ପ୍ରମୋଦିନୀ ରାଉଳ ଏସିଡ୍‌ ଆକ୍ରମଣ ଘଟଣା, ଦୀର୍ଘବର୍ଷ ପରେ ରାୟ ଶୁଣାଇଲେ କୋର୍ଟ

ଜଗତସିଂହପୁର ଅଫିସ,୯ା୫: ଦୀର୍ଘବର୍ଷ ପରେ ପ୍ରମୋଦିନୀ ରାଉଳ ଏସିଡ୍‌ ଆକ୍ରମଣ ଘଟଣାରେ ରାୟ ଶୁଣାଇଛନ୍ତି ଜଗତସିଂହପୁର ସହକାରୀ ଦୌରାଜଜ୍‌ ତଥା ମହିଳା କୋର୍ଟ ବିଚାରପତି ରଶ୍ମିତା ସାହୁ। ଅଭିଯୁକ୍ତ ସନ୍ତୋଷ ବେଦାନ୍ତ ଓ ଅନିଲ ଓରଫ୍‌ ବିଶ୍ୱଜିତ୍‌ ଦଳସିଂରାୟଙ୍କୁ ୧୪ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ ସହ ୧୫ ହଜାର ଟଙ୍କା ଲେଖାଏ ଜରିମାନା, ଅନାଦେୟ ହେଲେ ୯ ମାସ ଲେଖାଏ ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟରେ ଉଲ୍ଲେଖ ଅଛି। ୨୦୦୯ ଏପ୍ରିଲ ୧୮ରେ ଏହି ଚାଞ୍ଚଲ୍ୟକର ଘଟଣା ସାରା ଓଡ଼ିଶାରେ ଚହଳ ସୃଷ୍ଟି କରିଥିଲା।

ସୂଚନାନୁଯାୟୀ, ଜଗତସିଂହପୁରର ପ୍ରମୋଦିନୀଙ୍କୁ ଏକ ତରଫା ପ୍ରେମ ନିବେଦନ କରିଥିଲେ ଯବାନ ସନ୍ତୋଷ ବେଦାନ୍ତ । କିନ୍ତୁ ଏହି ପ୍ରସ୍ତାବରେ ରାଜି ହୋଇ ନ ଥିଲେ ପ୍ରମୋଦିନୀ । ଏହା ଶୁଣି ସନ୍ତୋଷ ପ୍ରତିଶୋଧ ନେବାକୁ ସୁଯୋଗ ଖୋଜୁଥିଲେ। ଦିନେ ପ୍ରମୋଦିନୀ ତାଙ୍କ ମାଉସୀ ଘରୁ ନିଜ ଘରକୁ ଫେରୁଥିବା ବେଳେ କନକପୁର ବିଏସ୍‌ଏନ୍‌ଏଲ୍‌ ଟେଲିଫୋନ୍‌ ଏକ୍ସଚେଞ୍ଜ ନିକଟରେ ସନ୍ତୋଷ ବେଦାନ୍ତ ସହଯୋଗୀ ବିଶ୍ୱଜିତ୍‌ ଦଳସିଂରାୟଙ୍କ ସହ ମିଶି ପ୍ରମୋଦିନୀଙ୍କ ଉପରକୁ ଏସିଡ୍‌ ମାଡ଼ କରି ଫେରାର ହୋଇଯାଇଥିଲେ।

ଏହି ଏସିଡ୍‌ ମାଡ଼ରେ ପ୍ରମୋଦିନୀଙ୍କ ଶରୀର ୮୦ ପ୍ରତିଶତ ଜଳି ଯାଇଥିଲା। ପରେ ତାଙ୍କୁ କଟକ ବଡ଼ ମେଡିକାଲରେ ଦୀର୍ଘ ୨ ବର୍ଷ ଚିକିତ୍ସା କରାଯାଇଥିଲେ ହେଁ ତାଙ୍କ ପୂର୍ବ ଚେହେରା ଫେରି ନ ଥିଲା। ସେପଟେ ଘଟଣାର ୩ ବର୍ଷ ପରେ ଅଭିଯୁକ୍ତଙ୍କୁ ଚିହ୍ନଟ କରି ନ ପାରି ମାମଲାକୁ ବନ୍ଦ କରିଦେଇଥିଲା ପୋଲିସ। କିନ୍ତୁ ୨୦୧୭ ମସିହାରେ ତତ୍‌କାଳୀନ ଜଗତସିଂହପୁର ଏସ୍‌ପି ଜୟନାରାୟଣ ଶଙ୍କର ଏହି ମାମଲାକୁ ଗୁରୁତ୍ୱ ଦେଇ ରିଓପନ କରିବାକୁ ପଦକ୍ଷେପ ନେଇଥିଲେ। ପ୍ରମୋଦିନୀ ଏସ୍‌ପିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କଲା ପରେ ୪ ସେପ୍ଟେମ୍ବର ୨୦୧୭ରେ ମାମଲାର ତଦନ୍ତ ଆରମ୍ଭ ହୋଇଥିଲା। ସୋମବାର ଏହି ମାମଲାର ରାୟ ପ୍ରକାଶ ପାଇଛି। ଉକ୍ତ ରାୟରେ ଅଭିଯୁକ୍ତଙ୍କୁ ୧୪ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରମୋଦିନୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ରାୟକୁ ସେ ସମ୍ମାନ ଦେଉଛନ୍ତି କିନ୍ତୁ ଦୋଷୀଙ୍କୁ ଆଶାନୁରୂପ ଦଣ୍ଡ ବିଧାନ କରାଯାଇନାହିଁ। ତେଣୁ ସେ ଉଚ୍ଚ ନ୍ୟାୟାଳୟର ଆଶ୍ରୟ ନେବେ ବୋଲି ଧରିତ୍ରୀକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri