ପରପାରିରେ ମନୋରମା ମହାପାତ୍ର

ଭୁବନେଶ୍ୱର,୧୮।୯: ବିଶିଷ୍ଠ ସାହିତି୍ୟକା ତଥା ‘ସମାଜ’ର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ତୁରନ୍ତ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ ସୂଚନା ଦେଇଛନ୍ତି। ମନୋରମାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବହୁ ବରିଷ୍ଠ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।