Posted inଖେଳ

କୋହଲିଙ୍କ ବ୍ୟତୀତ ସଚିନଙ୍କ ରେକର୍ଡ ଭାଙ୍ଗିପାରିବେ ଏହି ଖେଳାଳି

ଲଣ୍ଡନ,୨୬ା୧- କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାର ଦକ୍ଷତା ଇଂଲଣ୍ଡର ଷ୍ଟାର ଖେଳାଳି ଜୋ ରୁଟ୍‌ଙ୍କ ନିକଟରେ ରହିଛି। ଏଭଳି କହି ଇଂଲଣ୍ଡ ଟେଷ୍ଟ ଦଳର ଅଧିନାୟକ ରୁଟ୍‌ଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ପ୍ରାକ୍ତନ ଖେଳାଳି ଜିଓଫ୍ରେ ବୟକଟ। ୩୦ ବର୍ଷୀୟ ରୁଟ ଶ୍ରୀଲଙ୍କା ବିପକ୍ଷ ସିରିଜ୍‌ରେ ୧୦୬.୫୦ ଆଭରେଜରେ ୪୨୬ ରନ୍‌ ସ୍କୋର କରିଥିଲେ। ଏଥିରେ ସାମିଲ ଥିଲା ଦୁଇଟି ଶତକ। ଏଥିସହ ଅନ୍ତର୍ଜାତୀୟ ଟେଷ୍ଟ ଫର୍ମାଟରେ ଇଂଲଣ୍ଡ ପାଇଁ ସର୍ବାଧିକ ରନ୍‌ କରିଥିବା ଟପ୍‌-୪ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସ୍ଥାନ ପାଇଛନ୍ତି ରୁଟ୍‌।

“ଇଂଲଣ୍ଡ ପାଇଁ ସର୍ବାଧିକ ଟେଷ୍ଟ ରନ୍‌ କରିବାରେ ଡେଭିଡ୍‌ ଗଓ୍ବାର, କେଭିନ ପିଟରସନ ଓ ମୋତେ ପଛରେ ପକାଇବା କଥା ଭୁଲିଯାଆନ୍ତୁ। ରୁଟଙ୍କ ନିକଟରେ ୨୦୦ ଟେଷ୍ଟ ଖେଳିବାର ଦକ୍ଷତା ରହିଛି। ସଚିନଙ୍କ ଠାରୁ ଅଧିକ ରନ୍‌ କରିବାକୁ ସମର୍ଥ। ୩୦ ବର୍ଷୀୟ ଖେଳାଳି ଏପର୍ଯ୍ୟନ୍ତ ୯୯ ଟେଷ୍ଟ ଖେଳି ୮୨୪୯ ରନ୍‌ କରିସାରିଲେଣି। ଯଦି ବଡ଼ ଆଘାତ ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି, ତେବେ ରୁଟ୍‌ ନିଶ୍ଚିତ ସଚିନ (୧୫,୯୨୧ ରନ୍‌)ଙ୍କ ରେକର୍ଡ ଭାଙ୍ଗିବେ ” ବୋଲି ବୟକଟ କହିଛନ୍ତି। ଉଲ୍ଲେଖଥାଉ କି, ଆସନ୍ତା ୫ ତାରିଖରୁ ହେବାକୁ ଥିବା ଭାରତ ବିପକ୍ଷ ସିରିଜ୍‌ରେ ଇଂଲଣ୍ଡ ଦଳର ସଫଳତା ମୁଖ୍ୟତଃ ରୁଟ୍‌ଙ୍କ ଉପରେ ନର୍ଭର କରେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri