଛନ୍ତି। ତେଣୁ ଦୀର୍ଘଦିନ ହେଲା ଜନଜାତିଙ୍କ ହିତରେ କରାଯାଇଥିବା ଜନଜାତି ହାଟ ଗୃହ କାମରେ ଆସୁ ନ ଥିବା ନେଇ ଆଦିବାସୀ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?