ପ୍ରକଳ୍ପ ଅଧାପନ୍ତରିଆ, ମାଡ଼ିଲାଣି ଗଛଲତା

ବାରିକପୁର,୧୯।୪(ସ୍ବ.ପ୍ର.) ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ଜଳମଣ୍ଡୁଆ ପଞ୍ଚାୟତ ସରିଫ୍‌ପୁର ଗ୍ରାମରେ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିଛି। ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିବା ବେଳେ ଅର୍ଦ୍ଧନିର୍ମିତ ପ୍ରକଳ୍ପରେ ଗଛଲତା ମାଡ଼ି ଯାଇଥିବା ଦେଖିବାକୁ ମିଳିଛି। ଗ୍ରାମାଞ୍ଚଳରେ ଲୋକଙ୍କୁ ପାନୀୟ ଜଳ ଯୋଗାଇବା ପାଇଁ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ଅବହେଳା ଯୋଗୁ ଯୋଜନାର ସଫଳ ରୂପାୟନ ହୋଇପାରୁ ନାହିଁ। ଲୋକେ ପାନୀୟ ଜଳ ପାଇପାରୁ ନାହାନ୍ତି।
ପ୍ରକାଶ ଯେ, ଗ୍ରାମ୍ୟ ଜଳ ଯୋଜନାରେ ସରିଫପୁର ଓ କରଞ୍ଜି ଏହି ଦୁଇ ଗ୍ରାମର ୪୦୦ ପରିବାରକୁ ପାନୀୟ ଜଳ ଯୋଗାଣ ପାଇଁ ୭୦ଲକ୍ଷ ଟଙ୍କାର ବ୍ୟୟ ଅଟକଳ ମଞ୍ଜୁର ହୋଇ ୩ ବର୍ଷ ତଳେ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଥିଲା। ମନ୍ଥର ଗତିରେ କାମ ଚାଲିଥିଲା। ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ନୀତି ଯୋଗୁ ପ୍ରକଳ୍ପ କାର୍ଯ୍ୟ ଏବେ ଅଧାପନ୍ତରିଆ ଅବସ୍ଥାରେ ରହିଛି। ୮ ମାସରୁ ଊର୍ଦ୍ଧ୍ୱ ହେବ ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିବା ବେଳେ ପ୍ରକଳ୍ପ ଅନାବନା ଗଛଲତାରେ ପୂର୍ଣ୍ଣ ହୋଇଗଲାଣି। ସେହିପରି କେତେକ ସ୍ଥାନରେ ପାଇପ୍‌ ବିଛାଇବା ପାଇଁ ଖୋଳାଯାଇ ମୁକୁଳା ଛଡ଼ାଯାଇଥିବାରୁ ବିପଦ ସାଜିଛି। ଛୋଟ ପିଲା ଓ ଗୃହପାଳିତ ପ୍ରାଣୀ ଏହି ଖାଲରେ ପଡ଼ି ଅଘଟଣ ଘଟିବାର ଆଶଙ୍କା ପ୍ରକାଶ କରିଛନ୍ତି ସ୍ଥାନୀୟ ଲୋକେ। କେତେକ ସ୍ଥାନରେ ଷ୍ଟାଣ୍ଡପୋଷ୍ଟ ନିର୍ମାଣ ହୋଇଥିବା ବେଳେ ପାଇପ୍‌ ବିଛା ସରିଛି। ଏବେ ଗ୍ରୀଷ୍ମ ଋତୁରେ ପାନୀୟ ଜଳ ଯୋଗାଣ ପାଇଁ ସରକାର ଓ ଜିଲା ପ୍ରଶାସନ ଗୁରୁତ୍ୱ ଦେଉଛନ୍ତି। ହେଲେ ଏଠାରେ ପ୍ରକଳ୍ପ କାର୍ଯ୍ୟ କେବେ ସମ୍ପୂର୍ଣ୍ଣ ହେବ, ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ନିର୍ମାଣ ସ୍ଥଳରେ ଫଳକ ନ ଥିବାରୁ କାର୍ଯ୍ୟରେ ଅନିୟମିତତା ହୋଇଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି। ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ବାସନ୍ତୀଲତା ଦାଶ କହିଛନ୍ତି, ପ୍ରକଳ୍ପ ସମ୍ପୂର୍ଣ୍ଣ ହେବାରେ ବିଳମ୍ବ ହେଉଥିବାରୁ ଅସନ୍ତୋଷ ବୃଦ୍ଧି ପାଉଛି। ତୁରନ୍ତ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଏକାଧିକବାର ଲିଖିତ ଭାବେ ଜଣାଯାଇଛି। ଏନେଇ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଭାଗୀରଥି ଦାଶଙ୍କୁ ପଚାରିବାରୁ ଠିକାଦାର ଅଧାରୁ କାର୍ଯ୍ୟ ବନ୍ଦ କରିଥିବାରୁ ପୁନଃ ଟେଣ୍ଡର ପାଇଁ ନିର୍ଦ୍ଦେଶ ଦିଆଯାଇଛି ଏବଂ ତୁରନ୍ତ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri