ପ୍ରତିଶ୍ରୁତି ମିଳୁଛି, ଦାବି ପୂରଣ ହେଉନି

ଭୁବନେଶ୍ୱର,୨୦।୩(ବ୍ୟୁରୋ):ଓଡିଶାରେ ଦୀର୍ଘଦିନ ଧରି ପ୍ରଚଳିତ ହୋଇଆସୁଥିବା ସମସ୍ତ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥା ଉଚ୍ଛେଦ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ତଥାପି ରାଜ୍ୟର ବିଭିନ୍ନ ସରକାରୀ ଦପ୍ତରରେ କାମ କରୁଥିବା ପ୍ରାୟ ୭୦ ହଜାରରୁ ଊର୍ଦ୍ଧ୍ୱ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କ୍ଷେତ୍ରରେ ଅଦ୍ୟାବଧି କୌଣସି ନିଷ୍ପତ୍ତି ଗ୍ରହଣ କରାଯାଇ ନ ଥିବା ଓଡ଼ିଶା ଆଉଟସୋର୍ସିଂ ମହାସଂଘ ପକ୍ଷରୁ ଦର୍ଶାଯାଇଛି। ଏହା ପ୍ରତିବାଦରେ ମହାସଂଘ ପକ୍ଷରୁ ବାରମ୍ବାର ମନ୍ତ୍ରୀ, ସଚିବଙ୍କୁ ଦାବିପତ୍ର ପ୍ରଦାନ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରତିଶ୍ରୁତି ମିଳୁଛି, ହେଲେ ଦାବି ପୂରଣ ହେଉ ନ ଥିବାରୁ ଆସନ୍ତା ୨୫ ତାରିଖରୁ କର୍ମଚାରୀମାନେ ପୁଣିଥରେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ମହାସଂଘ ସଭାପତି ସଞ୍ଜୟ ପଟ୍ଟନାୟକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ମହାସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି କହିଛନ୍ତି, ୨୦୨୨ ନଭେମ୍ବରରେ ଆଉଟ୍‌ସୋର୍ସିଂ ପ୍ରଥାକୁ ତୁରନ୍ତ ପ୍ରତ୍ୟାହାର କରି ସମସ୍ତଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବା ଦାବିରେ ମହାସଂଘ ଆନ୍ଦୋଳକୁ ଓହ୍ଲାଇଥିଲା। ସରକାରଙ୍କ ପ୍ରତିନିଧିଙ୍କ ସହ ଆଲୋଚନା ହୋଇଥିଲା। ଦାବି ପୂରଣ ପାଇଁ ସରକାର ଆଉ ଏକମାସର ସମୟ ନେଇଥିଲେ।
ତେବେ ଏହି ପ୍ରତିଶ୍ରୁତି ମଧ୍ୟ ପାଣିର ଗାର ହୋଇଥିଲା।ା ତେଣୁ ସଂଘ ପକ୍ଷରୁ ଫେବୃୟାରୀ ୧୯ରେ ପୁନଶ୍ଚ ଗଣଧାରଣା ଦିଆଯିବା ସହ ମୁଖ୍ୟ ଶାସନ ସଚିବଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ସମୟରେ ଫେବୃୟାରୀ ଶେଷ ସୁଦ୍ଧା ନିଷ୍ପତ୍ତି ନିଆଯିବ ବୋଲି ପ୍ରତିଶ୍ରୁତି ମଧ୍ୟ ମିଳିଥିଲା। ହେଲେ ତାହା ମଧ୍ୟ ସମ୍ଭବ ହୋଇନାହିଁ। ଫଳରେ ମାର୍ଚ୍ଚ ୧୫ରୁ ୧୮ ପର୍ଯ୍ୟନ୍ତ ବିଭିନ୍ନ ଜିଲାର ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି। ଏହାସତ୍ତ୍ୱେ କୌଣସି ସୁଫଳ ନ ମିଳିବାରୁ ଆସନ୍ତା ୨୫ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ କରାଯିବ ବୋଲି ସଂଘର ସାଧାରଣ ସମ୍ପାଦକ ମାନସ ଦାସ ଓ ଅନ୍ୟମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri