୭୨ ଓଇଏସ୍‌ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର, ୨୫।୫(ବ୍ୟୁରୋ)- ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଓଡ଼ିଶା ଶିକ୍ଷା ସେବା (ଓଇଏସ୍‌) ଅନ୍ତର୍ଗତ ବିଭିନ୍ନ ବର୍ଗର ୭୨ଜଣ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏ ନେଇ ସୋମବାର ବିଭାଗ ପକ୍ଷରୁ ଦୁଇଟି ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ସଂଖ୍ୟା ୯୭୩୮ ଅନୁସାରେ, ଓଡ଼ିଶା ଶିକ୍ଷା ସେବା ପ୍ରଥମ ଶ୍ରେଣୀ କନିଷ୍ଠ ବର୍ଗରୁ ୬୩ ଜଣ ଯୋଗ୍ୟ ଅଧିକାରୀଙ୍କୁ ପରବର୍ତ୍ତୀ ପଦୋନ୍ନତି ସ୍ତର ଓଡ଼ିଶା ଶିକ୍ଷା ସେବା ପ୍ରଥମ ଶ୍ରେଣୀ ବରିଷ୍ଠକୁ ପଦୋନ୍ନତି ଦିଆଯାଇଛି। ଏମାନଙ୍କୁ ବିଭିନ୍ନ ଜିଲାରେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ବା ବିଭାଗର ବିଭିନ୍ନ ନିର୍ଦ୍ଦେଶାଳୟର ଉପନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ବିଜ୍ଞପ୍ତି ସଂଖ୍ୟା ୯୭୪୭ ଅନୁସାରେ, ଓଡ଼ିଶା ଶିକ୍ଷା ସେବା ପ୍ରଥମ ଶ୍ରେଣୀ ବରିଷ୍ଠ ବର୍ଗରୁ ୯ଜଣ ଯୋଗ୍ୟ ଅଧିକାରୀଙ୍କୁ ପରବର୍ତ୍ତୀ ପଦୋନ୍ନତି ସ୍ତର ଓଡ଼ିଶା ଶିକ୍ଷା ସେବା ସୁପର ଟାଇମ୍‌ ସ୍କେଲକୁ ପଦୋନ୍ନତି କରାଯାଇଛି। ଏମାନଙ୍କୁ ବିଭିନ୍ନ ଜିଲାରେ ଜିଲା ଶିକ୍ଷା ଅଧିକାରୀ ଅଥବା ବିଭାଗର ବିଭିନ୍ନ ନିର୍ଦ୍ଦେଶାଳୟରେ ଯୁଗ୍ମ ନିର୍ଦ୍ଦେଶକ ବା ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାରେ ପରୀକ୍ଷା ନିୟନ୍ତ୍ରକ ଭାବେ ଅବସ୍ଥାପିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri