Posted inଜାତୀୟ

ବିଚାରପତିଙ୍କ ପ୍ରଦର୍ଶନ ଭିତ୍ତିରେ ସୁପ୍ରିମକୋର୍ଟକୁ ପଦୋନ୍ନତି

ନୂଆଦିଲ୍ଲୀ,୩୦ା୯:ହାଇକୋର୍ଟ ବିଚାରପତିମାନଙ୍କ ପ୍ରଦର୍ଶନ ଆଧାରରେ ସେମାନଙ୍କୁ ସୁପ୍ରିମକୋର୍ଟକୁ ପଦୋନ୍ନତି ଦିଆଯିବ। ବିଚାରପତିମାନେ କେତେ ସଂଖ୍ୟକ ମାମଲାର ଫଇସଲା କିଭଳି ଭାବେ କରିଛନ୍ତି ତାହା ଦେଖାଯିବ। ସିଜେଆଇ ୟୁ.ୟୁ. ଲଳିତଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କଲେଜିୟମ୍‌ରେ ପ୍ରଥମ ଥର ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। କଲେଜିୟମ୍‌ରେ ବିଚାରପତିମାନଙ୍କ ଅତୀତର ଜୁଡିସିଆଲ ପରଫର୍ମାନ୍ସକୁ ଅନୁଧ୍ୟାନ କରାଯାଇ ସର୍ବୋଚ୍ଚ ଅଦାଲତକୁ ପ୍ରମୋଶନ ଲାଗି ସୁପାରିସ କରାଯାଇଛି। ଗତ ୨୬ରେ ଅନୁଷ୍ଠିତ ୫ ସଦସ୍ୟ ବିଶିଷ୍ଟ କଲେଜିୟମ୍‌ ଏହି ଆଧାରରେ ବମ୍ବେ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଦୀପଙ୍କର ଦତ୍ତାଙ୍କୁ ସୁପ୍ରିମକୋର୍ଟ ବିଚାରପତି ରୂପେ ପଦୋନ୍ନତି ପାଇଁ ସୁପାରିସ କରିଥିବା ଜଣାପଡ଼ିଛି। ଅଗଷ୍ଟ ୨୭ରେ ଜଷ୍ଟିସ୍‌ ଲଳିତ ସିଜେଆଇ ରୂପେ ଦାୟିତ୍ୱ ଗ୍ରହଣ କରିବା ପରେ କଲେଜିୟମ୍‌ ପକ୍ଷରୁ ସୁପ୍ରିମକୋର୍ଟକୁ କୌଣସି ବିଚାରପତିଙ୍କୁ ପଦୋନ୍ନତି ଦେବାରେ ଏହା ହେଉଛି ପ୍ରଥମ। ସୁପ୍ରିମକୋର୍ଟରେ ୩୪ ବିଚାରପତିଙ୍କ ସ୍ଥାନରେ ସିଜେଆଇଙ୍କୁ ମିଶାଇ ୨୯ ଜଣ ଅଛନ୍ତି। ଜଷ୍ଟିସ ହେମନ୍ତ ଗୁପ୍ତା ଅକ୍ଟୋବର ୧୬ରେ ଅବସର ନେବାକୁ ଥିବାବେଳେ ସିଜେଆଇଙ୍କ କାର୍ଯ୍ୟକାଳ ନଭେମ୍ବର ୮ରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?