ପ୍ରତିଶ୍ରୁତି ମିଳିଲା, ଧାରଣା ଉଠିଲା

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ଉଠାଣକୁ ଦେଢ଼ମାସ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଧାନବିକ୍ରିରେ ଜିଲାର ଚାଷୀମାନେ ନାନା ସମସ୍ୟାରେ ଛନ୍ଦି ହୋଇଯାଇଛନ୍ତି। କଟନୀଛଟନୀ, ମିଲର୍ସଙ୍କ ଟ୍ୟାଗ ନ ଥିବା ଆଦି ଆଳ ଦେଖାଇ ବିଭିନ୍ନ ମଣ୍ଡିରୁ ଧାନ ଉଠାଯାଉ ନ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଗତମାସ ୨୭ତାରିଖରୁ ଜିଲା ସଂଯୁକ୍ତ କୃଷକ ସଙ୍ଗଠନ ନେତୃତ୍ୱରେ ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ମଣ୍ଡିଗୁଡ଼ିକରୁ ଧାନ ଉଠାଣ ସ୍ବାଭାବିକ ନ ହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚାଷୀମାନେ ଚେତାବନୀ ଦେଇଥିଲେ। ଏହି କ୍ରମରେ ଧାରଣା ଜାରି ରହିଥିଲା ଏବଂ ଏଥିରେ ବିଭିନ୍ନ ଦିବସରେ ଜିଲାର ପୃଥକ ଅଞ୍ଚଳର ଚାଷୀମାନେ ସାମିଲ ହୋଇଥିଲେ। ତେବେ ଶୁକ୍ରବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ, ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ରାଜକିଶୋର ପାଣିଗ୍ରାହୀ, ବିଭାଗୀୟ ଅଧିକାରୀ ବ୍ୟୋମକେଶ ମାଝୀ ପ୍ରମୁଖ ଧାରଣାସ୍ଥଳରେ ପହଞ୍ଚତ୍ ଚାଷୀଙ୍କ ସହିତ ଆଲୋଚନା କରିଥିଲେ। ଆସନ୍ତା ୧୫ଦିନ ମଧ୍ୟରେ ମଣ୍ଡିରେ ପଡ଼ି ରହିଥିବା ସବୁଧାନ ଉଠାଯିବ ବୋଲି ସେମାନେ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଚାଷୀମାନେ ଧାରଣାରୁ ଉଠିଥିଲେ। ପ୍ରତିଶ୍ରୁତି ପରେ ଧାରଣାକୁ ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି ଏବଂ ଏହି ଅବଧି ମଧ୍ୟରେ ମଣ୍ଡିରେ ପଡ଼ିଥିବା ସବୁଧାନ ଉଠା ନ ଗଲେ ପୁଣି ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ସଂଯୁକ୍ତ କୃଷକ ସଙ୍ଗଠନ ଚେତାବନୀ ଦେଇଛି।
ଶୁକ୍ରବାର ଧାରଣାରେ କୁମ୍ଭାରୀ ଅଞ୍ଚଳର ଚାଷୀ ପ୍ରତିନିଧି ଭୁବନେଶ୍ୱର ପ୍ରଧାନ, ତୁଲଣ୍ଡି ଅଞ୍ଚଳର ବନବାସ ପ୍ରଧାନ, ରେଶମ ଅଞ୍ଚଳର ସୁଦାମ ପାତ୍ର ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ସଂଯୁକ୍ତ କୃଷକ ସଙ୍ଗଠନର ରମେଶ ମହାପାତ୍ର, ଉପତ୍ନ୍ନ ଭୋଇ, ବିକାଶ ମାଝୀ, ସୁରେଶ ନେକାଣ୍ଟି, ରବିଶଙ୍କର ପ୍ରଧାନ, ଲୋକେଶ ପ୍ରଧାନ ପ୍ରମୁଖ ଧାରଣାର ନେତୃତ୍ୱ ନେଇଥିଲେ। ରାଜବୋଡ଼ାସମ୍ବର କୃଷକ ସଙ୍ଗଠନ, ପାଇକମାଳର ଅରକ୍ଷିତ ପ୍ରଧାନ, ରାଜେଶ ସାହୁ, ଦୟାସାଗର ସାହୁ, ପ୍ରୀତିଚନ୍ଦ୍ର ସାହୁ ପ୍ରମୁଖ ଧାରଣାକୁ ସମର୍ଥନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri