ପ୍ରକଳ୍ପ ଜିଲାର ବଡ଼ ପରିବର୍ତ୍ତନ ଆଣିବ: ମନ୍ତ୍ରୀ

ମାଲକାନଗିରି,୫ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ଜିଲା ପାଇଁ ମୋଟ ୮୪୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ମଙ୍ଗଳବାର ଶୁଭାରମ୍ଭ କରିଛନ୍ତି। ଏଥିରୁ ୩୧୮.୯୨ କୋଟି ଟଙ୍କା ବ୍ୟୟରେ ସମ୍ପୂର୍ଣ୍ଣ ହୋଇଥିବା ୩୧ ପ୍ରକଳ୍ପକୁ ଲୋକାର୍ପିତ କରାଯାଇ ୧୮୪.୬୩ କୋଟି ଟଙ୍କା ଅଟକଳ ମୂଲ୍ୟର ୩୦ ନୂତନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

ଜିଲାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୪୨୨ ପ୍ରକଳ୍ପ ମଧ୍ୟରୁ ୩୯୨ ସଫଳତାର ସହ ଶେଷ ହୋଇଛି। ଚଳିତ ୨୦୨୫-୨୬ ବର୍ଷରେ ୪୩.୯୬ କୋଟି ଟଙ୍କା ବ୍ୟୟରେ ୯୬୪ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଜିଲାପାଳ ପ୍ରଥମେଶ ଅରବିନ୍ଦ ରାଜସିିର୍କେଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ଜିଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ସୋଡ଼ି ଓ ଉପାଧ୍ୟକ୍ଷା ସାବିତ୍ରୀ ପଡ଼ିଆମୀ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ଦାଶରଥୀ ସରାବୁ, ଉପଜିଲାପାଳ ଦୁର୍ଯ୍ୟୋଧନ ଭୋଇ ସାମିଲ ହୋଇଥିଲେ। ଏହି ସମସ୍ତ ପ୍ରକଳ୍ପ ଜିଲାର ଶିକ୍ଷା, ଯୋଗାଯୋଗ ଓ ସାମାଜିକ ସୁବିଧା କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଆଣିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ପିଏମଜିଏସୱାଇ ଯୋଜନାରେ ୧୬୮ ରାସ୍ତା ନିର୍ମାଣ ସହ ଦୁର୍ଗମ ଅଞ୍ଚଳକୁ ସଂଯୋଗ କରାଯିବ।

ଏଥିସହ ଆୟୁର୍ବେଦିକ ମେଡିକାଲ କଲେଜ, ପାନୀୟ ଜଳ ପ୍ରକଳ୍ପ ଓ ରେଳ ସଂଯୋଗ ଆଦି ମୁଖ୍ୟ ପ୍ରକଳ୍ପ ମାଲକାନଗିରିର ଉନ୍ନତିକୁ ଆହୁରି ଗତି ଦେବ। ପ୍ରଗତି ପଥେ ଯୁବ ମାଲକାନଗିରି କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଯୁବ ସମାଜଙ୍କ ସମଗ୍ର ବିକାଶ ଓ ସଶକ୍ତିକରଣ ପାଇଁ ସ୍ପୋର୍ଟସ ସାମଗ୍ରୀ, ଆଧୁନିକ ଜିମ ଉପକରଣ ଓ ସମ୍ବାଦପତ୍ର ଆଦି ପ୍ରଦାନ କରାଯିବ ବୋଲି ସେ କହିଛନ୍ତି। ଏଥିରେ ଅନ୍ତୋଦୟ ଗୃହ ଯୋଜନାରେ ହିତାଧିକାରୀମାନଙ୍କୁ ସହାୟତା ରାଶି ସହ କାର୍ଯ୍ୟାଦେଶ ପତ୍ର ପ୍ରଦାନ କରାଯାଇଥିଲା। ଜିଲାର ଶ୍ରେଷ୍ଠ ୩ ବିଦ୍ୟାଳୟକୁ ଚଳିତବର୍ଷ ଦଶମ ପରୀକ୍ଷାରେ ସଫଳତା ପାଇଁ ସମର୍ଦ୍ଧିତ କରାଯାଇଛି। ଉପଜିଲାପାଳ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?