ସରକାରୀ କର୍ମଚାରୀଙ୍କୁ ମିଳିବ ପଦୋନ୍ନତି

ଭୁବନେଶ୍ୱର,୩୧ା୧(ବ୍ୟୁରୋ):ପଦୋନ୍ନତି ଠିକ୍‌ ସମୟରେ ମିଳୁ ନ ଥିବାରୁ ଅନେକ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ପଦୋନ୍ନତି ପାଇଁ ବହୁ କର୍ମଚାରୀ ଅପେକ୍ଷା କରି ରହିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଫେବୃୟାରୀ ୧ରୁ ୩ ତାରିଖ ପର୍ଯ୍ୟନ୍ତ ପଦୋନ୍ନତି ଅଦାଲତ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ା କେଉଁ ବିଭାଗର କର୍ମଚାରୀ କେଉଁଠି ଓ କେଉଁ ସମୟରେ ପଦୋନ୍ନତି ସମ୍ପର୍କିତ ମାମଲାର ଶୁଣାଣି ବେଳେ ଉପସ୍ଥିତ ରହିବେ ସେନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ ଦପ୍ତର ଏବଂ ଜିଲାପାଳଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି।
୨୦୨୨ ଡିସେମ୍ବର ୩୧ ସୁଦ୍ଧା ଯେଉଁ ସରକାରୀ କର୍ମଚାରୀମାନେ ପଦୋନ୍ନତି ପାଇନାହାନ୍ତି ସେସବୁ ପଦୋନ୍ନତି ପ୍ରସଙ୍ଗ ପଦୋନ୍ନତି ଅଦାଲରେ ବିଚାରକୁ ନିଆଯିବ। ଇମେଲ୍‌ ଜରିଆରେ ସମୁଦାୟ ୧୩୨୬ଟି ଆବେଦନପତ୍ର ଗ୍ରହଣ କରାଯାଇଛି ା ତନ୍ମଧ୍ୟରୁ gadmin.or@nic.inରେ ମିଳିଥିବା ୬୭୧ ଆବେଦନପତ୍ର ଓ ପଦୋନ୍ନତି ଅଦାଲତ ପୋର୍ଟାଲ http://promotion.hrmsodisha.gov.in ଜରିଆରେ ମିଳିଥିବା ୬୫୫ଟି ଆବେଦନକୁ ପଦୋନ୍ନତି ଅଦାଲତରେ ଉପସ୍ଥାପନ କରାଯିବ ା ଇମେଲ୍‌ ବା ପଦୋନ୍ନତି ଅଦାଲତ ପୋର୍ଟାଲରେ ଉପଲବ୍ଧ ପ୍ରାପ୍ତି ସ୍ବୀକାରର ଗୋଟିଏ ଫଟୋକପି ଆଣିବାକୁ ସମ୍ପୃକ୍ତ ଆବେଦନକାରୀମାନଙ୍କୁ ପରାମର୍ଶ ଦିଆଯାଇଛି। ପଦୋନ୍ନତି ଅଦାଲତ ଅନୁଷ୍ଠିତ ହେଉଥିବା ସ୍ଥାନଗୁଡ଼ିକୁ କେବଳ ଆବେଦନକାରୀ ପ୍ରବେଶ କରିପାରିବେ। ପଦୋନ୍ନତି ଅଦାଲତଗୁଡ଼ିକର ବିସ୍ତୃତ କାର୍ଯ୍ୟସୂଚୀ ସାଧାରଣ ପ୍ରଶାସନ ଓ ପେନ୍‌ସନ ଅଭିଯୋଗ ବିଭାଗର ୱେବ୍‌ସାଇଟ୍‌ରୁ ମିଳିପାରିବ। ପଦୋନ୍ନତି ଅଦାଲତ ପରିଚାଳନା ଦାୟିତ୍ୱ ବିଭିନ୍ନ ଅଧିକାରୀଙ୍କୁ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଫେବୃୟାରୀ ୧ ସକାଳ ୧୦ଟାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଅପରାହ୍ନ ୩ଟାରେ ଯୋଜନା ଓ ସଂଯୋଜନ ବିଭାଗ, ଫେବୃୟାରୀ ୨ ସକାଳ ୧୦ଟାରେ ଗ୍ରାମ୍ୟ ଉନ୍ନୟନ ବିଭାଗ, ଅପରାହ୍ନ ୩ଟାରେ ଇସ୍ପାତ ଓ ଖଣି ବିଭାଗ, ଫେବୃୟାରୀ ୩ ତାରିଖ ସକାଳ ୧୦ଟାରେ ଜଙ୍ଗଲ ଓ ପରିବେଶ ବିଭାଗର ଆବେଦନଗୁଡ଼ିକର ବିଚାର କରାଯିବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ା ସେହିପରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଫେବୃୟାରୀ ୧ ସକାଳ ୧୦ଟାରେ ଉଚ୍ଚଶିକ୍ଷା ବିଭାଗ, ଅପରାହ୍ନ ୩ଟାରେ ବିଜ୍ଞାନ ଓ ବୈଷୟିକ ବିଭାଗ, ଫେବୃୟାରୀ ୨ ସକାଳ ୧୦ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ୩ଟାରେ ସାଧାରଣ ଉଦ୍ୟୋଗ ବିଭାଗ, ଫେବୃୟାରୀ ୩ ତାରିଖ ସକାଳ ୧୦ଟାରେ କ୍ରୀଡ଼ା ଓ ଯୁବସେବା ବିଭାଗ, ଅପରାହ୍ନ ୩ ଘଟିକାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗରୁ ମିଳିଥିବା ଆବେଦନଗୁଡ଼ିକୁ ବିଚାର କରାଯିବ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ କିଶୋର ସୁନ୍ଦରରାୟଙ୍କ ଅଦାଲତରେ ଉକ୍ତ ବିଭାଗଗୁଡିକର ବିଚାର ହେବ ା
ସେହିପରି ଗୋପବନ୍ଧୁ ଏକାଡେମୀର ନୂତନ ସମ୍ମିଳନୀ କକ୍ଷରେ ଫେବୃୟାରୀ ୧ ସକାଳ ୧୦ଟାରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ, ଅପରାହ୍ନ ୩ଟାରେ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ, ଫେବୃୟାରୀ ୨ ସକାଳ ୧୦ଟାରେ ଅବକାରୀ ବିଭାଗ, ଅପରାହ୍ନ ୩ଟାରେ ସୂଚନା ଓ ଲୋକସମ୍ପର୍କ ବିଭାଗ, ଫେବୃୟାରୀ ୩ ସକାଳ ୧୦ଟାରେ ସମବାୟ ବିଭାଗର ଆବେଦନଗୁଡ଼ିକର ବିଚାର ନିମନ୍ତେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜକୁମାର ଶର୍ମାଙ୍କୁ ଦାୟିତ୍ୱ ଦିଆଯାଇଛି। କଳିଙ୍ଗ ଷ୍ଟାଡିୟମ୍‌ର ସମ୍ମିଳନୀ କକ୍ଷରେ ଫେବୃୟାରୀ ୧ ସକାଳ ୧୦ଟାରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ, ଅପରାହ୍ନ ୩ଟାରେ ବାଣିଜ୍ୟ ଓ ପରିବହନ ବିଭାଗ, ଫେବୃୟାରୀ ୨ ସକାଳ ୧୦ଟାରେ ଜଳସମ୍ପଦ ବିଭାଗ, ଅପରାହ୍ନ ୩ଟାରେ ପୂର୍ତ୍ତ ବିଭାଗ, ଫେବୃୟାରୀ ୩ ତାରିଖ ସକାଳ ୧୦ଟାରେ ବାଣିଜ୍ୟ ଓ ପରିବହନ ବିଭାଗ, ଅପରାହ୍ନ ୩ଟାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରୁ ମିଳିଥିବା ଆବେଦନକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ ବିଚାର କରିବେ ା
ଇଡ୍‌କୋ ଭବନର ୫ମ ମହଲାସ୍ଥିତ ସମ୍ମିଳନୀ କକ୍ଷରେ ଫେବୃୟାରୀ ୧ ସକାଳ ୧୦ଟାରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ଅପରାହ୍ନ ୩ଟାରେ ଅର୍ଥ ବିଭାଗ, ଫେବୃୟାରୀ ୨ ସକାଳ ୧୦ଟାରେ ଶକ୍ତି ବିଭାଗ, ଅପରାହ୍ନ ୩ଟାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ଫେବୃୟାରୀ ୩ ସକାଳ ୧୦ଟାରେ ପର୍ଯ୍ୟଟନ ବିଭାଗ, ଅପରାହ୍ନ ୩ଟାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଆବେଦନଗୁଡ଼ିକୁ ବିଚାର ନିମନ୍ତେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମାଙ୍କୁ ଦାୟିତ୍ୱ ଦିଆଯାଇଛି।
କୃଷି ଭବନରେ ଫେବୃୟାରୀ ୧ ସକାଳ ୧୦ଟାରେ କୃଷି ବିଭାଗ, ଅପରାହ୍ନ ୩ଟାରେ ସଂସଦୀୟ ବ୍ୟାପାର ବିଭାଗ, ଫେବୃୟାରୀ ୨ ତାରିଖ ସକାଳ ୧୦ଟାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଅପରାହ୍ନ ୩ଟାରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ, ଫେବୃୟାରୀ ୩ ସକାଳ ୧୦ଟାରେ ଗୃହ ବିଭାଗ, ଅପରାହ୍ନ ୩ଟାରେ ସାଧାରଣ ଅଭିଯୋଗ ବିଭାଗର ଆବେଦନଗୁଡ଼ିକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବିଚାର କରିବେ ା
ୟୁନିଟ୍‌ ୮ ସ୍ଥିତ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ(ଏସ୍‌ଆଇଆର୍‌ଡି)ର ସମ୍ମିଳନୀ କକ୍ଷରେ ଫେବୃୟାରୀ ୧ ସକାଳ ୧୦ଟାରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ, ଅପରାହ୍ନ ୩ଟାରେ ଆଇନ ବିଭାଗ, ଫେବୃୟାରୀ ୨ ସକାଳ ୧୦ଟାରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ଅପରାହ୍ନ ୩ଟାରେ ଇଲେକ୍‌ଟ୍ରୋନିକ୍ସ ଓ ଆଇଟି ବିଭାଗ, ଫେବୃୟାରୀ ୩ ତାରିଖ ସକାଳ ୧୦ଟାରେ ଶିଳ୍ପ ବିଭାଗ, ଅପରାହ୍ନ ୩ଟାରେ ଏମ୍‌ଏସ୍‌ଏମ୍‌ଇ ବିଭାଗର ଆବେଦନପତ୍ରଗୁଡ଼ିକ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଦାଲତରେ ଉପସ୍ଥାପନ କରାଯିବ ା ଆବଶ୍ୟକ ସ୍ଥଳେ ସମୟ ନିର୍ଘଣ୍ଟକୁ ବୃଦ୍ଧି କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri