ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର: ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୦।୧୨(ଅଶେଷ ନାଥ ମିଶ୍ର): ବିବାହର ପ୍ରତିଶ୍ରୁତି ଦେଇ ଜଣେ ଅନୁସୂଚିତ ଜାତିର ଜଣେ ଯୁବତୀଙ୍କୁ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନିକଟ ଏ.ରଘୁନାଥପୁର ଗ୍ରାମର ଶିବାନନ୍ଦ ସାହୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।ପୀଡ଼ିତା ଙ୍କ ଏତଲାକୁ ଭିତ୍ତିକରି ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୪୯୭/୨୪ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଛନ୍ତି ।

ବ୍ରହ୍ମପୁର ଏସ.ପି ସର୍ବଣା ବିବେକ. ଏମଙ୍କ ନିର୍ଦ୍ଦେଶକ୍ରମେ ଚିକିଟି ଏସଡିପିଓ ବିଶ୍ୱାମିତ୍ର ହରପାଲ ତଦନ୍ତଭାର ଗ୍ରହଣ କରିବା ସହ ବ୍ରହ୍ମପୁର ବଡ ଡାକ୍ତରଖାନା ରେ ଅଭିଯୁକ୍ତ ଏବଂ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରିଛନ୍ତି। ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜିଲା ଦୌରା ଜଜ କୋର୍ଟକୁ ଚାଲାଣ କରିଛନ୍ତି।ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ପୀଡ଼ିତାଙ୍କ ଘର ଯାଜପୁର ଜିଲାରେ ହୋଇଥବା ବେଳେ ଚେନ୍ନାଇର ଏକ ସିଲେଇ କମ୍ପାନୀରେ କାମ କରୁଥିବା ବେଳେ ଗତ ପ୍ରାୟ ୭ ମାସ ପୂର୍ବେ ଶିବାନନ୍ଦଙ୍କ ସହ ତାଙ୍କ ସମ୍ପର୍କ ହୋଇଥିଲା। ସେ ତାଙ୍କୁ କୋର୍ଟରେ ରେଜିଷ୍ଟ୍ରି ବିବାହ କରିବାର ପ୍ରତିଶ୍ରୁତି ଦେଇ ଗତ ଜୁଲାଇ ୨ ତାରିଖରେ ଭୁବନେଶ୍ଵର ଆଣି ବରମୁଣ୍ଡା ଅଞ୍ଚଳରେ ଏକ ଭଡ଼ା ଘରେ ରଖି ତାଙ୍କ ଇଚ୍ଛା ବିରୋଧରେ ବଳାତ୍କାର କରିଥିଲେ। ପରେ ବିବାହ କରିବା ପାଇଁ ପୀଡ଼ିତା ଜଣକ ବାଧ୍ୟ କରିବାରୁ ଶିବାନନ୍ଦ ତାଙ୍କୁ ଗାଁ’କୁ ଆଣି ଏକ ଘରେ ରଖି ଜବରଦସ୍ତ ଶାରିରୀକ ସମ୍ପର୍କ ରଖି ଆସୁଥିଲେ।

ଶିବାନନ୍ଦଙ୍କ ବାପା ସନାତନ ସାହୁ ଉକ୍ତଘରେ ପହଞ୍ଚି ତାଙ୍କୁ ଜାତିଆଣ ମନ୍ତବ୍ୟ ଦେବାସହ ମାଡ଼ ମାରିଥିଲେ। ପରେ ତାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିଲେ। ଏହାପରେ ଶିବାନନ୍ଦ ତାଙ୍କୁ ପୁଣି ଚେନ୍ନାଇରେ ଛାଡ଼ି ଫେରାର ହୋଇଯାଇଥିଲେ। ମୋବାଇଲ ଫୋନରେ ତାଙ୍କୁ ହତ୍ୟା କରିବା ପାଇଁ ଧମକ ଦେଇଥିବା ଏତଲାରେ ଉଲ୍ଲେଖ ରହିଛି । ତେବେ ଚେନ୍ନାଇରୁ ବହୁ କଷ୍ଟରେ ଫେରି ଗୁରୁବାର ଯୁବତୀ ଜଣକ ଥାନାରେ ଏତଲା ଦେବା ପରେ ତଦନ୍ତକାରୀ ଅଧିକାରୀ ଚିକିଟି ଏସଡିପିଓ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri