ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଙ୍ଗନୱାଡ଼ି ସୁପର ଭାଇଜର ଉମାରାଣୀ ବେହେରା ଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ସିଡିପିଓ ଗୀତାଞ୍ଜଳି ବେହେରା ଅଧ୍ୟକ୍ଷତା କରିଥିଲେ। ସଭାରେ  ଆଇନଜୀବି ହରପ୍ରସାଦ ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ (ବିଏସଏସଓ) ରଶ୍ମୀ ପ୍ରକାଶିନୀ ଜାନି, ଡ଼ା. ମଧୁସୂଦନ ପାଣିଗ୍ରାହୀ, ଫାର୍ମାସିଷ୍ଟ ଜିତେନ୍ଦ୍ର ଦାଶ, ପୋଷଣ ବ୍ଲକ ସଂଯୋଜକ ବିଦ୍ୟାଧର ଗୌଡ଼ ପ୍ରମୁଖ ସମ୍ମାନିତ ଅତିଥିଭାବେ ମଞ୍ଚାସିନ ଥିଲେ। ଗର୍ଭବତୀ ଓ ପ୍ରସୂତୀ ମହିଳା, କିଶୋରୀ ବାଳିକା ଏବଂ ଶିଶୁଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଓ ଯତ୍ନ ସମ୍ପର୍କରେ ସଭାରେ ସଚେତନତା କରାଯାଇଥିଲା। ଏହି ଅବସରରେ ଗୋଦ ଭରାଇ, ମୋ ଗେହ୍ଲାଝିଅ, ଅନ୍ନପ୍ରାସନ ଆଦି କାର୍ଯ୍ୟକ୍ରମ କରାଯାଇ ଉପସ୍ଥିତ ବହୁସଂଖ୍ୟକ ମହିଳାଙ୍କୁ ଉତ୍ସାହିତ କରାଯାଇଥିବା ବେଳେ ପୋଷକ ତତ୍ତ୍ୱରେ ଭରପୁର ରହିଥିବା ବିଭିନ୍ନ ଖାଦ୍ୟ ସାମଗ୍ରୀ ପ୍ରଦର୍ଶନ କରାଯାଇଥିଲା। ବିଭିନ୍ନ ଅଙ୍ଗନୱାଡ଼ି କେନ୍ଦ୍ର ଦାୟିତ୍ୱରେ ରହିଥିବା ପରିଦର୍ଶିକାଙ୍କ ସମେତ ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ଓ ସହାୟିକା ମାନଙ୍କୁ ଅତିଥିବୃନ୍ଦ ମାନପତ୍ର ପ୍ରଦାନ ପୂର୍ବକ ସମ୍ମାନିତ କରିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ପରିଦର୍ଶିକା ଗୀତାଞ୍ଜଳି ଗୌଡ଼, ରଞ୍ଜନା ମିଶ୍ର, ଲକ୍ଷ୍ମୀ ଶବର, ରଶ୍ମିତା ଜାନି,ଅଙ୍ଗନୱାଡ଼ି କର୍ମୀ ପି.ବିଜୟଲକ୍ଷ୍ମୀ  ପ୍ରମୁଖ ଅନ୍ୟ ଅଙ୍ଗନୱାଡ଼ି କର୍ମୀ ବୃନ୍ଦ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?