ଟସର ଚାଷକୁ ପ୍ରୋତ୍ସାହନ

ଭୁବନେଶ୍ୱର,୪।୧୨(ବ୍ୟୁରୋ): କୋଭିଡ୍‌-୧୯ ସତ୍ତ୍ୱେ ରାଜ୍ୟ ସରକାର ବୁଣାକାର, ହସ୍ତଶିଳ୍ପୀ ଏବଂ ଚିତ୍ରକରମାନଙ୍କ ପାଇଁ ୧୧ ଲକ୍ଷ ମାନବ ଦିବସ ସୃଷ୍ଟି କରିପାରିଛନ୍ତି। ବୁଣାକାର, ହସ୍ତଶିଳ୍ପୀ ଓ ଚିତ୍ରକରମାନଙ୍କ ଉତ୍ପାଦିତ ୧୩୨.୨୯ କୋଟି ଟଙ୍କାର ସାମଗ୍ରୀ କ୍ରୟ କରାଯାଇଛି। ଗୁରୁବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଡିଜିଟାଲ ମୋଡରେ ଆୟୋଜିତ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକରେ ଏହି ସୂଚନା ଦିଆଯାଇଛି। କୋଭିଡ୍‌ ସମୟରେ ରାଜ୍ୟରେ ଟସର ଚାଷ ମାଧ୍ୟମରେ ଅଧିକରୁ ଅଧିକ ଜୀବିକା ସୃଷ୍ଟି କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଟସର ଶ୍ରମଭିତ୍ତିକ ହୋଇଥିବାରୁ ଏହାର ସମ୍ପ୍ରସାରଣ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ସେ କହିଛନ୍ତି। ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଅସନ ଏବଂ ଅର୍ଜୁନ ବୃକ୍ଷ ଟସର ପୋକଙ୍କ ପାଇଁ ପ୍ରାକୃତିକ ଖାଦ୍ୟ ଓ ପ୍ରଜନନ ସ୍ଥାନ। ଏହା ଜଙ୍ଗଲ ଅଞ୍ଚଳରେ ବହୁମାତ୍ରାରେ ଦେଖାଦେଇଥାଏ। ଏସବୁ ବୃକ୍ଷ ଜଙ୍ଗଲରେ ରୋପଣ କରିବାକୁ ଉନ୍ନୟନ କମିଶନର ପରାମର୍ଶ ଦେଇଛନ୍ତି। ହସ୍ତତନ୍ତ ଓ ବୟନ ଶିଳ୍ପ ସଚିବ ଶୁଭା ଶର୍ମା ବୈଠକରେ ସୂଚନା ଦେଇ କହିଛନ୍ତି ଯେ, ୨୦୨୦ ଏପ୍ରିଲରୁ ସେପ୍ଟେମ୍ବର ମଧ୍ୟରେ ଟସର ଚାଷ କ୍ଷେତ୍ରରେ ୧୧ ଲକ୍ଷ ମାନବ ଦିବସ ସୃଷ୍ଟି କରାଯାଇଛି। ଶ୍ରମିକମାନଙ୍କୁ ମଜୁରି ବାବଦରେ ୨୪.୫୩ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହାଛଡା ସାଇ ଏକ୍ସପୋର୍ଟ ଏବଂ ଆଦିତ୍ୟ ବିର୍ଲା ଗ୍ରୁପ୍‌ ଜରିଆରେ ବୟନଶିଳ୍ପ କ୍ଷେତ୍ରରେ ୪୪୦୦ ଲୋକଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ପ୍ରଦାନ କରାଯାଇଛି। ସେଥିରୁ ୮୭ ପ୍ରତିଶତ ମହିଳା ରହିଛନ୍ତି। ଏଥି ସହିତ ୨୦ ବର୍ଷ ଧରି ବୁଣାକାର ବୃତ୍ତିରେ ଥିବା ୧୨୬୭ ବରିଷ୍ଠ ବୁଣାକାରଙ୍କୁ ମାସିକ ୫୦୦ରୁ ୭୦୦ ଟଙ୍କା ଭତ୍ତା ପ୍ରଦାନ କରାଯାଉଛି। ଏହା ଛଡ଼ା ବୁଣାକାରମାନଙ୍କୁ ଓ୍ବାର୍କଶେଡ, ଯନ୍ତ୍ରପାତି , କ୍ରେଡିଟ୍‌ ଲିଙ୍କେଜ୍‌ ଏବଂ କଞ୍ଚାମାଲ ଯୋଗାଇ ଦିଆଯାଉଛି ବୋଲି ସଚିବ କହିଛନ୍ତି। ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସଚିବ ଦେଓ ରଞ୍ଜନ କୁମାର ସିଂ, ବୟନ ଶିଳ୍ପ ବିଭାଗର ସ୍ବତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟି ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri