Posted inଜାତୀୟ

ବିଚାରପତିଙ୍କ ପ୍ରଦର୍ଶନ ଭିତ୍ତିରେ ସୁପ୍ରିମକୋର୍ଟକୁ ପଦୋନ୍ନତି

ନୂଆଦିଲ୍ଲୀ,୩୦ା୯:ହାଇକୋର୍ଟ ବିଚାରପତିମାନଙ୍କ ପ୍ରଦର୍ଶନ ଆଧାରରେ ସେମାନଙ୍କୁ ସୁପ୍ରିମକୋର୍ଟକୁ ପଦୋନ୍ନତି ଦିଆଯିବ। ବିଚାରପତିମାନେ କେତେ ସଂଖ୍ୟକ ମାମଲାର ଫଇସଲା କିଭଳି ଭାବେ କରିଛନ୍ତି ତାହା ଦେଖାଯିବ। ସିଜେଆଇ ୟୁ.ୟୁ. ଲଳିତଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କଲେଜିୟମ୍‌ରେ ପ୍ରଥମ ଥର ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। କଲେଜିୟମ୍‌ରେ ବିଚାରପତିମାନଙ୍କ ଅତୀତର ଜୁଡିସିଆଲ ପରଫର୍ମାନ୍ସକୁ ଅନୁଧ୍ୟାନ କରାଯାଇ ସର୍ବୋଚ୍ଚ ଅଦାଲତକୁ ପ୍ରମୋଶନ ଲାଗି ସୁପାରିସ କରାଯାଇଛି। ଗତ ୨୬ରେ ଅନୁଷ୍ଠିତ ୫ ସଦସ୍ୟ ବିଶିଷ୍ଟ କଲେଜିୟମ୍‌ ଏହି ଆଧାରରେ ବମ୍ବେ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଦୀପଙ୍କର ଦତ୍ତାଙ୍କୁ ସୁପ୍ରିମକୋର୍ଟ ବିଚାରପତି ରୂପେ ପଦୋନ୍ନତି ପାଇଁ ସୁପାରିସ କରିଥିବା ଜଣାପଡ଼ିଛି। ଅଗଷ୍ଟ ୨୭ରେ ଜଷ୍ଟିସ୍‌ ଲଳିତ ସିଜେଆଇ ରୂପେ ଦାୟିତ୍ୱ ଗ୍ରହଣ କରିବା ପରେ କଲେଜିୟମ୍‌ ପକ୍ଷରୁ ସୁପ୍ରିମକୋର୍ଟକୁ କୌଣସି ବିଚାରପତିଙ୍କୁ ପଦୋନ୍ନତି ଦେବାରେ ଏହା ହେଉଛି ପ୍ରଥମ। ସୁପ୍ରିମକୋର୍ଟରେ ୩୪ ବିଚାରପତିଙ୍କ ସ୍ଥାନରେ ସିଜେଆଇଙ୍କୁ ମିଶାଇ ୨୯ ଜଣ ଅଛନ୍ତି। ଜଷ୍ଟିସ ହେମନ୍ତ ଗୁପ୍ତା ଅକ୍ଟୋବର ୧୬ରେ ଅବସର ନେବାକୁ ଥିବାବେଳେ ସିଜେଆଇଙ୍କ କାର୍ଯ୍ୟକାଳ ନଭେମ୍ବର ୮ରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri