ଓଟିଇଟି ପାସ୍‌ ନ କଲେ ପଦୋନ୍ନତି ମନା: ଗଣଶିକ୍ଷା ବିଭାଗର ଅଜବ ନିର୍ଦ୍ଦେଶନାମା

ସୋନପୁର,୨୮ା୫(ମୃତ୍ୟୁଞ୍ଜୟ ଶତପଥୀ):୨୦୧୧ ମସିହା ପୂର୍ବରୁ ନିଯୁକ୍ତ ସମସ୍ତ ଶିକ୍ଷକଙ୍କୁ ପଦୋନ୍ନତି ପାଇବାକୁ ହେଲେ ଓଟିଇଟି(ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା) ଦେବାକୁ ପଡିବ l ଏପରିକି ଅବସରର ଦ୍ୱାରଦେଶରେ ଥିବା ପ୍ରାଥମିକ ଶିକ୍ଷକଙ୍କ ପାଇଁ ମଧ୍ୟ ଓଟିଇଟି ବିନା ପଦୋନ୍ନତି ମନା। ଏହିପରି ଏକ ନିର୍ଦ୍ଦେଶାନାମା ଜାରି କରିଛନ୍ତି ରାଜ୍ୟ ସରକାର। ଯାହାକୁ ନେଇ ଓଡ଼ିଶାରେ ଶିକ୍ଷକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି l ଓଟିଇଟି ପାସ ସାର୍ଟିଫିକେଟ ନ ଥିଲେ ଲେବୁଲ-ଭି(ଏ)ରେ ଥିବା ଶିକ୍ଷକଙ୍କୁ ଲେବୁଲ- ଭି(ବି) କୁ ପଦୋନ୍ନତି ମନା। ସରକାରଙ୍କ ଏହି ନିର୍ଦ୍ଦେଶ ପ୍ରକାଶ ପାଇବା ପରେ ରାଜ୍ୟରେ କାର୍ଯ୍ୟରତ ଶିକ୍ଷକମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। କାରଣ ଆରଟିଇ ଆକ୍ଟ-୨୦୦୯କୁ ଭିତ୍ତିକରି କେନ୍ଦ୍ର ସରକାରଙ୍କ ତରଫରୁ ଏନସିଟିଇ ତା ୨୩/୦୮/୨୦୧୦ରିଖରେ ବିଜ୍ଞପ୍ତି ମାଧ୍ୟମରେ ପାରା ୪ ରେ ସ୍ପଷ୍ଟ ଭାବେ ଉଲ୍ଲେଖ କରିଛନ୍ତି ଯେ, ଯେଉଁମାନେ ୨୦୦୧ ମସିହା ପୂର୍ବରୁ କିମ୍ବା ୨୦୦୧ ମସିହାରେ ପ୍ରକାଶିତ ଏନସିଟିଇ ବିଜ୍ଞପ୍ତି ଆଧାରରେ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ସହ ନିଯୁକ୍ତି ପାଇଛନ୍ତି ସେମାନଙ୍କ କ୍ଷେତ୍ରରେ ଓଟିଇଟି ଲାଗୁ ହେବନାହିଁ। କିନ୍ତୁ ତା୧୧l୦୨l୨୦୧୧ରିଖ ପୂର୍ବରୁ ନିଯୁକ୍ତ ଶିକ୍ଷକ ଓଟିଇଟି ବିନା ପଦୋନ୍ନତି ମନା ସରକାରଙ୍କ ଏହି ନିର୍ଦେଶାନାମାକୁ ଚ୍ୟାଲେଞ୍ଜ କରି କେତେକ ଶିକ୍ଷକ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ବେଳେ କେତେକ ଶିକ୍ଷକ ସଙ୍ଗଠନ ଆନ୍ଦୋଳନ କରିବା ପାଇଁ ସଜବାଜ ଆରମ୍ଭ କରିଦେଲେଣି। ଓଡ଼ିଶା ସରକାରଙ୍କ ଏହି ନିର୍ଦ୍ଦେଶନାମା ଫଳରେ ଓଡ଼ିଶାରେ କାର୍ଯ୍ୟରତ ଗଣଶିକ୍ଷକ, ଅଣ ଅନୁଦାନ/ଅନୁଦାନପ୍ରାପ୍ତ ବିଦ୍ୟାଳୟ ଶିକ୍ଷକ ଏବଂ ଯେଉଁ ପ୍ରାଥମିକ ଶିକ୍ଷକ ୨୦୧୧ ପୂର୍ବରୁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ନଥାଇ ନିଯୁକ୍ତ ହୋଇଛନ୍ତି ସେମାନେ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ଦେବା ବଦଳରେ ୨୦୧୧ ପୂର୍ବରୁ ନିଯୁକ୍ତ ସମସ୍ତ ଶିକ୍ଷକଙ୍କୁ ବାଧ୍ୟ କରାଯାଇଛି। ଏହି ନିଷ୍ପତ୍ତିକୁ ବିରୋଧ କରି ସୁବର୍ଣ୍ଣପୁର ସହର ସୁବର୍ଣ୍ଣମେରୁ ମନ୍ଦିରର ଜିଲାରେ କାର୍ଯ୍ୟରତ ଶିକ୍ଷୟିତ୍ରୀଶିକ୍ଷକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ସରକାରଙ୍କ ଉକ୍ତ ଆଦେଶକୁ ଘୋର ବିରୋଧ କରାଯିବା ସହିତ ଆସନ୍ତା ଜୁନ ୪ ତାରିଖ ଜିଲା ଶିକ୍ଷା ଅଧିକାରୀଙ୍କ ମାଧ୍ୟମରେ ସରକାରଙ୍କୁ ଉକ୍ତ ପତ୍ର ପ୍ରତ୍ୟାହାର କରିବା ସକାଶେ ଏକ ସ୍ମାରକପତ୍ର ପ୍ରଦାନ କରିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହାପରେ ମଧ୍ୟ ସରକାର ଶିକ୍ଷକଙ୍କ ଦାବି ପ୍ରତି କର୍ଣ୍ଣପାତ ନ କଲେ ଆଗାମୀ ଦିନରେ ବିକଳ୍ପ ପନ୍ଥା ଗ୍ରହଣ କରିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ଗ୍ରହଣ କରାଗଲା। ଉକ୍ତ ବୈଠକରେ ହୃଷୀକେଶ ଚାନ୍ଦ, ଦୋଳଗୋବିନ୍ଦ ପଣ୍ଡା, ବିଶ୍ୱବିହାରୀ ମିଶ୍ର, ଶ୍ରୀନିବାସ ରଥ, ଗୋପେଶ ପଣ୍ଡା ଓ ସରୋଜ ସାହୁ ପ୍ରମୁଖ ଶିକ୍ଷୟିତ୍ରୀ ଶିକ୍ଷକ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?