ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଡାଲି ଉତ୍ପାଦନକୁ ପ୍ରୋତ୍ସାହନ

ଭୁବନେଶ୍ୱର,୯।୯,(ଅନୁରାଧା ମହାରଣା): ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଡାଲି ଉତ୍ପାଦନକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଝାଡ଼ଖଣ୍ଡ ଓ ଛତିଶଗଡ଼ର ଆଦିବାସୀ ଅଞ୍ଚଳରେ ଡାଲି ଚାଷ ବଢ଼ାଇ କୃଷକଙ୍କ ଉତ୍ପାଦନ ଏବଂ ଆୟ ବୃଦ୍ଧି କରିବା ଲକ୍ଷ୍ୟ ରଖାଯାଇଥିବା ଜଣେ ସରକାରୀ ଅଧିକାରୀ ସୂଚନା ଦେଇଛନ୍ତି। ଏହି ପଦକ୍ଷେପ ଅଣପାରମ୍ପରିକ ଡାଲି ଉତ୍ପାଦନ କ୍ଷେତ୍ର ଉପରେ ଧ୍ୟାନ ଦେଇଥାଏ। ଏହା ଏକ ପରୀକ୍ଷାମୂଳକ ପ୍ରକଳ୍ପ ହୋଇଥିବାବେଳେ ଯଦି ଏହା ସଫଳ ହୁଏ, ତେବେ ଏହା ସମଗ୍ର ଦେଶକୁ ବିସ୍ତାର ହୋଇପାରିବ, ଯାହା ଆମଦାନୀ ଉପରେ ଭାରତର ନିର୍ଭରଶୀଳତାକୁ ହ୍ରାସ କରିବ ବୋଲି ଆଶା କରାଯାଉଛି। ଏହି ପ୍ରକଳ୍ପ ପରିଚାଳନା ଦାୟିତ୍ୱକୁ ନ୍ୟାଶନାଲ କୋଅପରେଟିଭ ଗ୍ରାହକ ଫେଡେରେଶନ ଅଫ ଇଣ୍ଡିଆ ଲିମିଟେଡ (ଏନସିସିଏଫ)କୁ ପ୍ରଦାନ କରାଯାଇଛି। ଏହାର କାର୍ଯ୍ୟକାରିତା ପାଇଁ ଏହା ଝାଡ଼ଖଣ୍ଡର ୪ଟି ଜିଲା ଏବଂ ଛତିଶଗଡ଼ର ୫ଟି ଜିଲା ଚୟନ କରାଯାଇଛି। ଏନସିସିଏଫ ପରିଚାଳନା ନିର୍ଦ୍ଦେଶକ ଅନିସ ଜୋସେଫ ଚନ୍ଦ୍ର କହିଛନ୍ତି ଯେ, ମହିଳା ଚାଷୀଙ୍କ ସମେତ ଝାଡଖଣ୍ଡ ଏବଂ ଛତିଶଗଡର ମାଓବାଦୀ ପ୍ରଭାବିତ ତଥା ଆଦିବାସୀ ଅଞ୍ଚଳରେ ଆମେ ଏହି ଖରିଫ ଋତୁରେ ହରଡ଼ ଏବଂ ବିରି ଉତ୍ପାଦନକୁ ପ୍ରୋତ୍ସାହିତ କରୁଛୁ। ଛତିଶଗଡର ରାଜନନ୍ଦଗାଓଁ, ଯଶପୁର, ବସ୍ତର ଏବଂ ମୋହଲା ମନପୁର ଏବଂ ପାଲାମୁ, କାଟିହାର, ଡୁମକା ସହ ଏବଂ ଝାଡ଼ଖଣ୍ଡର ଗରୱା ଆଦି ଅଞ୍ଚଳକୁ ଏହି ପ୍ରକଳ୍ପ ଅନ୍ତର୍ଭୁକ୍ତ କରାଯାଇଥିବା ସୂଚନା ରହିଛି। ଖରିଫ ଋତୁ ପାଇଁ ହାଇବ୍ରିଡ ମଞ୍ଜି ବଣ୍ଟନ କରାଯାଇଛି। କୃଷକମାନଙ୍କୁ ସେମାନଙ୍କ ଉତ୍ପାଦକୁ ସମବାୟ ସମିତିରେ ବିକ୍ରୟ କରିବା ପାଇଁ ଏନସିସିଏଫ ପୋର୍ଟାଲରେ ଆଗୁଆ ପଞ୍ଜୀକରଣ କରିବାକୁ ପରାମର୍ଶ ଦିଆଯାଇଛି। ତେବେ ଏନସିସିଏଫ୍‌ ସର୍ବନିମ୍ନ ସହାୟତା ମୂଲ୍ୟ (ଏମଏସପିରେ ) ରେ ଡାଲି କ୍ରୟ କରିବ ମାତ୍ର ଯଦି ବଜାର ମୂଲ୍ୟ ଏମଏସପିରୁ ଅଧିକ ହୁଏ, ତେବେ କୃଷକମାନେ ବେସରକାରୀ ବ୍ୟବସାୟୀଙ୍କୁ ବିକ୍ରି କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?