ଟାଟା ପାଓ୍ବାର ପକ୍ଷରୁ ସମ୍ବର୍ଦ୍ଧନା ସଭା

ଭୁବନେଶ୍ୱର ,୨୧।୧୨: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟାଟା ପାୱାର ନେତୃତ୍ୱାଧୀନ ଡିସ୍‌କମ୍‌ଗୁଡ଼ିକ ପକ୍ଷରୁ ‘ଓଃ ମାଇଁ ବିଉଟିଫୁଲ୍‌ ଓଡ଼ିଶା’ ଫଟୋଗ୍ରାଫି ପ୍ରତିଯୋଗିତାର ବିଜେତାମାନଙ୍କୁ ସମ୍ମାନିତ କରିବା ଲାଗି ଏକ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା। ବିଶେଷକରି ଓଡ଼ିଶାର ସଂସ୍କୃତି, ପ୍ରକୃତି, ସ୍ଥାପତ୍ୟ, ଓ ଐତିହ୍ୟକୁ ନେଇ ଆୟୋଜିତ ଉକ୍ତ ପ୍ରତିଯୋଗିତାରେ ସାରା ଓଡ଼ିଶାରୁ ୭,୦୦୦ ରୁ ଅଧିକ ଫଟୋଗ୍ରାଫରଙ୍କ ଆବେଦନ ସହ ବିପୁଳ ସମର୍ଥନ ମିଳିଥିଲା। ଏପରିକି ଭୁବନେଶ୍ୱରଠାରେ ଆୟୋଜିତ ଏକ ସମ୍ମାନ ସମାରୋହ ଉତ୍ସବରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଟାଟା ପାୱାରର ଟ୍ରାନ୍ସମିଶନ ଆଣ୍ଡ ଡିଷ୍ଟ୍ରିବ୍ୟୁଶନ ସଭାପତି ସଞ୍ଜୟ ବାଙ୍ଗା, ଟିପିସିଓଡିଏଲ୍‌ର ସିଇଓ ଅରବିନ୍ଦ ସିଂହ, ଟିପିଡବ୍ଲ୍ୟୁଓଡିଏଲ୍‌ର ସିଇଓ ଗଜାନନ କାଲେ, ଟିପିଏନ୍‌ଓଡିଏଲ୍‌ର ସିଇଓ ଭାସ୍କର ସରକାର ଏବଂ ଟିପିଏସ୍‌ଓଡିଏଲ୍‌ର ସିଇଓ ଅମିତ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ସମାବେଶ ବିଜେତାମାନଙ୍କୁ ସେମାନଙ୍କର ଉଲ୍ଲେଖନୀୟ କଳାତ୍ମକ ଅବଦାନ ପାଇଁ ପ୍ରଶଂସା କରିଥିବା ବେଳେ ଓଡ଼ିଶାର ସୌନ୍ଦର୍ଯ୍ୟ ଓ ଭାବକୁ ପ୍ରଭାବଶାଳୀ ଢଙ୍ଗରେ ଉପସ୍ଥାପନ କରିଥିଲା। ଉପରୋକ୍ତ ସଂଖ୍ୟକ ଆବେଦନଗୁଡ଼ିକ ଯତ୍ନର ସହ ମୂଲ୍ୟାୟନ ପରେ ଶ୍ରେଷ୍ଠ ୧୩ ବିଜେତାଙ୍କୁ ଚୟନ କରାଯାଇଥିଲା।

ସେହିଭଳି ପ୍ରତିଭାସମ୍ପନ୍ନ ବ୍ୟକ୍ତିମାନଙ୍କୁ ଟିପି ଓଡ଼ିଶା-୨୦୨୪ କ୍ୟାଲେଣ୍ଡରରେ ସ୍ଥାନ ପାଇବାର ସୁଯୋଗ ସହିତ ପୂର୍ବରୁ ଦର୍ଶାଯାଇଥିବା ସର୍ତ୍ତାବଳୀ ଅନୁଯାୟୀ ନଗଦ ୧୫ ହଜାର ଟଙ୍କା ଲେଖାଏ ପୁରସ୍କାର ଓ ସାର୍ଟିଫିକେଟ୍‌ ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ଓ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି, ଟାଟା ପାୱାର ସାରା ରାଜ୍ୟରେ ଅଗଣିତ ଜୀବନକୁ ଆଲୋକିତ କରୁଛି ଏବଂ ରାଜ୍ୟରେ ବିଦ୍ୟୁତ୍‌ ଭିତ୍ତିଭୂମିର ଉନ୍ନତି ଦିଗରେ ନିରନ୍ତର କାର୍ଯ୍ୟ କରୁଛି। ସେହିଭଳି ଟାଟା ପାୱାରର ଟି ଆଣ୍ଡ ଡି ସଭାପତି ସଞ୍ଜୟ ବାଙ୍ଗା କହିଛନ୍ତି, ଟାଟା ପାୱାର ଓଡ଼ିଶା ଡିସ୍‌କମ୍‌ଗୁଡ଼ିକ ବିଦ୍ୟୁତ ବଣ୍ଟନ ସେବା ଏବଂ ପଦକ୍ଷେପ ମାଧ୍ୟମରେ ଓଡ଼ିଶାର ଅଭିବୃଦ୍ଧି ଓ ବିକାଶ ଦିଗରେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତିବଦ୍ଧ ରହିଛି।

ଏପରିକି ଆଗାମୀ ଦିନରେ ଓଡ଼ିଶା ନୂଆ ଶିଖର ଛୁଇଁବ ଏବଂ ଅନ୍ୟ ରାଜ୍ୟମାନଙ୍କ ପାଇଁ ଏହାକୁ ଅନୁସରଣ କରିବାର ଏକ ମଡେଲ ପାଲଟିବ। ସାରା ରାଜ୍ୟର ଫଟୋଗ୍ରାଫିପ୍ରେମୀଙ୍କଠାରୁ ଏଭଳି ଉତ୍ସାହଜନକ ପ୍ରତିକ୍ରିୟା ପାଇ ଆମେ ବେଶ୍‌ ଆନନ୍ଦିତ। କେବଳ କଳା ପ୍ରତିଭାକୁ ସ୍ବୀକୃତି ଦେବା ନୁହେଁ, ବରଂ ଓଡ଼ିଶାର ସଂସ୍କୃତି ଓ ପର୍ଯ୍ୟଟନର ପ୍ରଚାର ପ୍ରସାରରେ ଯୋଗଦାନ ଦେଉଥିବା ଏକ ପଦକ୍ଷେପର ଅଂଶ ହୋଇ ଆମେ ଗର୍ବିତ। ମୁଁ ‘ଓଃ ମାଇଁ ବିଉଟିଫୁଲ୍‌ ଓଡ଼ିଶା ଫଟୋଗ୍ରାଫି’ ପ୍ରତିଯୋଗିତାର ସମସ୍ତ ବିଜେତାଙ୍କୁ ଅଭିନନ୍ଦନ ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri