ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ନାଟକ ‘ପଲ୍ଲୀରୁ ଦିଲ୍ଲୀ ’ ମଞ୍ଚସ୍ଥ…

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅନ୍ତର୍ଗତ ମେଘଝୋଳି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହେଇଯାଇଛି । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଜିଲାପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।
ସେହିପରି ଦିଗପହଣ୍ଡି ବ୍ଲକ ସହଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ରସାନନ୍ଦ ଘଡେଇ, ଡା. ମଧୁସୂଦନ ପାଣିଗ୍ରାହୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଜୟରାମ ଦଳାଇ, ଚଷାନିମଖଣ୍ଡି କ୍ଲଷ୍ଟର ସିଆରସିସି ସିମାଞ୍ଚଳ ଗୌଡ, ସ୍ବାସ୍ଥ୍ୟକର୍ମୀ ପିଙ୍କିଲତା ବେହରା, ଯୋଗାଣ ସହାୟକ ଭଗବାନ ଗୌଡ଼ , ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରାଧାଶ୍ୟାମ ବେହେରା, ଜଗନ୍ନାଥ ସେଠୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ବୃନ୍ଦ ମାନପତ୍ର ଓ ପୁରସ୍କାର ବିତରଣ କରିଥିଲେ।
ଶିକ୍ଷକ ନରେନ୍ଦ୍ର ପାତ୍ର ଧନ୍ୟବାଦ ଅର୍ପଣ କରିଥିବା ବେଳେ ଶିକ୍ଷକ ଶଙ୍କର ସେଠୀ ମଞ୍ଚ ପରିଚାଳନା କରିଥିଲେ। ଶେଷରେ ଛାତ୍ରୀଛାତ୍ର ମାନଙ୍କ ଦାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ନାରୀଶିକ୍ଷା ଉପରେ ଆଧାରିତ ଶ୍ରେଷ୍ଠ ସାମାଜିକ ନାଟକ ” ପଲ୍ଲୀରୁ ଦିଲ୍ଲୀ ” ମଞ୍ଚସ୍ଥ ହୋଇଥିଲା। ସହକାରୀ ଶିକ୍ଷକ ନିରଞ୍ଜନ ବିଷୋୟୀ, ମନୋରଞ୍ଜନ ସେଠୀ, ନକୁଳ ଜେନାଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ପ୍ରତିଷ୍ଠା, ନାମଯଜ୍ଞ ପାଇଁ ପ୍ରସ୍ତୁତି : ଅଧିକରୁ ଅଧିକ ଜନସମାଗମ ଆଶଙ୍କା

ଗଞ୍ଜାମ,୨୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକର କରପଡା ଗ୍ରାମରେ ଆସନ୍ତା ୨୨ରୁ ୨୬ ପର୍ଯ୍ୟନ୍ତ ୫ ଦିନ ବ୍ୟାପି ମହା ଆଡମ୍ବରରେ ମା’ ବୁଢ଼ୀ ଠାକୁରାଣୀ ଏବଂ…

କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର: ଆକ୍ସନ ମୋଡରେ ନବୀନ

ଭୁବନେଶ୍ୱର,୨୧।୧: କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର ଉପରେ ପ୍ରତିକ୍ରିୟା ରଖିଲେ ବିଜେଡି ଶୃଙ୍ଖଳା କମିଟି ସଦସ୍ୟ ସାରଦା ଜେନା। ସେ କହିଛନ୍ତି, ଉତ୍ତର ସନ୍ତୋଷଜନକ…

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ୱସ୍ତି: ଆମେରିକାରୁ ଆସିଲା ବଡ଼ ଖବର

ଓ୍ବାଶିଂଟନ୍‌,୨୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରୁଥିବା ଖବର ସାମ୍ନାକୁ ଆସିଛି। ହଠାତ୍‌ ମତ…

ଗ୍ୟାସ ଅଭାବ ଯୋଗୁ ଅଙ୍ଗନାଓ୍ବାଡି କର୍ମୀଙ୍କ ମଧ୍ୟରେ ଭାଳେଣି, ଅଙ୍ଗନାଓ୍ବାଡି କେନ୍ଦ୍ରରେ ବନ୍ଦ ହୋଇଯିବ ରୋଷେଇ!

ବୁଗୁଡ଼ା,୨୦।୩(କାଳିଚରଣ ଦାଶ): ମିଳୁନି ଜାଳେଣି ଗ୍ୟାସ, ଗ୍ୟାସ ଅଭାବରୁ ଅଧିକାଂଶ ହୋଟେଲ, ଫାଷ୍ଟଫୁଡ୍‌ ସେଣ୍ଟର ଓ ଚା’ ଦୋକାନ ବନ୍ଦ ହୋଇ ସାରିଥିବାବେଳେ ଏବେ ଘରମାନଙ୍କରେ ମଧ୍ୟ…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶାଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ଖବର: ଏମାନଙ୍କୁ ଏପ୍ରିଲରେ ମିଳିବ ୩ ମାସର…

ନୂଆଦିଲ୍ଲୀ,୨୧।୩: ଦେଶରେ ଲକ୍ଷ ଲକ୍ଷ ରାଶନ କାର୍ଡଧାରୀ ଅଛନ୍ତି। ଯେଉଁମାନେ ପ୍ରତି ମାସରେ ରାଶନ କାର୍ଡ ମାଧ୍ୟମରେ ରାଶନ ପାଆନ୍ତି। କିନ୍ତୁ ଏହି ଏପ୍ରିଲ ମାସରେ ରାଶନ…

ବର୍ଷେ ହେଲା ପ୍ରେମିକାଙ୍କ ସହ ରଖୁଥିଲେ ଶାରିରୀକ ସମ୍ପର୍କ: ଗର୍ଭବତୀ ହେବାରୁ…

ନୀଳଗିରି,୨୧।୩(ପ୍ରଶାନ୍ତ ବିଶ୍ୱାଳ):ପ୍ରେମିକାଙ୍କୁ ଗର୍ଭବତୀ ପରେ ପ୍ରତାରଣା। ବିବାହର ମିଛ ପ୍ରତିଶ୍ରୁତି ଦେଇ ବର୍ଷେ ହେଲା ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପ୍ରେମିକା ଗର୍ଭବତୀ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri