ଲାଞ୍ଚ ନେଇ ଧରାପଡ଼ିଲେ ଜଳଛାୟା ପ୍ରକଳ୍ପ ସହାୟକ

ବାଲିଗୁଡ଼ା,୨୫ା୫(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ର ନାଥ ସ୍ବାଇଁ । ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡ଼ି ବସିଛି ଭିଜିଲାନ୍ସ। ୪ଟି ପୋଖରୀ ଖୋଳା କାମ ବାବଦରେ ବିଲ୍‌ କରିବା ପାଇଁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଲାଞ୍ଚ ନେଲା ବେଳେ କୁର୍ତ୍ତମଗଡ଼ ଠାରେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଛନ୍ତି। ତାଙ୍କ ନିକଟରୁ ରଙ୍ଗବୋଳା ଟଙ୍କା ଜବତ କରାଯାଇଛି। ଏଥିସହ ନଗେନ୍ଦ୍ରନାଥଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ଚଢ଼ାଉ ଜାରି ରହିଛି ।

ସୂଚନାନୁସାରେ, ଜଳଛାୟା ବିଭାଗ ପକ୍ଷରୁ ତୁମୁଡିବନ୍ଧ ବ୍ଲକ କୁର୍ତ୍ତମଗଡ଼ ପଞ୍ଚାୟତ ଡୁ଼ପୀ, ଇଡିପଦର ଗାଁରେ ୪ଟି ପୋଖରୀ ଖନନ କାର୍ଯ୍ୟ ହୋଇଥିଲା । ଏହାର ବିଲ୍‌ କରିବା ପାଇଁ ପ୍ରକଳ୍ପ ସହାୟକ ନଗେନ୍ଦ୍ରନାଥ ହିତାଧିକାରୀଙ୍କୁ ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ହିତାଧିକାରୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ପୂର୍ବ ଯୋଜନା ମୁତାବକ ହିତାଧିକାରୀ ଜଣକ କୁର୍ତ୍ତମଗଡ଼ରେ ଟଙ୍କା ଦେବା ବେଳେ ଭିଜିଲାନ୍ସ କର୍ମଚାରୀ ତାଙ୍କୁ ମାଡ଼ି ବସିଥିଲେ। ଏ ନେଇ ଭିଜିଲାନ୍ସ ବିଭାଗ କେସ୍‌ ନଂ.୦୬/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି l


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ

କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା  

ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍‌ ଲିଗ୍‌ ଆଇପିଏଲ୍‌ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...

କିଏ ସେ ପ୍ରଶାନ୍ତ ବୀର? ୧୪ କୋଟିରୁ ଅଧିକ ଦେଇ CSK କିଣିବା ପରେ ବଢୁଛି ଚର୍ଚ୍ଚା…ଧୋନୀ କରିଦେଲେ …

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିଅର୍‌ ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠାରୁ ମହଙ୍ଗା ଅନକ୍ୟାପ୍ଡ ଖେଳାଳି ଭାବେ ରେକର୍ଡ କରିଛନ୍ତି ଉତ୍ତର ପ୍ରଦେଶର ଅଲରାଉଣ୍ଡର ପ୍ରଶାନ୍ତ ବୀର। ଚେନ୍ନାଇ ସୁପର...

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri